Posted inଖେଳ

ପାକିସ୍ତାନର କିମ୍ବଦନ୍ତୀଙ୍କ ଦକ୍ଷତା ଉପରେ ପ୍ରଶ୍ନ ଉଠାଇଲେ ଫିକ୍ସିଂରେ ଜଡ଼ିତ ଥିବା କ୍ରିକେଟର

ଲାହୋର,୨୮।୩ : ବଲକୁ ରିଭର୍ସ ସିଇଂ କରାଇବା ଲାଗି ଚିଟିଂ କରୁଥିଲେ କିମ୍ବଦନ୍ତୀ ପାକିସ୍ତାନ ପେସର ଓ୍ବାକର ୟୁନିସ। ଏଭଳି ମନ୍ତବ୍ୟ ଦେଇ ଅନ୍ତର୍ଜାତୀୟ ସ୍ତରରେ ୭୮୯ ଉଇକେଟ ହାତେଇଥିବା ଓ୍ବାକରଙ୍କ ଦକ୍ଷତା ଉପରେ ପ୍ରଶ୍ନ ଉଠାଇଛନ୍ତି ପୂର୍ବତନ ପାକିସ୍ତାନ ବୋଲର ତଥା ଫିକ୍ସିଂରେ ଜଡ଼ିତ ହୋଇ କ୍ରିକେଟରୁ ବିଦା ହୋଇଥିବା ମହମ୍ମଦ ଆସିଫ।

ଓ୍ବାକରଙ୍କୁ ନୂଆ ବଲରେ ବୋଲିଂ କରିବା ଜଣା ନ ଥିଲା। କ୍ୟାରିୟରର ଶେଷ ଆଡ଼କୁ ହିଁ ତାଙ୍କ ବୋଲିଂରେ ରିଭର୍ସ ସିଇଂ ଦେଖିବାକୁ ମିଳିଥିଲା। ସେଥି ପାଇଁ ଏବେ ତାଙ୍କୁ ସଫଳ ବୋଲର କୁହାଯାଉଛି। ସେ ଗତ ୨୦ ବର୍ଷ ହେଲା ଯୁବ କ୍ରିକେଟରଙ୍କୁ ପ୍ରଶିକ୍ଷଣ ଦେଉଛନ୍ତି। ହେଲେ ଏପର୍ଯ୍ୟନ୍ତ କୌଣସି ବୋଲର ସୃଷ୍ଟି କରିପାରି ନାହାନ୍ତି, ଯିଏ କି ରିଭର୍ସ ସୁଇଂ କରିପାରୁ ଥିବ। ଏହା ଦକ୍ଷତା ଉପରେ ପ୍ରଶ୍ନ ଉଠାଉଛି ବୋଲି ପାକିସ୍ତାନର ଏଆରଓ୍ବାଇ ନାମକ ଏକ ଚ୍ୟାନେଲକୁ ସାକ୍ଷାତ୍‌କାର ଦେଇ ଆସିଫ କହିଛନ୍ତି। ଉଲ୍ଲେଖଯୋଗ୍ୟ, ୨୦୧୦ରେ ପାକିସ୍ତାନ ଜାତୀୟ ଦଳର ଇଂଲଣ୍ଡ ଗସ୍ତବେଳେ ଆସିଫ ସ୍ପଟ୍‌ ଫିକ୍ସିଂ କରି କ୍ରିକେଟରୁ ବାସନ୍ଦ ହୋଇଥିଲେ। ଏଥି ନେଇ ତାଙ୍କୁ ଜେଲ ଯିବାକୁ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri