Posted inଖେଳ

ମାଇଲଷ୍ଟୋନଠୁ ୫ ଉଇକେଟ ଦୂରରେ

କେପ ଟାଉନ୍‌,୧୧।୧: ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ୍‌ରେ ଏପର୍ଯ୍ୟନ୍ତ ଭାରତୀୟ ଦଳ ପାଇଁ ସର୍ବାଧିକ ଉଇକେଟ ନେଇଥିବା ମହମ୍ମଦ ଶାମି ତୃତୀୟ ଟେଷ୍ଟରେ ଏକ ମାଇଲଷ୍ଟୋନ ସ୍ପର୍ଶ କରିପାରନ୍ତି। ଦୁଇଟି ମ୍ୟାଚ୍‌ରେ ୧୧ ଉଇକେଟ ନେଇଥିବା ଭାରତୀୟ ପେସରଙ୍କୁ ପ୍ରାଟିଜ ଦଳ ବିପକ୍ଷରେ ୫୦ ଉଇକେଟ ପୂରଣ କରିବା ପାଇଁ ଆଉ ୫ ଉଇକେଟ ଦରକାର। କେପ୍‌ ଟାଉନଠାରେ ଖେଳାଯିବାକୁ ଥିବା ନିର୍ଣ୍ଣାୟକ ଟେଷ୍ଟରେ ଶାମି ଯଦି ସଫଳ ହୁଅନ୍ତି, ତେବେ ସେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ୫୦ ଟେଷ୍ଟ ଉଇକେଟ ନେବାରେ ଦ୍ୱିତୀୟ ଭାରତୀୟ ପେସର ହେବେ। ତାଙ୍କ ପୂର୍ବରୁ ଏକମାତ୍ର ଭାରତୀୟ ପେସର ଭାବେ ଜାଭଗଲ ଶ୍ରୀନାଥ ଏହି ସଫଳତା ହାତେଇଛନ୍ତି। ଶ୍ରୀନାଥଙ୍କ ବ୍ୟତୀତ ପ୍ରୋଟିଜ ଦଳ ବିପକ୍ଷରେ ୫୦ ଟେଷ୍ଟ ଉଇକେଟ ନେଇଥିବା ଭାରତୀୟ ବୋଲରଙ୍କ ତାଲିକାରେ କୌଣସି ପେସର ନାହାନ୍ତି। ଏହି ତାଲିକାରେ ଅନୀଲ କୁମ୍ବଲେ, ହରଭଜନ ସିଂ ଓ ରବିଚନ୍ଦ୍ରନ ଅଶ୍ୱିନ ଭଳି ମହାନ ସ୍ପିନର ରହିଛନ୍ତି।

କିମ୍ବଦନ୍ତୀ ସ୍ପିନର କୁମ୍ବଲେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ସର୍ବାଧିକ ୮୪ ଉଇକେଟ ନେଇଥିଲେ। ୬୪ ଉଇକେଟ ସହ ଶ୍ରୀନାଥ ଦ୍ୱିତୀୟ ସ୍ଥାନରେ ଥିବା ବେଳେ ତାଙ୍କ ପଛକୁ ହରଭଜନ (୬୦ ଉଇକେଟ) ଓ ଅଶ୍ୱିନ (୫୬*) ରହିଛନ୍ତି। କ୍ୟାରିୟରରେ ଏପର୍ଯ୍ୟନ୍ତ ଦକ୍ଷିଣ ଆଫ୍ରିକା ବିପକ୍ଷରେ ୧୦ ମ୍ୟାଚ୍‌ ଖେଳିଥିବା ଶାମିଙ୍କ ନାମରେ ୪୫ ଉଇକେଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri