ବଜେଟରେ ଏହି ସବୁ ନୂଆ ଯୋଜନା ଆଣିଲେ ମୋହନ ସରକାର, ଜାଣନ୍ତୁ କ’ଣ କ’ଣ…

ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। । ଚଳିତ ବଜେଟ ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କା ରହିଛି । ରାଜ୍ୟ ସରକାର ପୂର୍ବ ସରକାର ସମୟରେ ପ୍ରଚଳିତ ଯୋଜନାର ନାମ ପରିବର୍ତ୍ତନ କରି ଅନେକ ନୂଆ ନାମ ଯୋଡିଛନ୍ତି।

ଚଳିତ ବଜେଟରେ ବିଜେଡି ସରକାରର ବହୁଚର୍ଚ୍ଚିତ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ନାଁ ପରିବର୍ତ୍ତନ ହୋଇ ‘ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା’ ହୋଇଛି । ସେହିପରି ବିଜୁ ସେତୁର ନାଁ ବଦଳାଇ ‘ସେତୁ ବନ୍ଧନ’ ଯୋଜନା, ମୋ ସ୍କୁଲର ନାଁ ବଦଳାଇ ‘ପଞ୍ଚସଖା ଶିକ୍ଷା ସେତୁ ଯୋଜନା’, ଲକ୍ଷ୍ମୀ ଯୋଜନାର ନାଁ ‘ଗ୍ରାମାଞ୍ଚଳ ପରିବହନ’ ଯୋଜନା, ଆମ ଓ ନବୀନ ଓ ନାଁ ବଦଳାଇ ‘ବିକଶିତ ଗାଁ ବିକଶିତ ଓ କାଳିଆ ଯୋଜନାର ନାଁ ବଦଳାଇ ‘ସିଏମ-କିଷାନ’ ଯୋଜନା, ବିଜୁ ପକ୍କାଘର ଯୋଜନା ପରିବର୍ତ୍ତେ ‘ଅନ୍ତ୍ୟୋଦୟ ଗୃହ ଯୋଜନା’ ଘୋଷଣା ହୋଇଛି।

ଏଥିସହ ନୂଆ ସରକାର କିଛି ନୂଆ ଯୋଜନା ମଧ୍ୟ ଆଣିଛନ୍ତି। ଅନାଥ ଶିଶୁଙ୍କ ପାଇଁ ବଜେଟରେ ‘ଯଶୋଦା’ ନୂଆ ଯୋଜନା ଅଣାଯାଇଛି। ଅନାଥ ଶିଶୁଙ୍କୁ ଆର୍ଥିକ ସହାୟତା ଯୋଗାଇବାକୁ ‘ଯଶୋଦା’ ଯୋଜନା ଘୋଷଣା ହୋଇଛି। ଗ୍ରାମାଞ୍ଚଳରେ ସହାରାଞ୍ଚଳ ସୁବିଧା ଯୋଗାଇବାକୁ ନୂଆ ଯୋଜନା କରାଯାଇଛି। ବିକଶିତ ଗାଁ ବିକଶିତ ଓଡ଼ିଶା ପାଇଁ ବଜେଟରେ ୧ ହଜାର କୋଟି ବ୍ୟୟ ବରାଦ ହୋଇଛି।

ସେହିପରି ସ୍କୁଲରେ ଡ୍ରପ ଆଉଟ ରୋକିବାକୁ ନୂଆ ଯୋଜନା ‘ମାଧୋ ସିଂହ ହାତ ଖର୍ଚ୍ଚ’। ଏହି ଅଧୀନରେ ନବମ ଓ ଏକାଦଶ ଶ୍ରେଣୀରେ ନାମ ଲେଖାଇଥିବା ଏସ୍‌ଟି ପିଲାଙ୍କୁ ବାର୍ଷିକ ମିଳିବ ୫ ହଜାର ଟଙ୍କା ମିଳିବ। ଚାଷୀମାନଙ୍କ ପାଇଁ ନୂଆ ଯୋଜନା ସିଏମ କିଷାନ ଯୋଜନା ପାଇଁ ୧୯୩୫ କୋଟି ବ୍ୟୟବରାଦ କରାଯାଇଛି।

ମୁଖ୍ୟମନ୍ତ୍ରୀ ଶକ୍ତି ବିକାଶ ଯୋଜନା, ଅକ୍ଷୟ ଶକ୍ତି ବିକାଶ ଯୋଜନା, ଯୁବଶକ୍ତି ଯୋଜନା, ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ସ୍କୁଲ ଯୋଜନା, ଓ ବଳଭଦ୍ର ଜୈବିକ ଚାଷ ମିଶନ, ସବୁ ଆଦିମ ଜନଜାତିଙ୍କ ବସ୍ତିକୁ ସବୁଦିନିଆ ରାସ୍ତା ପାଇଁ ପିଏମ ଜନମନ ଯୋଜନା, ଅତିରିକ୍ତ ସୌରଶକ୍ତି ପ୍ରୋତ୍ସାହନ ଯୋଜନା ଆଣିଛନ୍ତି। ଏହାସହିତ ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଓ ପିଏମ ସୂର୍ଯ୍ୟଘର ଯୋଜନା ଲାଗୁ ହେବ ବୋଲି ଘୋଷଣା କରିଛନ୍ତି।

ଆଜି ଗୃହରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨୦୨୩-୨୪ ଆର୍ଥିକ ବର୍ଷ ତୁଳନାରେ ଚଳିତ ବର୍ଷର ବଜେଟ ଆକାରରେ ୧୫.୨% ବୃଦ୍ଧି ହୋଇଛି। ମୋହନ ସରକାର ଚଳିତ ଆର୍ଥିକ ବର୍ଷରେ ନିଜସ୍ବ ଟିକସ ଓ ଅଣଟିକସ ବାବଦରେ ୧.୧୮ଲକ୍ଷ କୋଟି ଟଙ୍କା, କେନ୍ଦ୍ରୀୟ ଟିକସରୁ ରାଜ୍ୟଅଂଶ ଓ କେନ୍ଦ୍ରୀୟ ଅନୁଦାନକୁ ମିଶାଇ ମୋଟ ୯୩ହଜାର କୋଟି ଟଙ୍କା, ଋଣ ଓ ଅଗ୍ରୀମର ପୁନଃଭରଣା ବାବଦରେ ୫୦୫କୋଟି ଟଙ୍କା ପାଇବେ ଅଟକଳ କରିଛନ୍ତି। ଏହାସହିତ ମୋଟ ବଜେଟ ଅଟକଳର ୨୫.୬% ଅର୍ଥାତ୍‌ ୪୩୪୯୫କୋଟି ଟଙ୍କା ଋଣ ଆଣିବାକୁ ମଧ୍ୟ ଲକ୍ଷ୍ୟ ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

MS Dhoni IPL Retirement:ଏତିକି ବର୍ଷ ବୟସ ପର୍ଯ୍ୟନ୍ତ ଖେଳିବାକୁ ଲକ୍ଷ୍ୟ ରଖିଛନ୍ତି ଧୋନୀ! IPL ଅବସରକୁ ନେଇ ମୁହଁ ଖୋଲିଲେ ମାହି

ନୂଆଦିଲ୍ଲୀ,୨୩।୩: ଚେନ୍ନାଇ ସୁପର କିଙ୍ଗ୍ସର ଏକ ପ୍ରଶଂସକ କାର୍ଯ୍ୟକ୍ରମରେ, ଏମଏସ ଧୋନୀ ହାସ୍ୟରସପୂର୍ଣ୍ଣ ଭାବରେ ମନ୍ତବ୍ୟ ଦେଇଥିଲେ ଯେ ସେ ୬୦ ବର୍ଷ ବୟସ ପର୍ଯ୍ୟନ୍ତ ଆଇପିଏଲ…

୩ ହଜାର ଟଙ୍କାରେ ବିକ୍ରି ହେଉଛି ଗ୍ୟାସ ସିଲିଣ୍ଡର: କଳାବଜାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୨୩।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ-ଆମେରିକା ମଧ୍ୟରେ ଲାଗିଥିବା ଯୁଦ୍ଧର ପରିଣାମ ଆମ ଦେଶ ସମେତ ଅନ୍ୟାନ୍ୟ ଦେଶକୁ ମଧ୍ୟ ଭୋଗିବାକୁ ପଡ଼ୁଛି। ଗ୍ୟାସ, ପେଟ୍ରୋଲ, ଡିଜେଲ ଆମଦାନୀ…

ଠପ୍‌ ହୋଇଯିବକି ସାରା ବିଶ୍ୱ? ହର୍ମୁଜ ଷ୍ଟ୍ରେଟକୁ ନେଇ ଏମିତି ନିଷ୍ପତ୍ତି ନେଲା ଇରାନ, ପ୍ରମାଦ ଗଣିଲାଣି ସାରା ବିଶ୍ୱ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଇରାନ ଏବେ ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା କିଛି ଜାହାଜ ଉପରେ ୨ ନିୟୁତ ଡଲାର (ପ୍ରାୟ ୧୮.୮ କୋଟି)…

ନଷ୍ଟ ହୋଇଯାଇଥିବା ପାଓ୍ବାରପ୍ଲାଣ୍ଟକୁ ନେଇ ଏମିତି ଧମକ ଦେଲା ଇରାନ ସାରା ବିଶ୍ୱ ସ୍ତବ୍ଧ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବେ ଅଧିକ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଇରାନ କହିଛି ଯେ ଯଦି ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହାର ଶକ୍ତି କେନ୍ଦ୍ର ଉପରେ…

ଷ୍ଟ୍ରେଟ ଅଫ ହର୍ମୁଜକୁ ନେଇ ଟ୍ରମ୍ପଙ୍କ ପରେ ଏବେ ଧମକ ଦେଲେଣି ସ୍କଟ ବେସେଣ୍ଟ , କହିଲେ ‘ଇରାନର ଦୁର୍ଗ…’

ଓ୍ବାଶିଂଟନ,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଆହୁରି ବୃଦ୍ଧି ପାଇଛି। ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏବେ ଖୋଲାଖୋଲି ଭାବରେ ପ୍ରକାଶ ପାଇବାକୁ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ତିନି ଚିରଞ୍ଜୀବୀଙ୍କ ବିଚାର

ଶହୀଦ ଭଗତ ସିଂ, ସୁଖଦେବ ଓ ଶିବରାମ ରାଜଗୁରୁଙ୍କ ଅପରାଧଜନିତ ବିଚାରକୁ କଦାପି ବିଚାର କୁହାଯାଇ ପାରିବ ନାହିଁ। ତାହା ଅନ୍ୟାୟ, ଅବିବେକିତା ଓ ଅସଭ୍ୟତାର ଏକ…

ପରମାଣୁ ଅସ୍ତ୍ର ଛାୟାରୁ ମୁକ୍ତି

ବର୍ତ୍ତମାନର ବିଶ୍ୱରେ ଲାଗିରହିଛି ତିନୋଟି ମହାସମର। ତନ୍ମଧ୍ୟରୁ ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ପାଲେଷ୍ଟାଇନ୍‌ ଯୁଦ୍ଧ ବର୍ଷ ବର୍ଷ ଧରି ଚାଲିଥିଲା ବେଳେ ନିକଟରେ ଆରମ୍ଭ ହୋଇଛି ଅତୀବ ଭୟଙ୍କର…

ଚର୍ଚ୍ଚାରେ କଣ୍ଠଶିଳ୍ପୀ ଦିପ୍ତିରେଖା: ପ୍ରଧାନମନ୍ତ୍ରୀ ମୋଦି ଶେୟାର କଲେ…

ଭୁବନେଶ୍ୱର,୨୩ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଭକ୍ତିମୟ ଭଜନ ‘ଦୁର୍ଗତି ନାଶିନୀ ମା’ର ଭିଡ଼ିଓ ଲିଙ୍କ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri