Posted inଖେଳ

ପ୍ରଥମ ବଲ୍‌ରେ ଇତିହାସ ରଚିଲେ ଶାମି, ପରେ କରିଦେଲେ ବଡ଼ ଭୁଲ; ଦେଖିବାକୁ ମିଳିଲା..  

ନୂଆଦିଲ୍ଲୀ,୨୫।୪: IPL ୨୦୨୫ର ୪୩ତମ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦର ଦ୍ରୁତ ବୋଲର ମହମ୍ମଦ ଶାମି ଚେନ୍ନାଇ ସୁପର କିଙ୍ଗସ ବିପକ୍ଷରେ ପ୍ରଥମ ବଲ୍‌ରେ ଇତିହାସ ରଚିଛନ୍ତି। ସେ ଚେନ୍ନାଇ ସୁପର କିଙ୍ଗ୍ସର ଯୁବ ଓପନର୍‌ ଶେଖ ରସିଦଙ୍କ ଉଇକେଟ ନେଇଥିଲେ। ଆଇପିଏଲ୍‌ରେ ଚତୁର୍ଥ ଥର ପାଇଁ ଶାମି ମ୍ୟାଚ୍‌ର ପ୍ରଥମ ବଲ୍‌ରେ ଉଇକେଟ ନେଇଥିଲେ। ଏକମାତ୍ର ବୋଲର ଭାବେ ସେ ଚାରି ଥର ଏହି ସଫଳତା ହାସଲ କରିଛନ୍ତି। କେବଳ ଏତିକି ନୁହେଁ ସେ ଚତୁର୍ଥ ଥର ପାଇଁ ଇନିଂସର ପ୍ରଥମ ବଲରେ ଉଇକେଟ ନେବାର ସଫଳତା ହାସଲ କରିବାରେ ଆଇପିଏଲ୍‌ର ପ୍ରଥମ ବୋଲର ମଧ୍ୟ  ପାଲଟିଛନ୍ତି।

IPL ମ୍ୟାଚ୍‌ରେ ପ୍ରଥମ ବଲରେ ସର୍ବାଧିକ ଉଇକେଟ ନେଇଥିବା ଖେଳାଳି:
୪ ଥର- ମହମ୍ମଦ ଶାମି
୨ ଥର- ର୍ଡିକ ନାନେସ
୨ ଥର -ଲାସିଥ ମାଲିଙ୍ଗା
୨ ଥର-ଉମେଶ ଯାଦବ
୨ ଥର- ଭୁବନେଶ୍ୱର କୁମାର
୨ ଥର-ଟ୍ରେଣ୍ଟ ବୋଲ୍ଟ

ମ୍ୟାଚ୍‌ର ପ୍ରଥମ ବଲ୍‌ରେ ମହମ୍ମଦ ଶାମି ଏକ ଐତିହାସିକ ସଫଳତା ହାସଲ କରିଥିଲେ। ହେଲେ ଦ୍ୱିତୀୟ ବଲ୍‌ରେ ହିଁ ସେ ଏକ ନୋ ବଲ ପକାଇଥିଲେ। ପ୍ରକୃତରେ ସେ ବୋଲିଂ କରିବା ସମୟରେ ନିଜ ହାତରେ ଉଇକେଟ ମାରିଥିଲେ। ଏହି ଘଟଣା ରନ୍‌ ଅପ୍‌ ସମୟରେ ଘଟିଥିଲା, ଯାହା ଯୋଗୁ ଅମ୍ପାୟାର ଏହି ବଲ୍‌କୁ ନୋ ବଲ୍‌ ଘୋଷଣା କରିଥିଲେ। କ୍ରିକେଟରେ ଏପରି ଘଟଣା ବହୁତ କମ ଦେଖାଯାଇଛି, ଯେତେବେଳେ ବୋଲର ବୋଲିଂ କରିବା ସମୟରେ ଉଇକେଟରେ ନିଜ ହାତକୁ ଆଘାତ କରନ୍ତି।
ଏହି ମ୍ୟାଚ ସନରାଇଜର୍ସ ହାଇଦ୍ରାବାଦ ଏବଂ ଚେନ୍ନାଇ ସୁପର କିଙ୍ଗସ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ପ୍ଲେଅଫ୍‌ ଦୌଡ଼ରେ ରହିବା ପାଇଁ ଉଭୟ ଦଳକୁ ଏହି ମ୍ୟାଚ୍‌ ଜିତିବାକୁ ପଡିବ। ଏହି ସିଜିନରେ ଉଭୟ ଦଳ ଏପର୍ଯ୍ୟନ୍ତ ୮-୮ଟି ମ୍ୟାଚ ଖେଳିଛନ୍ତି ଏବଂ ୨-୨ଟି ମ୍ୟାଚ ଜିତିଛନ୍ତି। ଏପରି ପରିସ୍ଥିତିରେ, ଗୋଟିଏ ପରାଜୟ ଏହି ଦଳଗୁଡ଼ିକର ପ୍ଲେଅଫ୍‌ ପାଇଁ ପଥ ବନ୍ଦ କରିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri