Posted inଜାତୀୟ

ସାବଧାନ କଲେ ମୋହନ ଭାଗବତ: ଏକଜୁଟ୍‌ ହେଉଛନ୍ତି ପାକିସ୍ତାନ-ବାଂଲାଦେଶ

ନାଗପୁର,୧୨।୧୦: ବିଜୟାଦଶମୀ ଅବସରରେ ନାଗପୁରର ରେଶମ ବାଗ ପଡିଆରେ ରାଷ୍ଟ୍ରିୟ ସ୍ବଂୟସେବକ ସଂଗଠନର ମୁଖ୍ୟ ମୋହନ ଭଗବତ ‘ଶସ୍ତ୍ର ପୂଜନ’ କରିଛନ୍ତି। ଏହି କାର୍ଯ୍ୟକ୍ରମକୁ ସମ୍ବୋଧିକ କରି ସେ କହିଛନ୍ତି, ବାଂଲାଦେଶରେ ଆଲୋଚନା ଚାଲିଛି ଯେ, ପାକିସ୍ତାନ ନିକଟରେ ପରମାଣୁ ଅସ୍ତ୍ର ଥିବାରୁ ଭାରତ ବିରୋଧରେ ଏହାକୁ ପ୍ରୟୋଗ କରାଯିବା ଉଚିତ୍‌। ବାଂଲାଦେଶ ଏବଂ ପାକିସ୍ତାନରେ ମଧ୍ୟ ହିନ୍ଦୁମାନେ ସଂଗଠିତ ହେବା ଉଚିତ୍‌।

ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାର ସମ୍ପର୍କରେ ମୋହନ ଭାଗବତ କହିଛନ୍ତି, ସ୍ଥାନୀୟ କାରଣରୁ ବାଂଲାଦେଶରେ ହିଂସାତ୍ମକ ଘଟଣା ହୋଇଥିଲା। ହିନ୍ଦୁ ସମ୍ପ୍ରଦାୟର ଲୋକଙ୍କ ଉପରେ ଅତ୍ୟାଚାର କରାଯାଉଛି। ସେହି ଅତ୍ୟାଚାରକୁ ବିରୋଧ କରି ସେଠାରେ ଥିବା ହିନ୍ଦୁ ସମ୍ପ୍ରଦାୟ ଏଥର ସଂଗଠିତ ହୋଇ ନିଜକୁ ରକ୍ଷା କରିବା ପାଇଁ ଘରୁ ବାହାରକୁ ଆସିବା ଉଚିତ୍‌। କିନ୍ତୁ ଯେପର୍ଯ୍ୟନ୍ତ ଏହି ଅତ୍ୟାଚାରକାରୀ ମୌଳିକବାଦୀ ଗୋଷ୍ଠୀ ସେଠାରେ ଅଛନ୍ତି, ସେଠାରେ ଥିବା ହିନ୍ଦୁମାନଙ୍କ ସମେତ ସମସ୍ତ ସଂଖ୍ୟାଲଘୁ ସମ୍ପ୍ରଦାୟର ମୁଣ୍ଡ ଉପରେ ବିପଦର ଖଣ୍ଡା ଝୁଲି ରହିବ।

ବାଂଲାଦେଶରୁ ବେଆଇନ ଅନୁପ୍ରବେଶ ସମ୍ପର୍କରେ ସେ କହିଛନ୍ତି, ବାଂଲାଦେଶରୁ ଭାରତକୁ ବେଆଇନ ଅନୁପ୍ରବେଶ ଏବଂ ଜନସଂଖ୍ୟା ଅସନ୍ତୁଳନ ଗୁରୁତର ବିଷୟ ପାଲଟିଛି। ଏହି ଅନୈତିକ ଅନୁପ୍ରବେଶ ଯୋଗୁ ଦେଶର ପାରସ୍ପରିକ ସମନ୍ବୟ ଏବଂ ସୁରକ୍ଷା ଉପରେ ପ୍ରଶ୍ନ ଉଠିଛି। ଅସଂଗଠିତ ଏବଂ ଦୁର୍ବଳ ରହିବା ଦୁଷ୍ଟମାନଙ୍କ ଦ୍ୱାରା ଅତ୍ୟାଚାରକୁ ନିମନ୍ତ୍ରଣ କରିବା। ଏହି ଶିକ୍ଷାକୁ ସମଗ୍ର ବିଶ୍ୱରେ ହିନ୍ଦୁ ସମାଜ ମଧ୍ୟ ଗ୍ରହଣ କରିବା ଉଚିତ୍‌। କେଉଁ ଦେଶ ଭାରତ ଉପରେ ଚାପ ପକାଇବାକୁ ଚାହୁଁଛନ୍ତି ତାହା କହିବା କୌଣସି ଆବଶ୍ୟକତା ନାହିଁ। ସରକାରଙ୍କୁ ମଧ୍ୟ ଏ ବିଷୟରେ ଚିନ୍ତା କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?