Posted inଖେଳ

ମହମ୍ମଡାନ ସ୍ପୋର୍ଟିଂର ଦ୍ୱିତୀୟ ବିଜୟ

କୋଲକାତା, ୧୨ା୧୦ (ପି.ଟି.)-ସ୍ଥାନୀୟ ସଲ୍ଟଲେକ୍‌ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଏକ ଆଇ-ଲିଗ୍‌ କ୍ୱାଲିଫାୟର୍ସ ମ୍ୟାଚ୍‌ରେ ମହମ୍ମଡାନ ସ୍ପୋର୍ଟିଂ ୪-୧ ଗୋଲ୍‌ରେ ଆରା ଏଫ୍‌ସିକୁ ପରାସ୍ତ କରିଛି। ମହମ୍ମଡାନ ସ୍ପୋର୍ଟିଂ ତରଫରୁ ପ୍ରଥମ ଥର ଖେଳିଥିବା ନେପାଳୀ ଷ୍ଟ୍ରାଇକର ଅଭିଷେକ ରିଜାଲ (୨୧ତମ ଓ ୪୫ତମ ମିନିଟ୍‌) ଦୁଇଟି ଗୋଲ ପ୍ରଥମାର୍ଦ୍ଧରେ ସ୍କୋର କରିଥିଲେ। ଓ୍ବିଲିସ୍‌ ପ୍ଲାଜା (୧୩ତମ) ଓ ଶେଖ୍‌ ଫିଆଜ୍‌ (୮୯ତମ) ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ବ୍ଲାକ୍‌ ପାନ୍ଥର୍ସ ଦଳ ଖେଳିଥିବା ଦୁଇଟି ମ୍ୟାଚରେ ଏହାର ଦ୍ୱିତୀୟ ବିଜୟ। ମହମ୍ମଡାନ ସ୍ପୋର୍ଟିଂର ସାଫିଉଲ୍‌ ରହମାନ ୫୮ତମ ମିନିଟ୍‌ରେ ନିଜ ପଟେ ଏକ ଗୋଲ ସ୍କୋର କରିବା ଦ୍ୱାରା ଅହମ୍ମଦାବାଦର ଆରା ଏଫ୍‌ସିର ପରାଜୟ ଗୋଲ୍‌ ବ୍ୟବଧାନ ହ୍ରାସ ପାଇଥିଲା। ଟୁର୍ନାମେଣ୍ଟରେ ଆରା ଏଫ୍‌ସି ଦଳର ଏହା ପ୍ରଥମ ମ୍ୟାଚ ଥିଲା। ମହମ୍ମଡାନ ସ୍ପୋର୍ଟିଂ ଗଡଓ୍ବାଲ ଏଫ୍‌ସି ବିପକ୍ଷ ଏହାର ପ୍ରଥମ ମ୍ୟାଚ ଏକ ମାତ୍ର ଗୋଲରେ ଜିତିଥିଲା। ରବିବାର ମ୍ୟାଚ୍‌ ପାଇଁ ଦଳ ୬ଜଣ ଖେଳାଳିଙ୍କୁ ପରିବର୍ତ୍ତନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

ରୋହିତ ଶର୍ମାଙ୍କ ସନ୍ନ୍ୟାସ ନେବା ପକ୍କା? ଏହି ଖୁସି ଖବର ଲକ୍ଷ ଲକ୍ଷ ପ୍ରଶଂସକଙ୍କ ମନ ଭାଙ୍ଗିଦେବ!

ନୂଆଦିଲ୍ଲୀ, ୧୧।୮: ରୋହିତ ଶର୍ମା ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ତୃତୀୟ ଦିନିକିଆ ମ୍ୟାଚରେ ଏହି ଭାରତୀୟ ଖେଳାଳି ଏକ ଚମତ୍କାର ଶତକ…

ଅଜିଙ୍କ୍ୟ ରାହାଣେଙ୍କ ସନ୍ନ୍ୟାସରେ ଚକିତ ହୋଇଯାଇଥିଲେ ସଚିନ! ଦୁହିଁଙ୍କ କଥାବାର୍ତ୍ତାର ହେଲା ଖୁଲାସା

ନୂଆଦିଲ୍ଲୀ, ୧୧।୮: ଗତ କିଛି ସପ୍ତାହ ଧରି ଅଜିଙ୍କ୍ୟ ରାହାଣେ ବେଶ ଚର୍ଚ୍ଚାରେ ଅଛନ୍ତି। ଗତ ଜୁଲାଇ ୩୦ ତାରିଖରେ ସେ ଅବସର ଘୋଷଣା କରିଥିଲେ। ଏହାସହ…

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

ଗାଙ୍ଗୁଲିଙ୍କ ଜୀବନ ପ୍ରତି ବିପଦ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଏବଂ ତାଙ୍କ ପତ୍ନୀ ଡୋନା ଗାଙ୍ଗୁଲିଙ୍କୁ ହତ୍ୟା ଧମକ ମିଳିଛି। ବର୍ତ୍ତମାନ କ୍ରିକେଟ ଆସୋସିଏସନ ଅଫ…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

ପୈତୃକ ଗାଁରେ ଘର କାମ ଆରମ୍ଭ କଲେ ରିଷଭ ପନ୍ତ

ପିଥୋରାଗଡ଼(ଉତ୍ତରାଖଣ୍ଡ),୧୦ା୮: ରିଷଭ ପନ୍ତଙ୍କ ମା’ ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ନିଜ ପୈତୃକ ଗାଁକୁ ଫେରିବା ପରେ ସେମାନଙ୍କ ଘରର ପୁନଃ ନିର୍ମାଣ କାମ ଆରମ୍ଭ ହୋଇଛି। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri