Posted inଖେଳ

କ୍ରିକେଟ ଛାଡି ବ୍ୟବସାୟ ଆରମ୍ଭ କଲେ ଏହି ଖେଳାଳି

ଗୋଟିଏ ପଟେ ଭାରତୀୟ ଦଳ ଫେବୃୟାରୀ ୫ରୁ ଆରମ୍ଭ ହେବାକୁ ଥିବା ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ପାଇଁ ପ୍ରସ୍ତୁତି ଚଳାଇଥିବା ବେଳେ ଅନ୍ୟପଟେ ଦଳର ଦ୍ରୁତ ବୋଲର ମହମ୍ମଦ ଶାମି କ୍ରିକେଟ ଛାଡି ନିଜର ନୂତନ ବ୍ୟବସାୟ ଉପରେ ଧ୍ୟାନ ଦେଉଛନ୍ତି। ହଁ, ହାତରେ ଆଘାତ ଯୋଗୁ ଭାରତ-ଇଂଲଣ୍ଡ ସିରିଜ୍‌ର ପ୍ରଥମ ୨ଟି ମ୍ୟାଚ୍‌ରେ ଶାମି ଦଳର ଅଂଶ ହୋଇ ନାହାନ୍ତି। ଏହି ସମୟରେ ଖାଲିରେ ବସିବା ପରିବର୍ତ୍ତେ ପିିତ୍ତଳ ଶୋ’ପିସ୍‌ର ବ୍ୟବସାୟ କରୁଛନ୍ତି। ହାତରେ ପଟ୍ଟୀ ବାନ୍ଧି ନିଜ ଜିନିଷର ପ୍ରମୋଶନ କରୁଥିବାର ଦେଖିବାକୁ ମିଳୁଛି। ଏହି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଶାମି ନିଜର ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟରେ ଏହିସବୁ ଫଟୋ ଶେୟାର କରି ସେ ପିତ୍ତଳର ବ୍ୟବସାୟ ଆରମ୍ଭ କରିଥିବା କହିଛନ୍ତି। ଏଥିସହ ସେ ଲେଖିଛନ୍ତି, ଅର୍ଡର ପାଇଁ ପିତ୍ତଳର ନୂଆ ପ୍ରଡକ୍ଟ ଆସିଯାଇଛି। ଏଥିପାଇଁ ଆପଣ shami୧୧୯୪@icloud.com ରେ ମେଲ୍‌ କରିପାରିବେ ବୋଲି ସେ ଲେଖିଛନ୍ତି। ଶାମିଙ୍କ ଏହି ଫଟୋ ଦେଖିବା ପରେ କିଛି ୟୁଜର ତାଙ୍କୁ ଟ୍ରୋଲ କରିବା ମଧ୍ୟ ଆରମ୍ଭ କରିଦେଇଛନ୍ତି। ଜଣେ ୟୁଜର ଲେଖିଛନ୍ତି, ଆପଣ ଏ କି ବ୍ୟବସାୟ ଆରମ୍ଭ କରିଛନ୍ତି। ସେହିପରି ଆଉ କିଛି ୟୁଜର ତାଙ୍କ ହାତ ବିଷୟରେ ପଚାରି ବୁଝିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି।…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri