Posted inଜାତୀୟ

ମୋହନ ଭାଗଓ୍ବତ-ଇଲିଆସି ସାକ୍ଷାତ: ଆରଏସଏସ ମୁସଲମାନଙ୍କ ନିକଟତର ହେଉଥିବା ନେଇ ଚର୍ଚ୍ଚା…

ନୂଆଦିଲ୍ଲୀ, ୨୨।୯ : ଆରଏସଏସ ମୁଖ୍ୟ ମୋହନ ଭାଗଓ୍ବତ ଗୁରୁବାର ଦିଲ୍ଲୀରେ ଅଲ ଇଣ୍ଡିଆ ଇମାମ ସଂଗଠନର ମୁଖ୍ୟ ଇମାମ ଡ. ଇମାମ ଉମର ଅହମ୍ମଦ ଇଲିଆସିଙ୍କୁ ଭେଟିଛନ୍ତି। ଏହାପୂର୍ବରୁ ଭାଗଓ୍ବତଙ୍କୁ ପୂର୍ବତନ ମୁଖ୍ୟ ନିର୍ବାଚନ କମିଶନର ଏସ.ୟୁ କୁରେଶି ଏବଂ ଦିଲ୍ଲୀର ପୂର୍ବତନ ଉପରାଜ୍ୟପାଳ ନଜୀବ ଜଙ୍ଗ, ଜାମିରୁଦ୍ଦିନ ଶାହା, ସୟଦ ଶେରୱାନି ଏବଂ ସହିଦ ସିଦ୍ଦିକି ଙ୍କ ସମେତ କେତେକ ମୁସଲିମ ବୁଦ୍ଧିଜୀବୀମାନେ ଭେଟିଥିଲେ।

ମୁଖ୍ୟ ଇମାମ ଇଲିଆସିଙ୍କୁ ଭେଟିବା ପାଇଁ ଭାଗଓ୍ବତ ଦିଲ୍ଲୀର କସ୍ତୁରବା ଗାନ୍ଧୀ ମାର୍ଗ ମସଜିଦ ଠାରେ ତାଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ନିକଟରେ ଆରଏସଏସ ମୁସଲମାନମାନଙ୍କ ସହ ଯୋଗାଯୋଗ ବୃଦ୍ଧି କରିଛି ଏବଂ ଭାଗଓ୍ବତ ସମ୍ପ୍ରଦାୟର ନେତାଙ୍କ ସହ କେତେକ ବୈଠକ ମଧ୍ୟ କରିଛନ୍ତି। ଆରଏସଏସ ମୁସଲମାନଙ୍କ ନିକଟତର ହେଉଥିବା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।

ପୂର୍ବତନ ଭାଜପା ସଂଗଠନର ସାଧାରଣ ସମ୍ପାଦକ ରାମଲାଲଙ୍କ ଉଦ୍ୟମରେ ଅନୁଷ୍ଠିତ ଏହି ବୈଠକରେ ଦୁଇ ସମ୍ପ୍ରଦାୟ ମଧ୍ୟରେ ମତଭେଦ ହ୍ରାସ ପାଇଁ ସମ୍ଭାବ୍ୟ ପଦକ୍ଷେପ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା।

ଏହାପୂର୍ବରୁ ମୁସଲମାନମାନଙ୍କର ଏକ ସଂଗଠନ ଜାମିଆତ-ଉଲେମା-ଇ-ହିନ୍ଦ ନେତା ମୌଲାନା ଅର୍ଶଦ ମଦାନୀ ମଧ୍ୟ ଦିଲ୍ଲୀର ଝଣ୍ଡେୱାଲାନର ସଂଘ ମୁଖ୍ୟାଳୟରେ ପହଞ୍ଚି ୩୦ ଅଗଷ୍ଟ ୨୦୧୯ ରେ ଭାଗଓ୍ବତଙ୍କୁ ଭେଟିଥିଲେ। ମୁସଲିମ ରାଷ୍ଟ୍ରିୟ ମଞ୍ଚ ନେତା ଇନ୍ଦ୍ରଶ କୁମାରଙ୍କ ଉଦ୍ୟମରେ ଅନୁଷ୍ଠିତ ଏହି ବୈଠକରେ ମଧ୍ୟ ବହୁ ଆଲୋଚନା କରାଯାଇଥିଲା। ୯ ନଭେମ୍ବର ୨୦୧୯ରେ ଅଯୋଧ୍ୟାରେ ରାମ ମନ୍ଦିର ଉପରେ ସୁପ୍ରିମକୋର୍ଟଙ୍କ ରାୟ ଆସିବା ପୂର୍ବରୁ ଉଭୟ ସମ୍ପ୍ରଦାୟରେ ଶାନ୍ତି ବଜାୟ ରଖିବା ଦୃଷ୍ଟିକୋଣରୁ ଦୁଇ ବରିଷ୍ଠ ନେତାଙ୍କ ଏହି ବୈଠକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଇଥିଲା।

ଆଗାମୀ ଦିନରେ କଶ୍ମୀରର କିଛି ମୁସଲମାନ ନେତାଙ୍କୁ ମଧ୍ୟ ଭାଗଓ୍ବତ ଭେଟି ପାରନ୍ତି ବୋଲି ଏକ ଆଲୋଚନା ହେଉଛି। କଶ୍ମୀରରେ ନିର୍ବାଚନ ରାଜନୀତି ଆରମ୍ଭ ହେବା ପରେ ଉପତ୍ୟକାରେ ଶାନ୍ତି ବଜାୟ ରଖିବା ଦୃଷ୍ଟିରୁ ଏହା ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି। ଏହି ନେତାମାନେ କଶ୍ମୀର ବିଚ୍ଛିନ୍ନତାବାଦୀ ନେତାମାନଙ୍କୁ ଉପତ୍ୟକାରେ ପୁନର୍ବାର ସକ୍ରିୟ ନହେବା ଏବଂ କଶ୍ମୀରୀ ଯୁବବର୍ଗମାନଙ୍କୁ ନୂତନ ଭାରତ ସହିତ ଯୋଡିବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏ କି ସଙ୍କେତ! ରାତାରାତି ରକ୍ତ ପରି ନାଲି ହୋଇଗଲା ସମୁଦ୍ର; ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୭ା୧୨: ଇରାନର ହରମୁଜ୍ ଦ୍ୱୀପର ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଅଦ୍ଭୁତ ଏବଂ ଚମତ୍କାର ପରିବର୍ତ୍ତନ ଦେଖିବାକୁ ମିଳିଛି। ସାମ୍ପ୍ରତିକ ପ୍ରବଳ ବର୍ଷା ପରେ ଦ୍ୱୀପର ବେଳାଭୂମି...

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri