Posted inଖେଳ

ଏହି ଖେଳାଳିଙ୍କ ପାଇଁ ଡ୍ରେସିଂ ରୁମ୍‌ରେ ଶର୍ଟ ଖୋଲି ଦେଇଥିଲେ ସୌରଭ ଗାଙ୍ଗୁଲି

ଭାରତୀୟ କ୍ରିକେଟ ଦଳର ଚମତ୍କାର ଫିଲ୍ଡର ମହମ୍ମଦ କୈଫ ୪୦ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ପ୍ରେମୀଙ୍କ ପାଇଁ ମହମ୍ମଦ କୈଫଙ୍କ ନାମ ଆସିବା ମାତ୍ରେ ଏହାର ପ୍ରଥମ ସ୍ମୃତି ହେଉଛି ଲର୍ଡସ ପଡିଆରେ ଖେଲାଯାଇଥିବା ନାଟଓ୍ବେଷ୍ଟ ଟ୍ରଫି ଫାଇନାଲ କଥା ମନେପଡେ। ୨୦୦୨ରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ କୈଫ୍‌ଙ୍କ ଯୋଗୁ ସୌରଭ ଗାଙ୍ଗୁଳି ନିଜ ଶର୍ଟ ଖୋଲି ଉତ୍ସବ ପାଳିଥିଲେ। ଇଂଲଣ୍ଡ ବିପକ୍ଷରେ ଖେଳା ଯାଇଥିବା ନାଟୱେଷ୍ଟ ଟ୍ରଫିର ଫାଇନାଲରେ କୈଫଙ୍କ ଇନିଂସ ଭାରତୀୟ କ୍ରିକେଟର ସ୍ମରଣୀୟ ଇନିଂସ ମଧ୍ୟରେ ଗଣାଯାଏ। ଲଡ୍‌ସଙ୍କ ଗ୍ରାଉଣ୍ଡରେ ଖେଳାଯାଇଥିବା ଏହି ମ୍ୟାଚରେ କୈଫ ଅପରାଜିତ ୮୭ ରନ ଖେଳି ଭାରତକୁ ଏକ ଐତିହାସିକ ବିଜୟ ପ୍ରଦାନ କରିଥିଲେ। ନାଟୱେଷ୍ଟ ଟ୍ରଫିର ଅନ୍ତିମ ମ୍ୟାଚରେ ୩୨୫ ରନର ଟାର୍ଗେଟକୁ ପିଛା କରୁଥିବା ଭାରତ ପକ୍ଷରୁ କୈଫ ଯୁବରାଜ ସିଂଙ୍କ ଷଷ୍ଠ ଉଇକେଟ ପାଇଁ ୧୨୧ ରନ ଭାଗିଦାରୀ କରିଥିଲେ। ଯାହା ଭାରତକୁ ଜିତିବାରେ ସାହାଯ୍ୟ କରିଥିଲେ। ଏହି ବିଜୟ ପରେ ଅଦତ୍ନାୟକ ସୌରଭ ଗାଙ୍ଗୁଲି ଲର୍ଡସ ବାଲକୋନୀରେ ଶର୍ଟ ଖୋଲିଦେଇଥିଲେ।
ପ୍ରୟାଗରାଜ (ତତ୍କାଳୀନ ଆହ୍ଲାବାଦ) ରେ ଜନ୍ମଗ୍ରହଣ କରିଥିବା କୈଫ ମେୱାଲାଲ ଅଯୋଧ୍ୟା ପ୍ରସାଦ ଇଣ୍ଡରମିଡିୟଡ କଲେଜ ଦ୍ୱାଦଶ ପର୍ଯ୍ୟନ୍ତ ଅଧ୍ୟୟନ କରିଥିଲେ। ଏହା ପରେ ସେ କ୍ରିକେଟ ଦୁନିଆରେ ପାଦ ଦେଇଥିଲେ। ପିଲାଦିନରୁ ତାଙ୍କ ମନ କ୍ରିକେଟରେ ଥିଲା ଏବଂ ସେ ପ୍ରୟାଗରାଜରୁ କାନପୁରକୁ ଚାଲିଗଲେ। ଏଠାରେ ସେ ଗ୍ରୀନ ପାର୍କ ଷ୍ଟାଡିୟମର ହଷ୍ଟେଲରେ ରହିବାକୁ ଲାଗିଲେ। ଏଠାରୁ ତାଙ୍କର ଯାତ୍ରା ଆରମ୍ଭ ହୋଇ ଭାରତୀୟ କ୍ରିକେଟ ଦଳରେ ପହଞ୍ଚିଥିଲା। ଘରୋଇ କ୍ରିକେଟରେ ଭଲ ପ୍ରଦର୍ଶନ ଯୋଗୁ ତାଙ୍କୁ ଭାରତୀୟ ଅଣ୍ଡର -୧୯ କ୍ରିକେଟ ଦଳରେ ସ୍ଥାନ ମିଳିିଥିଲା। ୨୦୦୦ରେ ଶ୍ରୀଲଙ୍କାରେ ଅଣ୍ଡର -୧୯ ବିଶ୍ୱକପ୍‌ରେ ତାଙ୍କୁ ଅଧିନାୟକ ଦାୟିତ୍ୱ ଦିଆଯାଇଥିଲା ଏବଂ ସେ ଏଥିରେ ରେ ଟିମ ଇଣ୍ଡିଆକୁ ବିଶ୍ୱ ଚାମ୍ପିଅନ କରିଥିଲେ। ତାଙ୍କ ନେତୃତ୍ୱରେ ଭାରତ ପ୍ରଥମ ଥର ପାଇଁ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ଚଳିତ ବର୍ଷ ସେ ଦକ୍ଷିଣ ଆଫ୍ରିକା ଗସ୍ତରେ ଭାରତୀୟ ଟେଷ୍ଟ ଦଳରେ ଅନ୍ତର୍ଭୁକ୍ତ ହୋଇଥିଲେ। ସେ ମାତ୍ର ଦୁଇ ବର୍ଷ ପରେ ଏକଦିବସୀୟ ଦଳର ଅଂଶ ହୋଇଥିଲେ ଏବଂ ୨୦୦୩ ବିଶ୍ୱକପରେ ସେ ଟିମ ଇଣ୍ଡିଆର ପ୍ରତିନିଧିତ୍ୱ କରିଥିଲେ। ସେତେବେଳେ ସେ ଯୁବରାଜ ସିଂଙ୍କ ସହ ଭାରତୀୟ ଦଳର ମଧ୍ୟକ୍ରମର ମେରୁଦଣ୍ଡ ଥିଲେ। କୈଫ ଭାରତ ପାଇଁ ୧୨୫ଟି ଏକଦିବସୀୟ ଖେଳି ହାରାହାରି ୩୨.୦୧ରେ ୨୭୫୩ ରନ ସ୍କୋର କରିଥିଲେ। ତାଙ୍କର ସର୍ବାଧିକ ସ୍କୋର ୧୧୧ ଥିଲ। କୈଫ ଭାରତ ପାଇଁ ୧୩ଟି ଟେଷ୍ଟ ମ୍ୟାଚ ମଧ୍ୟ ଖେଳି ୬୨୪ ରନ ସଂଗ୍ରହ କରିଥିଲେ। ୨୦୦୬ରେ ଦକ୍ଷିଣ ଆଫ୍ରିକା ଗସ୍ତରେ କୈଫ ତାଙ୍କର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିଲେ। ସେ ଏବେ ଆଇପିଏଲରେ ଦିଲ୍ଲୀ କ୍ୟାପିଟାଲର କୋଚିଂ ଦଳର ଅଂଶବିଶେଷ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

କନ୍ଧମାଳ ସମସ୍ୟା ନେଇ ‘ବିଚାର ମନ୍ଥନ’, ସରକାରଙ୍କ ନିକଟରେ ଦାବି ରଖିବାକୁ ନିଷ୍ପତ୍ତି

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହନୁମାନ ମନ୍ଦିର ପ୍ରାଙ୍ଗଣସ୍ଥିତ ସଭାଗୃହରେ ସୋମବାର ‘ବିଚାର ମନ୍ଥନ’ ନାମରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାର…

ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ଜୀବନ: ଜଣେ ମୃତ, ଜଣେ ଗୁରୁତର

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ କୁଲୁଥିପାଲି ଗାଁ ନିକଟ ରାସ୍ତାରେ ସୋମବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି।…

୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?