Posted inଖେଳ

‘ବିଶ୍ୱର ଶ୍ରେଷ୍ଠ ୩ ପେସରଙ୍କ ମଧ୍ୟରେ ଶାମି ଜଣେ’

ସେଞ୍ଚୁରିଆନ,୩୦।୧୨: ମହମ୍ମଦ ଶାମି ବିଶ୍ୱର ଶ୍ରେଷ୍ଠ ୩ ପେସରଙ୍କ ମଧ୍ୟରୁ ଜଣେ। ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟକୁ ୧୧୩ ରନ୍‌ରେ ଜିତିବା ପରେ ଭାରତୀୟ ପେସରଙ୍କୁ ଏଭଳି ପ୍ରଶଂସା କରିଛନ୍ତି ଅଧିନାୟକ ବିରାଟ କୋହଲି। ସେଞ୍ଚୁରିଆନ ଟେଷ୍ଟର ପ୍ରଥମ ଇନିଂସରେ ୪୪ ରନ୍‌ ବିନିମୟରେ ୫ ଉଇକେଟ ନେଇଥିବା ଶାମି ଦ୍ୱିତୀୟ ପାଳିରେ ୩ ଉଇକେଟ ହାତେଇଥିଲେ। ତାଙ୍କ ପ୍ରଦର୍ଶନ କାରଣରୁ ଟିମ୍‌ ଇଣ୍ଡିଆ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ୧-୦ର ଅଗ୍ରଣୀ ହାସଲ କରିଛି।

“ଶାମି ଜଣେ ବିଶ୍ୱ ସ୍ତରୀୟ ବୋଲର। ବିଶ୍ୱର ଶ୍ରେଷ୍ଠ ୩ ପେସରଙ୍କ ମଧ୍ୟରୁ ସେ ଜଣେ। ତାଙ୍କର ପ୍ରଭାବୀ ପ୍ରଦର୍ଶନ ଏବଂ ୨୦୦ ଉଇକେଟ ମାଇଲଷ୍ଟୋନ ଲାଗି ମୁଁ ଅତ୍ୟନ୍ତ ଆନନ୍ଦିତ। ଆମେ ଯେଉଁଭଳି ଆରମ୍ଭ ଚାହୁଁଥିଲୁ, ତାହା ଆମକୁ ମିଳିଛି। ୪ ଦିନ ମଧ୍ୟରେ ଏଭଳି ଫଳାଫଳ ଆମ ପ୍ରଦର୍ଶନକୁ ଦର୍ଶାଉଛି। ଦକ୍ଷିଣ ଆଫ୍ରିକା ସର୍ବଦା ଏକ କଷ୍ଟକର ସ୍ଥାନ। କିନ୍ତୁ ଆମେ ବ୍ୟାଟିଂ, ବୋଲିଂ ଓ ଫିଲ୍ଡିଂ ପ୍ରତ୍ୟେକ ବିଭାଗରେ ଭଲ ପ୍ରଦର୍ଶନ କରିଥିଲୁ। ଦଳକୁ ପୋଲ ପୋଜିଶନରେ ପହଞ୍ଚାଇବା ପାଇଁ ଲୋକେଶ ରାହୁଲ ଓ ମୟଙ୍କ ଅଗ୍ରଓ୍ବାଲଙ୍କୁ ଅନେକ ଶ୍ରେୟ ଦେବାକୁ ପଡ଼ିବ” ବୋଲି କୋହଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri