Posted inଖେଳ

ପୁଣି ଚର୍ଚ୍ଚାକୁ ଆସିଲେ ବୈଭବ ସୂର୍ଯ୍ୟବଂଶୀ, ପୂର୍ବତନ କ୍ରିକେଟରଙ୍କ ମନ୍ତବ୍ୟରେ ଉଠିଲା ଝଡ଼, ଏଥର…

ନୂଆଦିଲ୍ଲୀ,୫।୮: ଭାରତୀୟ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ପୁଣି ଥରେ ଚର୍ଚ୍ଚାରେ ଆସିଛନ୍ତି। ଏଥର ତାଙ୍କ ପ୍ରଦର୍ଶନ ଅପେକ୍ଷା ଅନ୍ତର୍ଜାତିକ କ୍ରିକେଟରେ ଡେବ୍ୟୁକୁ ନେଇ ଅଧିକ ଚର୍ଚ୍ଚା ହେଉଛି। ଭାରତର ପୂର୍ବତନ କ୍ରିକେଟର ମହମ୍ମଦ କୈଫଙ୍କ ମତରେ, ଟିମ ମ୍ୟାନେଜମେଣ୍ଟ ଯୁବ ବ୍ୟାଟରଙ୍କ କ୍ଷେତ୍ରରେ ତରବରିଆ ଏବଂ ଭୁଲ ରଣନୀତି ଅପଣାଇଥିଲା। ତାଙ୍କ କହିବା ଅନୁସାରେ, ବୈଭବଙ୍କୁ ପ୍ରଥମେ ଆୟରଲ୍ୟାଣ୍ଡ ଗସ୍ତରେ ଡେବ୍ୟୁ କରାଯିବା ଉଚିତ୍‌ ଥିଲା, ଯାହାଦ୍ୱାରା ସେ କମ ଚାପରେ ଆନ୍ତର୍ଜାତିକ କ୍ରିକେଟର ପରିବେଶ ସହ ନିଜକୁ ଖାପ ଖୁଆଇ ପାରିଥାନ୍ତେ।

ବୈଭବ ଆଇପିଏଲ ୨୦୨୬ରେ ଦମଦାର ବ୍ୟାଟିଂ କରି ଅରେଞ୍ଜ କ୍ୟାପ ଜିତିଥିଲେ। ସମଗ୍ର ସିଜନରେ ସେ କ୍ରମାଗତ ଭାବେ ରନ ସଂଗ୍ରହ କରିବା ସହ ନିଜର ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ପ୍ରଭାବିତ କରିଥିଲେ। ଏହି ପ୍ରଦର୍ଶନ ଆଧାରରେ ତାଙ୍କୁ ଆୟରଲ୍ୟାଣ୍ଡ ଓ ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଟି-୨୦ ଦଳରେ ସ୍ଥାନ ମିଳିଥିଲା।

ତେବେ ଆୟରଲ୍ୟାଣ୍ଡ ଗସ୍ତରେ ତାଙ୍କୁ ଗୋଟିଏ ବି ମ୍ୟାଚ ଖେଳିବାର ସୁଯୋଗ ମିଳିନଥିଲା। ପରେ ଇଂଲଣ୍ଡ ଗସ୍ତରେ ସଞ୍ଜୁ ସାମସନଙ୍କ ଖରାପ ପ୍ରଦର୍ଶନ ପରେ ବୈଭବଙ୍କୁ ଡେବ୍ୟୁ କରାଯାଇଥିଲା। କିନ୍ତୁ ଇଂଲଣ୍ଡର ଶକ୍ତିଶାଳୀ ବୋଲିଂ ଆକ୍ରମଣ ସମ୍ମୁଖରେ ସେ ବଡ଼ ଇନିଂସ ଖେଳିପାରିନଥିଲେ ଏବଂ ତିନୋଟି ମ୍ୟାଚରେ ଯଥାକ୍ରମେ ୧୪, ୧୩ ଓ ୧୫ ରନ କରିଥିଲେ। ଏହାପରେ ତାଙ୍କୁ ଶେଷ ମ୍ୟାଚରୁ ବାଦ ଦିଆଯାଇଥିଲା।

ମହମ୍ମଦ କୈଫ ନିଜ ୟୁଟ୍ୟୁବ ଚ୍ୟାନେଲରେ କହିଛନ୍ତି ଯେ, ବୈଭବ ସୂର୍ଯ୍ୟବଂଶୀ କୌଣସି ସାଧାରଣ ଖେଳାଳି ନୁହଁନ୍ତି। ସେ ଆଇପିଏଲରେ କେବଳ ଗୋଟିଏ କିମ୍ବା ଦୁଇଟି ମ୍ୟାଚରେ ନୁହେଁ, ବରଂ ସମ୍ପୂର୍ଣ୍ଣ ସିଜିନରେ ଦମଦାର ପ୍ରଦର୍ଶନ କରି ଅରେଞ୍ଜ କ୍ୟାପ ହାସଲ କରିଥିଲେ। ଏଭଳି ଜଣେ ପ୍ରତିଭାଶାଳୀ ଖେଳାଳିଙ୍କୁ ଆରମ୍ଭରୁ ହିଁ ଦଳର ଭରସା ମିଳିବା ଉଚିତ ଥିଲା।

କୈଫ ଆହୁରି କହିଛନ୍ତି, ଯଦି ବୈଭବଙ୍କୁ ଆୟରଲ୍ୟାଣ୍ଡ ଗସ୍ତରେ ଖେଳିବାର ସୁଯୋଗ ମିଳିଥାନ୍ତା, ତେବେ ତାଙ୍କର ପ୍ରାରମ୍ଭିକ ଚାପ ଓ ନର୍ଭସନେସ ସେଠାରେ ହିଁ ଶେଷ ହୋଇଯାଇଥାନ୍ତା। ଏହାପରେ ସେ ଇଂଲଣ୍ଡ ବିପକ୍ଷରେ ଅଧିକ ଆତ୍ମବିଶ୍ୱାସ ସହ ପଡ଼ିଆକୁ ଓହ୍ଲାଇଥାନ୍ତେ।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri