Posted inଖେଳ

ପାକିସ୍ତାନର ଏହି ଖେଳାଳିଙ୍କ ଉପରେ ବର୍ଷିଲେ ଶାମି, କହିଲେ- ଲାଜ ଲାଗିବା କଥା…

ନୂଆଦିଲ୍ଲୀ,୮।୧୧: ପାକିସ୍ତାନର ପୂର୍ବତନ ଖେଳାଳି ହସନ ରାଜାଙ୍କ ଉପରେ ବର୍ଷିଛନ୍ତି ଭାରତର ଦ୍ରୁତ ବୋଲର ମହମ୍ମଦ ଶାମି। ବିଶ୍ୱକପ୍‌ରେ ନିଜର ଦମ୍‌ଦାର ବୋଲିଂକୁ ନେଇ ଚର୍ଚ୍ଚାରେ ଥିବା ଶାମି ହସନଙ୍କ ଭାରତୀୟ ବୋଲରଙ୍କୁ ନେଇ ଦେଇଥିବା ବିବାଦୀୟ ବୟାନ ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି। ଇନ୍‌ଷ୍ଟାଗ୍ରାମ ଷ୍ଟୋରୀ ମାଧମରେ ସେ ତାଙ୍କୁ ଟାର୍ଗେଟ କରି କହିଛନ୍ତି, ‘ଭାରତ ଚିଟିଂ କରୁଛି? ଲାଜ ଲାଗିବା କଥା। ନିଜର ଖେଳ ଉପରେ ଫୋକସ୍‌ କର। ଫାଲତୁ କଥା ଉପରେ ନୁହେଁ। ଏଇଟା ବିଶ୍ୱକପ୍‌ ମ୍ୟାଚ୍‌ ଅଟେ ନା କି ତୁମର ଲୋକାଲ ଟୁର୍ନାମେଣ୍ଟ। ନିଜେ ଖେଳାଳି ଥିଲ ନା? ଓ୍ବାସିମ୍‌ ଭାଇ ବି ବୁଝାଇଲେ, ଲାଗୁଛି ଆପଣଙ୍କୁ ନିଜ ଖେଳାଳି ଓ୍ବାସିମ ଅକ୍ରରମଙ୍କ ଉପରେ ମଧ୍ୟ ବିଶ୍ୱାସ ନାହିଁ। ଅଜବ କଥା। ’

shami instagram post

ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆର ଘାତକ ବୋଲିଂ ଦେଖିବା ପରେ ପାକିସ୍ତାନର ପୂର୍ବତନ ଖେଳାଳି ହସନ ଆଇସିସି ଉପରେ ପ୍ରଶ୍ନ ଉଠାଇଥିଲେ। ଆଇସିସି ଦଳକୁ ଭିନ୍ନ ବଲ ଦେଉଛି, ଯେଉଁଥିପାଇଁ ତାଙ୍କ ବୋଲରମାନଙ୍କୁ ପିଚ୍‌ରୁ ଅତିରିକ୍ତ ସହାୟତା ମିଳୁଛି। ହସନଙ୍କ ଏହି ଦଲିଲ ପୂର୍ଣ୍ଣ ମାତ୍ରାରେ ନିରାଧାର ଅଟେ, କାରଣ ନିୟମାନୁଯୟୀ ଏହା ସମ୍ଭବ ନୁହେଁ। ଏହାକୁ ନେଇ ଦଳର ବରିଷ୍ଠ ବୋଲର ଓ୍ବାସିମ ମଧ୍ୟ ବିସ୍ତୃତ ଭାବେ ବୁଝାଇଥିଲେ।

କହିରଖୁଛୁ, ଶାମି ଏଯାବତ ମାତ୍ର ୪ ମ୍ୟାଚ୍‌ ଖେଳିଛନ୍ତି। ସେଥିରେ ସେ ୧୬ ଉଇକେଟ ନେଇଛନ୍ତି। ଏଥିରେ ୨ ଥର ୫ ଉଇକେଟ ଏବଂ ଥରେ ୪ ଉଇକେଟ ନେବାର କାରନାମା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

୪୦ ବର୍ଷ ପରେ ଖୋଲେ ଭାଗ୍ୟର ତାଲା! ଏହି ୩ ରାଶିର ଲୋକଙ୍କ ଉପରେ ବର୍ଷେ ଧନ , ଯଶ

ଜୀବନରେ ଅନେକ ସଂଘର୍ଷ କରିବା ପରେ ମଧ୍ୟ ଯଦି ସଫଳତା ମିଳୁନାହିଁ, ତେବେ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଏହା ପଛରେ ଗ୍ରହ ନକ୍ଷତ୍ରର ପ୍ରଭାବ ଥାଇପାରେ। ଜ୍ୟୋତିଷର…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri