Posted inଖେଳ

ରାଷ୍ଟ୍ରପତିଙ୍କ ଠାରୁ ଅର୍ଜୁନ ପୁରସ୍କାର ଗ୍ରହଣ କଲେ ଶାମି

ନୂଆଦିଲ୍ଲୀ,୯।୧: ଅର୍ଜୁନ ପୁରସ୍କାର ପାଇବାରେ ଭାରତୀୟ କ୍ରିକେଟର ମହମ୍ମଦ ଶାମି ୫୮ ତମ କ୍ରିକେଟର ହୋଇଛନ୍ତି। ଆଜି ତାଙ୍କୁ ଏହି ବଡ କ୍ରୀଡା ପୁରସ୍କାର ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଏହି ପୁରସ୍କାରରେ ସମ୍ମାନିତ କରିଛନ୍ତି।

କ୍ରିକେଟ ଜଗତରେ ପ୍ରଥମ ଥର ପାଇଁ ସଲିମ ଦୁରାନୀ ଏହି ପୁରସ୍କାର ଗ୍ରହଣ କରିଥିଲେ। ଏହି ପୁରସ୍କାର ପାଇଥିବା ଶେଷ କ୍ରିକେଟର ହେଉଛନ୍ତି ଶିଖର ଧାୱନ। ୨୦୨୧ରେ ଶିଖର ଏହି ସମ୍ମାନ ଗ୍ରହଣ କରିଥିଲେ। ଗତ ବର୍ଷ ଏହି ପୁରସ୍କାର ପାଇଁ କୌଣସି କ୍ରିକେଟର ମନୋନୀତ ହୋଇ ନ ଥିବା ବେଳେ ଏଥର ଶାମିଙ୍କୁ ପରସ୍କାର ପ୍ରଦାନ କରାଯାଇଛି। ଶାମିଙ୍କ ସହ ଅନ୍ୟ ୨୩ ଖେଳାଳିଙ୍କୁ ମଧ୍ୟ ଅର୍ଜୁନ ପୁରସ୍କାରରେ ସମ୍ମାନିତ କରାଯାଇଛି।

୨୦୨୩ ବର୍ଷ ୩୩ ବର୍ଷୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ପାଇଁ ଭଲ ଥିଲା। ବର୍ଷ ଶେଷରେ ଆୟୋଜିତ ଦିନିକିଆ ବିଶ୍ୱକପ୍‌ରେ ସେ ଏକ ଆଲୋଡ଼ନ ସୃଷ୍ଟି କରିଥିଲେ। ଟୁର୍ନାମେଣ୍ଟର ପ୍ରଥମ ୪ ମ୍ୟାଚ ଖେଳି ନ ଥିଲେ ମଧ୍ୟ ଶାମି ୨୪ ଉଇକେଟ୍‌ ନେଇ ଟୁର୍ନାମେଣ୍ଟରେ ସର୍ବାଧିକ ଉଇକେଟ୍‌ ନେଇଥିବା ବୋଲର ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରେ ଆଖିବୁଜା ଗୁଳି ଚାଳନା, ୧୧ ମୃତ

କେପଟାଉନ,୭।୧୨: ଦକ୍ଷିଣ ଆଫ୍ରିକାରେ ଏକ ଭୟଙ୍କର ଗୁଳିକାଣ୍ଡ ଘଟିଛି। ଏଥିରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଦକ୍ଷିଣ ଆଫ୍ରିକା ପୋଲିସ ସେବା (SAPS) ଶନିବାର...

Justin Trudeau-Katy Perry Relationship: କାନାଡାର ପୂର୍ବତନ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ-କେଟି ପେରିଙ୍କ ସମ୍ପର୍କର ଖୁଲାସା, ନିଜେ ଶେୟାର କଲେ ଅପଡେଟ ପୋଷ୍ଟ

ଓଟାଓ୍ବା,୭।୧୨: ଆମେରିକୀୟ ପପ ଷ୍ଟାର କେଟି ପେରି ଶେଷରେ ତାଙ୍କ ବ୍ୟକ୍ତିଗତ ସମ୍ପର୍କକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ସେ ଇନଷ୍ଟାଗ୍ରାମରେ ଫଟୋ ଏବଂ...

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ତାରିଣୀ ପୀଠର ବିକାଶ ପାଇଁ କଲେ ବଡ଼ ଘୋଷଣା

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ...

ରେକର୍ଡ ଭାଙ୍ଗୁଛି ଶୀତ, ରାଜ୍ୟର ସବୁଠୁ ଥଣ୍ଡା ସହର ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତର ଲହରି ରେକର୍ଡ ଭାଙ୍ଗିଛି। ଦିନକୁ ଦିନ ତାପମାତ୍ରା ହ୍ରାସ ପାଇ ରବିବାର ସକାଳ ସୁଦ୍ଧା ୭.୫...

ବିଦ୍ୟାଳୟରେ ପାଇଖାନା ନ ଥିବା ଘଟଣାକୁ ସହୃଦୟର ସହ ନେଲେ ବିଡିଓ, କହିଲେ ୩ ମାସରେ…

ଦାରିଙ୍ଗବାଡି,୭।୧୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ ୬...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ଗୁଡ ନ୍ୟୁଜ ଦେଲା ଏୟାର ଇଣ୍ଡିଆ, ଖୁସି ହେବେ ଯାତ୍ରୀ

ନୂଆଦିଲ୍ଲୀ,୭।୧୨: ଦେଶବ୍ୟାପୀ ଅନେକ ଇଣ୍ଡିଗୋ ବିମାନ ବାତିଲ ହେବା ଫଳରେ ଯାତ୍ରା ଗୁରୁତର ଭାବରେ ବାଧାପ୍ରାପ୍ତ ହୋଇଛି। ଏହାର ଜବାବରେ, ଏୟାର ଇଣ୍ଡିଆ ଏବଂ ଏୟାର...

SBI ରେ ଆକାଉଣ୍ଟ ଅଛି କି? ଏହି ଭୁଲ କରୁଥିଲେ କଟିଯିବ ଟଙ୍କା…

ନୂଆଦିଲ୍ଲୀ,୭।୧୨: ଆପଣଙ୍କର ଷ୍ଚେଟ ବ୍ୟାଙ୍କ ଅଫ ଇଣ୍ଡିଆ(SBI) ବ୍ୟାଙ୍କରେ ଖାତା ଅଛି କି? ଆପଣଙ୍କର ATMରୁ ବାରମ୍ୱାର ଟଙ୍କା ଉଠାଇବାର ଅଭ୍ୟାସ ରହିଛି କି? ତେବେ...

୬୫ ବର୍ଷ ବିଦ୍ୟାଳୟରେ ପାଇଖାନା କି ମୌଳିକ ସୁବିଧା ନାହିଁ:  ପିଲାଙ୍କ ପାଇଁ ପାହାଡ ଜଙ୍ଗଲ ହିଁ ଭରସା 

ଦାରିଙ୍ଗବାଡି,୭।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri