ମନ୍ତ୍ରୀ ହେଲେ ମହମ୍ମଦ ଆଝାରୁଦ୍ଦିନ, ପ୍ରଶ୍ନ ଉଠାଇଲା ଭାଜପା

ହାଇଦ୍ରାବାଦ,୩୧ା୧୦: ପୂର୍ବତନ କ୍ରିକେଟ ଅଧିନାୟକ ତଥା କଂଗ୍ରେସ ନେତା ମହମ୍ମଦ ଆଝାରୁଦ୍ଦିନ ତେଲଙ୍ଗାନା କ୍ୟାବିନେଟ୍‌ରେ ଗୁରୁବାର ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରାଜଭବନରେ ରାଜ୍ୟପାଳ ଜିଷ୍ଣୁଦେବ ବର୍ମା ପୂର୍ବତନ କ୍ରିକେଟରଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ଆଝାରୁଦ୍ଦିନ୍‌ଙ୍କ ନିଯୁକ୍ତି ଫଳରେ କଂଗ୍ରେସ ସରକାରରେ ଦୀର୍ଘଦିନ ହେଲା ଖାଲି ପଡ଼ିଥିବା ମନ୍ତ୍ରୀପଦ ପୂରଣ ହେବା ସହ ମୁସଲମାନ ସମ୍ପ୍ରଦାୟକୁ ପ୍ରଥମ ପ୍ରତିନିଧିତ୍ୱ ମିଳିଛି। ନଭେମ୍ବର ୧୧ରେ ଜୁବିଲି ହିଲ୍ସ ଆସନରେ ଉପନିର୍ବାଚନ ଥିବାରୁ ମୁସଲମାନ ଭୋଟରଙ୍କ ସମର୍ଥନ ହାସଲ ପାଇଁ କଂଗ୍ରେସ ସରକାର ଆଝାରୁଦ୍ଦିନ୍‌ଙ୍କୁ ମନ୍ତ୍ରୀ କରିଥିବା ବିରୋଧୀ ଦଳ ଅଭିଯୋଗ କରିଛି। ଜୁବିଲି ହିଲ୍ସ ନିର୍ବାଚନ ମଣ୍ଡଳୀରେ ୩୦ ପ୍ରତିଶତ ମୁସଲମାନ ଭୋଟର ରହିଛନ୍ତି। ଉପନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିବାବେଳେ ସରକାର ନୂଆ ମନ୍ତ୍ରୀଙ୍କୁ ନିଯୁକ୍ତ ଦେଇ ଏହାର ଉଲ୍ଲଂଘନ କରିଥିବା ଭାଜପା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହୋଇଛି। ଆଝାରୁଦ୍ଦିନ ଉପନିର୍ବାଚନ ଲଢ଼ିବାକୁ ଚାହୁଁଥିବାବେଳେ ତାଙ୍କୁ କଂଗ୍ରେସ ଟିକେଟ ଦେଇ ନ ଥିଲା। ଏବେ ଭୋଟରଙ୍କୁ ପ୍ରଭାବିତ କରିବା ପାଇଁ ତାଙ୍କୁ ମନ୍ତ୍ରୀ କରି ସରକାର ତାଙ୍କ କ୍ଷମତାର ଦୁରୁପଯୋଗ କରିଥିବା ଭାଜପା ମୁଖପାତ୍ର କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri