ବ୍ୟଙ୍ଗ ସାହିତ୍ୟିକ ମୋହନ ଦାସ ରତିକାନ୍ତ ରାଓଙ୍କ ପରଲୋକ

ପୁରୀ ଅଫିସ,୭।୧୧: ଓଡ଼ିଶାର ସ୍ବନାମଧନ୍ୟ ବିଶିଷ୍ଟ ହାସ୍ୟ ବ୍ୟଙ୍ଗ ସାହିତ୍ୟିକ ମୋହନ ଦାସ ରତିକାନ୍ତ ରାଓ(୯୩)ଙ୍କ ଶୁକ୍ରବାର କୁଣ୍ଢେଇବେଣ୍ଟ ସାହିସ୍ଥିତ ପଞ୍ଚଚଉରା ନିକଟ ବାସଭବନରେ ପରଲୋକ ହୋଇଛି। ସେ ଜେଲ ବିଭାଗର ମୁକ୍ତବନ୍ଦୀ ଶିବିରର ଅଧିକାରୀ ଭାବେ କାର୍ଯ୍ୟକରି ଅବସରଗ୍ରହଣ କରିଥିଲେ। ଅନେକ ଗଳ୍ପ, କବିତା ଉପନ୍ୟାସ ଲେଖି ସେ ଓଡ଼ିଆ ବ୍ୟଙ୍ଗ ସାହିତ୍ୟ ଜଗତରେ ଜଣେ ପ୍ରତିଷ୍ଠିତ ସାହିତ୍ୟକାର ଥିଲେ। କାନ୍ତକବି ଲକ୍ଷ୍ମୀକାନ୍ତଙ୍କ ଲିଖିତ ଉପନ୍ୟାସ ‘କଣାମାମଁୁ’ର ଉତ୍ତରାର୍ଦ୍ଧ ପ୍ରକାଶ କରି ସେ ଲୋକଲୋଚନକୁ ଆସିଥିଲେ। ଏକାଧିକ ଅନୁଷ୍ଠାନ ପକ୍ଷରୁ ସେ ସମ୍ବର୍ଦ୍ଧିତ ହୋଇଛନ୍ତି। ଆଠ ମଲ୍ଲିକ ଡାଏରୀ ନାମରେ ସେ ତାଙ୍କର ଆତ୍ମଜୀବନୀର କିଛି ଅଂଶ ଲେଖିଥିଲେ। ସ୍ବର୍ଗତ ରାଓଙ୍କ ଜୀବନୀକୁ ନେଇ ଧରିତ୍ରୀ ଖବରକାଗଜରେ ୯୦ ବର୍ଷରେ ମଧ୍ୟ ଚଳଚଞ୍ଚଳ ନାମରେ ଖବର ପ୍ରକାଶ ପାଇଥିଲା। ସେ ଭକ୍ତକବି ମଧୁସୂଦନ ରାଓଙ୍କ ଅଣନାତି। ତାଙ୍କର ୨ ପୁଅ ଓ ସାନଝିଅ ଅଛନ୍ତି। ତାଙ୍କ ମୃତ୍ୟୁରେ ସାହିତ୍ୟ ଜଗତରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ମୃତ୍ୟୁ ଖବରପାଇ ଐତିହ୍ୟ ବିଶାରଦ ସୁରେନ୍ଦ୍ର ମିଶ୍ର, ସାହିିତି୍ୟକ ଡ. କୈାଳସ ଚନ୍ଦ୍ର ଟିକାୟତ ରାୟ, ଲକ୍ଷ୍ମୀକାନ୍ତ ତ୍ରିପାଠୀ, ମମତା ଦାଶ, ବଦ୍ରି ମିଶ୍ର, ମମତା ଦାଶ, ପ୍ରମୁଖ ଶୋକ ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

ପାଣିରେ ବୁଡ଼ି ଚାଲିଗଲା ଯୁବତୀଙ୍କ ଜୀବନ

ଲାଞ୍ଜିଗଡ଼, ୧୭ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳର ଏକ ନାଳପାଣିରେ ବୁଡି ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?