ଶେଖ ହସିନାଙ୍କ ପରେ ଏହି ହେବେ ବାଂଲାଦେଶର ପ୍ରଧାନମନ୍ତ୍ରୀ, ଜାଣନ୍ତୁ ତାଙ୍କ ବିଷୟରେ…

ଢାକା,୬।୮: ବାଂଲାଦେଶ ହିଂସା ମଧ୍ୟରେ ଶେଖ ହସିନା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇ ଦେଶ ଛାଡିଦେଇଛନ୍ତି। ଏବେ ପ୍ରଶ୍ନ ହେଉଛି ହାସିନାଙ୍କ ପରେ ଦେଶର ପ୍ରଧାନମନ୍ତ୍ରୀ କିଏ ହେବେ। ବାସ୍ତବରେ ବାଂଲାଦେଶ ସେନା ମୁଖ୍ୟ ୱାକର-ଉଜ-ଜମାନ ସାମରିକ ଅକ୍ତିଆର ସମ୍ଭାବନାକୁ ପ୍ରତ୍ୟାଖ୍ୟାନ କରି ମଧ୍ୟବର୍ତ୍ତୀକାଳୀନ ନାଗରିକ ସରକାର ଗଠନ ଘୋଷଣା କରିଥିଲେ। ସୂତ୍ରରୁ ପ୍ରକାଶ ଯେ, ମହମ୍ମଦ ୟୁନୁସ ବାଂଲାଦେଶର ପରବର୍ତ୍ତୀ ମଧ୍ୟବର୍ତ୍ତୀକାଳୀନ ସରକାରର ପ୍ରଧାନମନ୍ତ୍ରୀ ହୋଇପାରନ୍ତି। ମହମ୍ମଦ ୟୁନୁସ ଜଣେ ନୋବେଲ ପୁରସ୍କାର ବିଜେତା। ଶାନ୍ତି ଫେରାଇ ଆଣିବା ପାଇଁ ତାଙ୍କ ନାମ ଉପରେ ଆଲୋଚନା ହେଉଛି। ଏତିସହିତ ପ୍ରଖ୍ୟାତ ଓକିଲ ସାରା ହୁସେନ, ଅବସରପ୍ରାପ୍ତ ବାଂଲାଦେଶ ସେନାର ଥ୍ରୀ ଷ୍ଟାର ଜେନେରାଲ ଜାହାଙ୍ଗୀର ଆଲାମ ଚୌଧୁରୀ ଏବଂ ବାଂଲାଦେଶ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ସାଲେହୁଦ୍ଦିନ ଅହମ୍ମଦ ଅନ୍ତର୍ଭୁକ୍ତ।

କିଏ ମହମ୍ମଦ ୟୁନୁସ?
ବାଂଲାଦେଶର ଜଣେ ସାମାଜିକ ଉଦ୍ୟୋଗୀ, ବ୍ୟାଙ୍କର, ଅର୍ଥନୀତିଜ୍ଞ ତଥା ନାଗରିକ ସମାଜର ନେତା ମହମ୍ମଦ ୟୁନୁସ ଜୁନ ୨୮, ୧୯୪୦ରେ ଜନ୍ମଗ୍ରହଣ କରିଥିଲେ। ସେ ଗ୍ରାମୀଣ ବ୍ୟାଙ୍କ ପ୍ରତିଷ୍ଠା କରିଥିଲେ ଏବଂ ମାଇକ୍ରୋ କ୍ରେଡିଟ ଏବଂ ମାଇକ୍ରୋ ଫାଇନାନ୍ସର ଚିନ୍ତାଧାରା ଉଦ୍ଭାବନ କରିଥିଲେ, ଯେଉଁଥିପାଇଁ ତାଙ୍କୁ ୨୦୦୬ରେ ନୋବେଲ ଶାନ୍ତି ପୁରସ୍କାର ପ୍ରଦାନ କରାଯାଇଥିଲା। ୟୁନୁସ ଏବଂ ଗ୍ରାମୀଣ ବ୍ୟାଙ୍କକୁ ମାଇକ୍ରୋ କ୍ରେଡିଟ ମାଧ୍ୟମରେ ନିମ୍ନରୁ ଅର୍ଥନୈତିକ ଏବଂ ସାମାଜିକ ବିକାଶ କରିବାରେ ତାଙ୍କର ଉଦ୍ୟମ ପାଇଁ ନୋବେଲ ଶାନ୍ତି ପୁରସ୍କାର ଗ୍ରହଣ କରିଥିଲେ।

ୟୁନୁସ ଜାତୀୟ ତଥା ଆନ୍ତର୍ଜାତୀୟ ସ୍ତରରେ ଅନ୍ୟାନ୍ୟ ପୁରସ୍କାର ଜିତିଛନ୍ତି। ୨୦୦୯ରେ ତାଙ୍କୁ ୟୁଏସ ପ୍ରେସିଡେନସିଆଲ ମେଡାଲ ଅଫ ଫ୍ରିଡମରେ ସମ୍ମାନିତ କରାଯାଇଥିଲା ଏବଂ ୨୦୧୦ରେ ତାଙ୍କୁ କଂଗ୍ରେସର ସ୍ବର୍ଣ୍ଣ ପଦକ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ଦ୍ଦିଷ୍ଟ ପ୍ରଶଂସକଙ୍କୁ କାହିଁକି ଅଟୋଗ୍ରାଫ ଦେବାକୁ ସିଧା ମନା କଲେ ବିରାଟ କୋହଲି? ଜାଣନ୍ତୁ ଏହାର ବଡ଼ କାରଣ, ଏବେ ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୨।୧୧: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଚତୁର୍ଥ ମ୍ୟାଚ ନଭେମ୍ବର ୧୩ ଶୁକ୍ରବାର ମାଉଣ୍ଟ ମାଉଙ୍ଗାନୁଇର ‘ବେ ଓଭାଲ’…

ମହଙ୍ଗା ହେବ ବସ ଯାତ୍ରା, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୨।୧୧: ଏଣିକି ମହଙ୍ଗା ହେବ ବସ ଯାତ୍ରା। ଗୁରୁବାର ରାଜ୍ୟ ସରକାର ବସ ଭଡ଼ା ବୃଦ୍ଧି କରିଛନ୍ତି। ସବୁଠାରୁ ଅଧିକ ସ୍ଲିପର ଏସି କୋଚ ବସ ଭଡ଼ା…

ରୋହିତ-ଗାଏକୱାଡ କରିବେ ଓପନିଂ, ସିରାଜଙ୍କ ପ୍ରତ୍ୟାବର୍ତ୍ତନ… ଚତୁର୍ଥ ODI ପାଇଁ ଭାରତର Playing XI କିପରି ରହିବ ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୧୧: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଚତୁର୍ଥ ଦିନିକିଆ ମ୍ୟାଚ ପାଇଁ ଭାରତର ଚୂଡ଼ାନ୍ତ ଏକାଦଶରେ (Playing XI) କିଛି ପରିବର୍ତ୍ତନ ଦେଖିବାକୁ ମିଳିପାରେ। ଶୁବମନ ଗିଲ ବାକି ଥିବା…

ଦୂର ହେବ LPG ଚିନ୍ତା, ଗ୍ୟାସ ସଂରକ୍ଷିତ କରି ରଖିବାକୁ ସରକାର କରିଛନ୍ତି ବଡ଼ ଯୋଜନା!

ନୂଆଦିଲ୍ଲୀ,୧୨।୧୧: ଭାରତ କର୍ନାଟକର ମାଙ୍ଗାଲୁରୁରେ ଦେଶର ସବୁଠାରୁ ବଡ଼ ଏଳପିଜି (LPG) ଭଣ୍ଡାର ଗୁମ୍ଫା ନିର୍ମାଣ କରିଛି। ଭୂପୃଷ୍ଠରୁ ପ୍ରାୟ ୧୬୦ ମିଟର ତଳେ ଅବସ୍ଥିତ ଏହି…

Nvidiaର ସିଇଓ ପଦରୁ ଇସ୍ତଫା ଦେଲେ ଜେନସେନ ହୁଆଙ୍ଗ; ଜଣେ ଚାଇନିଜ ମହିଳାଙ୍କ ସହ ସମ୍ପର୍କକୁ ନେଇ ସୃଷ୍ଟି ହେଲା ବିବାଦ

ହଙ୍ଗକଙ୍ଗ,୧୨।୧୧: Nvidia (ଏନଭିଡିଆ) ର ସିଇଓ ଜେନସେନ ହୁଆଙ୍ଗ ଗତ କିଛି ଦିନ ଧରି ଆଲୋଚନାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ଜଣେ ଚାଇନିଜ ଗୁପ୍ତଚରଙ୍କ ସହ ତାଙ୍କର ସମ୍ପର୍କ…

ଛାତ୍ରୀଙ୍କ ପ୍ରତି ଅନୁପଯୁକ୍ତ ଆଚରଣ ଅଭିଯୋଗରେ ଡିୟୁ ପ୍ରଫେସରଙ୍କୁ ବାଧ୍ୟତାମୂଳକ ଛୁଟିରେ ପଠାଗଲା

ନୂଆଦିଲ୍ଲୀ,୧୨।୧୧: ଦିଲ୍ଲୀ ବିଶ୍ୱବିଦ୍ୟାଳୟ (DU) ଅଧୀନସ୍ଥ ସତ୍ୟବତୀ କଲେଜର ଜଣେ ପ୍ରଫେସରଙ୍କ ବିରୁଦ୍ଧରେ ଜଣେ ଛାତ୍ରୀଙ୍କ ପ୍ରତି ଅନୁଚିତ ଆଚରଣ କରିଥିବା ନେଇ ଅଭିଯୋଗ ଆସିବା ପରେ,…

‘ଏକ୍ସ’ (X) ୟୁଜର୍ସଙ୍କ ଅନୁରୋଧ ପୂରଣ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୨।୧୧: ଦୀପାବଳି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତା ସାମ ପିତ୍ରୋଡାଙ୍କ ମଧ୍ୟରେ ସୋସିଆଲ ମିଡିଆରେ ହୋଇଥିବା ଆଦାନପ୍ରଦାନ ବର୍ତ୍ତମାନ ଆଲୋଚନାର ବିଷୟ ପାଲଟିଛି।…

୧୬ଟି ଛକା, ୩୦୩ ରନ… ଅଣ୍ଡର-୧୯ ଏସିଆ କପରେ ରନର ପାହାଡ଼ ଠିଆ କଲେ ଜୁନିୟର ସେହୱାଗ

ନୂଆଦିଲ୍ଲୀ,୧୨।୧୧: ଗୁରୁବାର ଅନୁଷ୍ଠିତ ସେମିଫାଇନାଲ ମ୍ୟାଚରେ ଆଫଗାନିସ୍ତାନକୁ ୮ ୱିକେଟରେ ପରାସ୍ତ କରି, ଭାରତ ୨୦୨୬ ଅଣ୍ଡର-୧୯ ଏସିଆ କପର ଟାଇଟଲ ଜିତିବା ଠାରୁ ମାତ୍ର ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?