ଆଜିଠୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋହନ ଭାଗବତ

ଭୁବନେଶ୍ୱର, ୧୩ା୮(ସୁନିତ୍‌ ମିଶ୍ର):ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ସରସଂଘଚାଳକ ମୋହନ ଭାଗବତ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସାରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ସେ ତିନି ଦିନିଆ ଓଡ଼ିଶା ଗସ୍ତ ସାରି ଆସନ୍ତା ୧୫ରେ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କରିବେ ବୋଲି ସଂଘର ଓଡ଼ିଶା ପୂର୍ବ ପ୍ରାନ୍ତର ପ୍ରାନ୍ତ ପ୍ରଚାର ପ୍ରମୁଖ ସୁମନ୍ତ କୁମାର ପଣ୍ଡା କହିଛନ୍ତି। ସୁମନ୍ତ କହିଛନ୍ତି, ଭାଗବତ ଗୌଡୀୟ ମିଶନ ନିମନ୍ତ୍ରଣ କ୍ରମେ ଓଡ଼ିଶା ଆସୁଛନ୍ତି। ସେ ୧୩ରେ ଭୁବନେଶ୍ୱରରେ ପହଞ୍ଚିବା ପରେ ଉତ୍କଳ ବିପନ୍ନ ସହାୟତା ସମିତିରେ ଅବସ୍ଥାନ କରିବେ। ୧୪ରେ କଟକ ସ୍ଥିତ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ଗୌଡୀୟ ବୈଷ୍ଣବ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ବୋଧନ ଦେବେ। ସେଦିନ ସାରେ ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ସହିତ ଗୋବର୍ଦ୍ଧନ ପୀଠର ପୂଜ୍ୟ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ଭେଟି ଭୁବନେଶ୍ୱର ଫେରି ଆସିବେ। ୧୫ରେ ଭାଗବତ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri