Posted inଖେଳ

ବେଗ ବଢ଼ାଇବା ପାଇଁ ପୋଷା କୁକୁରର ସହାୟତା ନେଲେ ସାମି

କୋଲକାତା, ୨୭।୬- କରୋନା ଭାଇରସ ଲାଗି ଦୀର୍ଘ ଦିନ ଧରି କ୍ରିକେଟ୍‌ରୁ ଦୂରେଇ ରହିଥିବା ଭାରତୀୟ ଦଳର ଖେଳାଳିମାନେ ଏବେ ଧିରେ ଧିରେ ପଡ଼ିଆକୁ ପ୍ରତ୍ୟାବର୍ତ୍ତନ କରୁଥିବା ଦେଖିବାକୁ ମିଳୁଛି। ପୂର୍ବରୁ ଚେତେଶ୍ୱର ପୂଜାରା, ଇଶାନ୍ତ ଶର୍ମା, ରୋହିତ୍‌ ଶର୍ମା ପ୍ରମୁଖ ସେମାନଙ୍କ ଅଭ୍ୟାସ ଆରମ୍ଭ କରିସାରିଛନ୍ତି। ଏବେ ଭାରତୀୟ ଦଳର ପ୍ରମୁଖ ଦ୍ରୁତ ବୋଲର ମହମ୍ମଦ ସାମି ଟ୍ରେନିଂ ଆରମ୍ଭ କରିଥିବା ଜଣାପଡ଼ିଛି। ଟ୍ରେନିଂ ଅବସରର ଏକ ଭିଡିଓକୁ ସାମି ନିଜ ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ କରିଛନ୍ତି। ଯେଉଁଥିରେ ସେ ନିଜ ଦୌଡ଼ର ବେଗ ବଢ଼ାଇବା ପାଇଁ ପୋଷା କୁକୁରର ସହାୟତା ନେଇଛନ୍ତି। ଏହି ଭିଡିଓରେ ସାମି ତାଙ୍କ ପୋଷା କୁକୁର ଜ୍ୟାକ୍‌ ସହ ଏକାଠି ଦୌଡ଼ୁଥିବାରୁ ଦେଖିବାକୁ ମିଳିଛି। ଦୌଡ଼ ଆରମ୍ଭରୁ ଆଗରେ ରହିଥିବା ସାମି କିନ୍ତୁ ଅନ୍ତିମ ଭାଗରେ ଜ୍ୟାକ୍‌ଠାରୁ ପଛରେ ପଡ଼ିଯାଇଛନ୍ତି। ଏହି ଭିଡିଓ ତଳେ ସାମି ‘ସ୍ପିଡ୍‌ ଓ୍ବର୍କ ଓ୍ବିଥ୍‌ ଜ୍ୟାକ୍‌’ ବୋଲି ଏକ କ୍ୟାପ୍‌ସନ ଲେଖିଛନ୍ତି। ବେଗ ବଢ଼ାଇବା ପାଇଁ ସାମିଙ୍କ ଏହି ଉପାୟକୁ ଅନେକ ପ୍ରଶଂସକ ପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଥମୁନି ଦାଦନ ଦୁଖଃ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୩ା୪(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ କୋଏମ୍ୱାଟୁରରେ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ବେହେରା(୪୫)।…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri