ଭାଗବତଙ୍କୁ କଳାପତାକା ଦେଖାଇଲା ଛାତ୍ର କଂଗ୍ରେସ, ୮ଜଣଙ୍କୁ ଉଠାଇ ନେଲା ପୋଲିସ

ଭୁବନେଶ୍ୱର, ୩୧ା୧(ସୁନିତ୍‌ ମିଶ୍ର): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌) ସରସଂଘଚାଳକ ମୋହନ ଭାଗବତଙ୍କୁ ଗୁରୁବାର ମଞ୍ଚେଶ୍ୱରଠାରେ ଛାତ୍ର କଂଗ୍ରେସ ପକ୍ଷରୁ କଳାପତାକା ଦେଖାଯାଇ ବିରୋଧ ପ୍ରଦର୍ଶନ କରାଯାଇଛି। ଭାଗବତ ସୂଚନା ଭବନଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଫେରିବାବେଳେ ଛାତ୍ର କଂଗ୍ରେସ ସଭାପତି ଉଦିତ୍‌ ପ୍ରଧାନଙ୍କ ନେତୃତ୍ୱରେ କେତେଜଣ କର୍ମୀ ଏଭଳି ବିରୋଧ ପ୍ରଦର୍ଶନ କରିଛନ୍ତି।

ଏହି ଅବସରରେ ଉଦିତ୍‌ କହିଛନ୍ତି, କିଛିଦିନ ତଳେ ଭାଗବତ କହିଥିଲେ ୧୯୪୭ରେ ଦେଶ ସ୍ବାଧୀନ ହୋଇ ନ ଥିଲା ବରଂ ରାମମନ୍ଦିର ପ୍ରତିଷ୍ଠା ପରେ ଦେଶ ସ୍ବାଧୀନ ହେଲା। ସେ ଏପରିି କହି ଦେଶର ସବୁ ସ୍ବାଧୀନତା ସଂଗ୍ରାମୀଙ୍କୁ ଅପମାନିତ କରିଥିଲେ। ତେଣୁ ତାଙ୍କ ମନ୍ତବ୍ୟକୁ ବିରୋଧକରି କଳାପତାକା ଦେଖା ଯାଇଥିବା ଉଦିତ୍‌ କହିଛନ୍ତି। ଅନ୍ୟପକ୍ଷରେ ମଞ୍ଚେଶ୍ୱର ପୋଲିସ ଘଟଣାସ୍ଥଳରୁ ଉଦିତ୍‌ଙ୍କ ସମେତ ୮ଜଣଙ୍କୁ ଉଠାଇ ଆଣି ଥାନାରେ ଅଟକ ରଖିଛି। ଏଥିପାଇଁ କଂଗ୍ରେସ କର୍ମୀଙ୍କ ଭିଡ଼ ଲାଗିରହିଥିବାରୁ ଥାନା ପରିସରରେ ସୁରକ୍ଷା କର୍ମୀଙ୍କୁ ମୁତୟନ କରାଯାଇଛି।

ଭାଗବତ ଗୁରୁବାରଠାରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ପ୍ରଥମ ଦିନରେ ସେ ସୂଚନା ଭବନଠାରେ ସ୍ବର୍ଗତ ଶିବରାମ ମହାପାତ୍ରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗଦେଇଛନ୍ତି। ପରବର୍ତ୍ତୀ ୪ ଦିନ ସେ ସଂଘର ଆଭ୍ୟନ୍ତରୀଣ ସାଙ୍ଗଠନିକ ବୈଠକରେ ଯୋଗଦେବେ ବୋଲି ଶୁଣିବାକୁ ମିଳିଛି।

ଉଲ୍ଲେଖଯୋଗ୍ୟ, ୨୦୧୭ ଏପ୍ରିଲରେ ପାଟନା ବିମାନବନ୍ଦର ବାହାରେ ଭାଗବତଙ୍କୁ କଳାପତାକା ପ୍ରଦର୍ଶନ କରାଯାଇଥିଲା। ଆର୍‌ଜେଡି ନେତା ଲାଲୁ ପ୍ରସାଦ ଯାଦବଙ୍କ ବଡ଼ପୁଅ ତେଜ ପ୍ରତାପଙ୍କ ସଙ୍ଗଠନ ଧର୍ମନିରପେକ୍ଷ ସେବକ ସଂଘ(ଡିଏସ୍‌ଏସ୍‌) କର୍ମୀମାନେ ସେତେବେଳେ ତାଙ୍କୁ ଏଭଳି ବିରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

ଲିଭ୍‌ ଇନ୍‌ରେ ରହି ଯୁବତୀଙ୍କୁ କରି ଆସୁଥିଲେ ବଳାତ୍କାର, କୌଶଳ କ୍ରମେ ହୋଇଯାଇଥିଲେ ଫେରାର, ଅଭିଯୁକ୍ତଙ୍କୁ ବାନ୍ଧିି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପାଟପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri