Posted inଖେଳ

ଏକଦା ପଙ୍କଚର ମାରିବା ପାଇଁ ସାଙ୍ଗମାନଙ୍କଠାରୁ ଟଙ୍କା ଉଧାର ନେଉଥିଲେ; ଏବେ କୋଟିପତି ଏହି ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୧: ଭାରତୀୟ କ୍ରିକେଟର ମହମ୍ମଦ ସିରାଜଙ୍କୁ ଏକାଦଶରେ ସ୍ଥାନ ମିଳିଛି। ଏଯାବତ ସେ ୬ ଅନ୍ତରାଷ୍ଟ୍ରୀୟ ମ୍ୟାଚ୍‌ରେ ପ୍ରତିନିଧିତ୍ୱ କରିସାରିଲେଣି। ଉପରକୁ ସ୍ବାଭାବିକ ଲାଗୁଥିଲେ ହେଁ ଏହି ଷ୍ଟାର ବୋଲରଙ୍କ ଜୀବନ ବହୁତ ସଂଘର୍ଷମୟ ଥିଲା। ଏକ ସମୟରେ ସାମାନ୍ୟ ପଙ୍କଚର ମାରିବା ପାଇଁ ତାଙ୍କ ପକେଟରେ ଟଙ୍କାଟିଏ ବି ନ ଥିଲା। ଏଥିପାଇଁ ସେ ସାଙ୍ଗମାନଙ୍କଠାରୁ ଉଧାର ନେଇଥିଲେ। ସେଦିନ ଆଉ ଆଜି ଭିତରେ ଅନେକ ପାର୍ଥକ୍ୟ ଏବେ। କଠିନ ପରିଶ୍ରମ ଏବଂ କ୍ରିକେଟ ପ୍ରତି ନିଜର ଭଲପାଇବା ଯୋଗୁ ସେ କୋଟି କୋଟି ଟଙ୍କା ସମ୍ପତ୍ତିର ମାଲିକ ହୋଇପାରିଛନ୍ତି।
ସିରାଜଙ୍କ ବାପା ଅଟୋଚାଳକ ଥିଲେ। ରୋଜଗାର କମ୍‌ ଥିବା ସତ୍ତ୍ୱେ ସେ ପିଲାମାନଙ୍କ ଆବଶ୍ୟକତା ପୂରଣ କରିବାକୁ ସମସ୍ତ ପ୍ରଚେଷ୍ଟା କରୁଥିଲେ। କେବଳ ସିରାଜଙ୍କୁ ଦୈନିକ ୭୦ଟଙ୍କା ହାତଖର୍ଚ୍ଚ ମିଳୁଥିଲା। ଏଥିରୁ ୬୦ଟଙ୍କାର ସେ ପେଟ୍ରୋଲ ପକାଉଥିଲେ। କାରଣ ସେ କ୍ରିକେଟ ଅଭ୍ୟାସ ପାଇଁ ଯାଉଥିଲେ। ବାକି ୧୦ଟଙ୍କା ବଞ୍ଚୁଥିଲା। ଯଦି କେବେ ବାଇକ୍‌ ପଙ୍କଚର ହୋଇଯାଉଥିଲା ସେତେବେଳେ ପାଖରେ ଟଙ୍କା ନ ଥିବାରୁ ଅସୁବିଧାରେ ସେ ପଡ଼ୁଥିଲେ। ବନ୍ଧୁମାନଙ୍କଠାରୁ ଉଧାର ନେଇ ସେ ଗାଡ଼ି ମରାମତି କରୁଥିଲେ। ଏବେ ସେ ଆଇପିଏଲ୍‌ରେ ଗୋଟିଏ ସିଜନ ପାଇଁ ୨.୬ କୋଟି ଟଙ୍କା ରୋଜଗାର କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଚାରପତି ବି ଅସହାୟ

ଭାରତୀୟ ଗଣତନ୍ତ୍ରରେ ବିଧାନପାଳିକା, କାର୍ଯ୍ୟପାଳିକା ଓ ନ୍ୟାୟପାଳିକା ତିନୋଟି ପ୍ରମୁଖ ସ୍ତମ୍ଭ ଭାବେ ଜଣାଶୁଣା। ତନ୍ମଧ୍ୟରୁ ନ୍ୟାୟପାଳିକା ଉପରେ ଜନସାଧାରଣ ନ୍ୟାୟ ପାଇଁ ସବୁଠାରୁ ଅଧିକ ଭରସା…

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri