ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା କଥା ହେବା ପରେ ମହମ୍ମଦ ମୋକିମଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି ।

ମୋକିମ କହିଛନ୍ତି, କିଛି କେନ୍ଦ୍ରୀୟ ନେତା ମୋ ସହ କଥା ହୋଇଛନ୍ତି । ମୁଁ ଯାହା ଚିଠିରେ ଲେଖିଥିଲି ସେ ବାବଦରେ ପଚାରି ବୁଝିଛନ୍ତି । ରାଜ୍ୟ କଂଗ୍ରେସର ସ୍ଥିତି ବାବଦରେ ମୋତେ ପଚାରିଛନ୍ତି । ମୋ ଚିଠିର ପ୍ରଭାବ ପଡିଛି , ଆଶା କରୁଛି ତର୍ଜମା କରାଯିବ ।

କଂଗ୍ରେସ ଦଳର ସ୍ଥିତିରେ ପରିବର୍ତ୍ତନ ହେବ । ମୁଁ ରାଜନୀତି କରୁଛି, ଆଗାମୀ ଦିନରେ କରିବି । ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି ବୋଲି କହିଛନ୍ତି ମହମ୍ମଦ ମୋକିମ । ପ୍ରକାଶଥାଉକି ଗତକାଲି, ସିଡବ୍ଲ୍ୟୁସି ସଦସ୍ୟ ଜୟରାମ ରମେଶ, ପବନ ଖେରା ମୋକିମଙ୍କ ସହ କଥା ହୋଇଥିଲେ । କିଛିଦିନ ପୂର୍ବରୁ କଂଗ୍ରେସର ଜାତୀୟ ଏବଂ ରାଜ୍ୟସ୍ତରୀୟ ନେତୃବୃନ୍ଦଙ୍କ ଉପରେ ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ପ୍ରଶ୍ନ ଉଠାଇଥିଲେ। ପିସିସିର ସୁପାରିସକୁ ଅଖିଳ ଭାରତୀୟ କଂଗ୍ରେସ କମିଟି ଅନୁମୋଦନ କରିବା ପରେ ପିସିସି ସଭାପତି ଭକ୍ତ ଚରଣ ଦାସ ଦଳର ପ୍ରାଥମିକ ସଦସ୍ୟ ପଦରୁ ମୋକିମ୍‌ଙ୍କୁ ବହିଷ୍କାର କରିଛନ୍ତିି ।

Share