Posted inଖେଳ

ମହମୁଦୁଲ୍ଲାଙ୍କୁ କରୋନା

ଢାକା: କୋଭିଡ୍‌ ଟେଷ୍ଟରେ ବାଂଲାଦେଶର ଅନ୍ତର୍ଜାତୀୟ ଟି୨୦ ଅଧିନାୟକ ମହମୁଦୁଲ୍ଲାଙ୍କର ପଜିଟିଭ ଆସିଛି। ଫଳରେ ସେ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌)ର ପ୍ଲେଅଫ୍‌ ଖେଳିବାରୁ ବଞ୍ଚତ୍ତ ହେବେ ବୋଲି ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟରେ ପ୍ରକାଶ ପାଇଛି। ୩୪ ବର୍ଷୀୟ ଏହି ପୁରୁଖା ଅଲରାଉଣ୍ଡର ରବିବାର ରାତିରେ ବିମାନ ଯୋଗେ ଦୁବାଇ ବାଟ ଦେଇ ପାକିସ୍ତାନ ଗସ୍ତ କରିଥାନ୍ତେ। କୋଭିଡ୍‌ ରିପୋର୍ଟରେ ପଜିଟିଭ ପରେ ସେ ତାଙ୍କ ଗସ୍ତକ୍ରମକୁ ବାତିଲ କରି ବର୍ତ୍ତମାନ ସେଲ୍ଫ ଆଇସୋଲେଶନରେ ଅଛନ୍ତି। ଆହୁରି ମଧ୍ୟ ନଭେମ୍ବର ୨୧ କିମ୍ବା ୨୨ରୁ ହେବାକୁଥିବା ବଙ୍ଗବନ୍ଧୁ ଟି୨୦ କପ୍‌ରେ ତାଙ୍କର ଖେଳିବା ନେଇ ସନ୍ଦେହ ସୃଷ୍ଟି ହୋଇଛି। ମହମୁଦୁଲ୍ଲାଙ୍କର ଖୁବ୍‌ ଶୀଘ୍ର ଦ୍ୱିତୀୟ ଟେଷ୍ଟ ହେବ। ମହମୁଦୁଲ୍ଲା ପିଏସ୍‌ଏଲ୍‌ ଟେବୁଲ ଟପ୍ପର ମୁଲ୍‌ତାନ ସୁଲ୍‌ତାନ୍ସ ଦଳରେ ମୋଇନ ଅଲିଙ୍କ ସ୍ଥାନରେ ବଦଳ ଖେଳାଳି ଭାବେ ଯୋଗଦେଇଥାନ୍ତେ। ବାଂଲାଦେଶ ସରକାରଙ୍କ ନିୟମାନୁସାରେ ବିଦେଶ ଗସ୍ତ ବେଳେ ଯାତ୍ରୀଙ୍କୁ ଦେଶ ଛାଡ଼ିବା ବେଳେ କୋଭିଡ୍‌ ନେଗେଟିଭ୍‌ ସାର୍ଟିଫିକେଟ ହାସଲ କରିବାକୁ ହେବ। ପିଏସ୍‌ଏଲ୍‌ଏଫ୍‌ ପ୍ଲେଅଫ୍‌ରେ ବିଦେଶୀ ଖେଳାଳିଙ୍କ ସ୍ଥାନରେ ବଦଳ ଖେଳାଳି ଭାବେ ଯୋଗ ଦେବାକୁ ମହମୁଦୁଲ୍ଲା ଓ ତାମିମ ଇକବଲଙ୍କୁ ଡାକରା ହୋଇଥିଲା। ତାମିମ୍‌ ମଙ୍ଗଳବାର ପାକିସ୍ତାନ ଗସ୍ତ କରିବେ ବୋଲି ଆଶା କରାଯାଉଛି। ଏହି ବାମହାତି ଖେଳାଳି ଖ୍ରିସ୍‌ ଲିନ୍‌ଙ୍କ ସ୍ଥାନରେ ବଦଳ ଖେଳାଳି ଭାବେ ଲାହୋର କଲନ୍ଦର୍ସ ଦଳରେ ଯୋଗ ଦେବେ। ୨୦୨୦ ପିଏସ୍‌ଏଲ୍‌ ପ୍ଲେଅଫ୍‌ ନଭେମ୍ବର ଦ୍ୱିତୀୟ କିମ୍ବା ତୃତୀୟ ସପ୍ତାହରେ ଖେଳାଯିବ। କରୋନା ଭାଇରସ୍‌ ଦେଖାଦେବା ପରେ ଚଳିତ ବର୍ଷ ପ୍ରାରମ୍ଭରେ ଟୁର୍ନାମେଣ୍ଟକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri