ବ୍ୟଙ୍ଗ ସାହିତ୍ୟିକ ମୋହନ ଦାସ ରତିକାନ୍ତ ରାଓଙ୍କ ପରଲୋକ

ପୁରୀ ଅଫିସ,୭।୧୧: ଓଡ଼ିଶାର ସ୍ବନାମଧନ୍ୟ ବିଶିଷ୍ଟ ହାସ୍ୟ ବ୍ୟଙ୍ଗ ସାହିତ୍ୟିକ ମୋହନ ଦାସ ରତିକାନ୍ତ ରାଓ(୯୩)ଙ୍କ ଶୁକ୍ରବାର କୁଣ୍ଢେଇବେଣ୍ଟ ସାହିସ୍ଥିତ ପଞ୍ଚଚଉରା ନିକଟ ବାସଭବନରେ ପରଲୋକ ହୋଇଛି। ସେ ଜେଲ ବିଭାଗର ମୁକ୍ତବନ୍ଦୀ ଶିବିରର ଅଧିକାରୀ ଭାବେ କାର୍ଯ୍ୟକରି ଅବସରଗ୍ରହଣ କରିଥିଲେ। ଅନେକ ଗଳ୍ପ, କବିତା ଉପନ୍ୟାସ ଲେଖି ସେ ଓଡ଼ିଆ ବ୍ୟଙ୍ଗ ସାହିତ୍ୟ ଜଗତରେ ଜଣେ ପ୍ରତିଷ୍ଠିତ ସାହିତ୍ୟକାର ଥିଲେ। କାନ୍ତକବି ଲକ୍ଷ୍ମୀକାନ୍ତଙ୍କ ଲିଖିତ ଉପନ୍ୟାସ ‘କଣାମାମଁୁ’ର ଉତ୍ତରାର୍ଦ୍ଧ ପ୍ରକାଶ କରି ସେ ଲୋକଲୋଚନକୁ ଆସିଥିଲେ। ଏକାଧିକ ଅନୁଷ୍ଠାନ ପକ୍ଷରୁ ସେ ସମ୍ବର୍ଦ୍ଧିତ ହୋଇଛନ୍ତି। ଆଠ ମଲ୍ଲିକ ଡାଏରୀ ନାମରେ ସେ ତାଙ୍କର ଆତ୍ମଜୀବନୀର କିଛି ଅଂଶ ଲେଖିଥିଲେ। ସ୍ବର୍ଗତ ରାଓଙ୍କ ଜୀବନୀକୁ ନେଇ ଧରିତ୍ରୀ ଖବରକାଗଜରେ ୯୦ ବର୍ଷରେ ମଧ୍ୟ ଚଳଚଞ୍ଚଳ ନାମରେ ଖବର ପ୍ରକାଶ ପାଇଥିଲା। ସେ ଭକ୍ତକବି ମଧୁସୂଦନ ରାଓଙ୍କ ଅଣନାତି। ତାଙ୍କର ୨ ପୁଅ ଓ ସାନଝିଅ ଅଛନ୍ତି। ତାଙ୍କ ମୃତ୍ୟୁରେ ସାହିତ୍ୟ ଜଗତରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ମୃତ୍ୟୁ ଖବରପାଇ ଐତିହ୍ୟ ବିଶାରଦ ସୁରେନ୍ଦ୍ର ମିଶ୍ର, ସାହିିତି୍ୟକ ଡ. କୈାଳସ ଚନ୍ଦ୍ର ଟିକାୟତ ରାୟ, ଲକ୍ଷ୍ମୀକାନ୍ତ ତ୍ରିପାଠୀ, ମମତା ଦାଶ, ବଦ୍ରି ମିଶ୍ର, ମମତା ଦାଶ, ପ୍ରମୁଖ ଶୋକ ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ଓଡ଼ିଶା ଆସି ଓଡ଼ିଆରେ କହିଲେ ନିର୍ବାଚନ କମିଶନର, ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କରି…

ପୁରୀ,୨୭ା୧୨: ଓଡ଼ିଶାରେ ଆସି ପହଞ୍ଚିଛନ୍ତି ଭାରତୀୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। ୩ ଦିନିଆ ଓଡ଼ିଶା ଗସ୍ତରେ ସପରିବାର ଆସିଛନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ସମସ୍ତ...

ପାଖେଇ ଆସୁଛି ନୂଆବର୍ଷ, ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ନେଲା ବଡ଼ ନିଷ୍ପତ୍ତି

ପୁରୀ,୨୭।୧୨: ଡିସେମ୍ବର ମାସର ଶେଷ ଦିନଗୁଡ଼ିକରେ ପୁରୀ ଜଗନ୍ନାଥ ଧାମରେ ଭକ୍ତଙ୍କ ସଂଖ୍ୟାରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏହି ବର୍ଦ୍ଧିତ ଭିଡ଼...

ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର: ପରିବାର ସହ ମହାପ୍ରଭୁଙ୍କୁ କଲେ ଦର୍ଶନ

ପୁରୀ,୨୭।୧୨: ମୁଖ୍ୟ ନିର୍ବାଚନ କମିଶନ ଜ୍ଞାନେଶ କୁମାର ଶନିବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହିତ ଆର୍ଶୀବାଦ ଲାଭ କରିଛନ୍ତି । ମୁଖ୍ୟ...

ଡାକ୍ତରଙ୍କ ଆନ୍ଦୋଳନ: ଲାଇନ୍‌ରେ ଛିଡ଼ା ହୋଇଛନ୍ତି ରୋଗୀ

ଧର୍ମଶାଳା,୨୭।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରମାନେ ବିଭିନ୍ନ ଦାବି ନେଇ ୧ ଘଣ୍ଟିଆ ଆନ୍ଦୋଳନ ଆରମ୍ଭ କରିଛନ୍ତି। ରାଜ୍ୟରେ ମଞ୍ଜୁରୀପ୍ରାପ୍ତ...

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri