Posted inଖେଳ

୧୮ ବର୍ଷର କ୍ୟାରିୟର ଶେଷ

କରାଚୀ,୩।୧: ପାକିସ୍ତାନ ଅଲରାଉଣ୍ଡର ମହମ୍ମଦ ହାଫିଜ ସୋମବାର ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ଘୋଷଣା କରିଛନ୍ତି। ଏଥିସହ ଶେଷ ହୋଇଛି ୧୮ ବର୍ଷର ଲମ୍ବା କ୍ରିକେଟ କ୍ୟାରିୟର। ସେ ଏବେ କେବଳ ଟି୨୦ ଫ୍ରାଞ୍ଚାଇଜ କ୍ରିକେଟ ଖେଳିବା ଜାରି ରଖିବେ।

୨୦୦୩ରେ ଅନ୍ତର୍ଜାତୀୟ ପଦାର୍ପଣ କରିଥିବା ହାଫିଜ ଅନ୍ତିମ ଥର ଟି୨୦ ବିଶ୍ୱକପ୍‌ ସେମିଫାଇନାଲରେ ଖେଳିଥିଲେ। ପୂର୍ବରୁ ସେ ୨୦୨୦ ଟି୨୦ ବିଶ୍ୱକପ୍‌ରେ ଅନ୍ତର୍ଜାତୀୟ ସ୍ତରରୁ ଅବସର ନେବେ ବୋଲି ଘୋଷଣା କରିଥିଲେ। କିନ୍ତୁ କୋଭିଡ୍‌-୧୯ କାରଣରୁ ଇଭେଣ୍ଟକୁ ୨୦୨୧କୁ ଘୁଞ୍ଚାଇ ଦିଆଯାଇଥିଲା। ପାକିସ୍ତାନ ପାଇଁ ହାଫିଜ ୫୫ ଟେଷ୍ଟ, ୨୧୮ ଦିନିକିଆ ଓ ୧୧୯ ଟି୨୦ ଖେଳିଥିଲେ। ସେଥିରେ ସେ ୧୨,୭୮୦ ରନ୍‌ କରିବା ସହ ହାତେଇଥିଲେ ୨୫୩ ଉଇକେଟ।

“ମୁଁ ଗର୍ବ ଓ ଆତ୍ମସନ୍ତୋଷ ସହ ଆଜି ଅନ୍ତର୍ଜାତୀୟ କ୍ରିକେଟରୁ ବିଦାୟ ନେଉଛି। ମୁଁ ଯେତେ ଆଶା ରଖିଥିଲି, ତା’ଠୁ ଖୁବ୍‌ ଅଧିକ କ୍ରିକେଟ ଫିଲ୍ଡରେ ହାସଲ କରିଛି। ମୋ କ୍ୟାରିୟରରେ ସାହାଯ୍ୟ ପାଇଁ ସାଥି ଖେଳାଳି, ଅଧିନାୟକ ସପୋର୍ଟ ଷ୍ଟାଫ ଓ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)କୁ ଧନ୍ୟବାଦ୍‌ ଜଣାଉଛି” ବୋଲି ହାଫିଜ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri