ମୋହନ ସରକାରକୁ ପୂରିଲା ୨ ବର୍ଷ: ରିପୋର୍ଟ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨ା୬(ରବିନାରାୟଣ ଜେନା):ରାଜ୍ୟରେ ଭାଜପା ସରକାରକୁ ଶୁକ୍ରବାର ୨ବର୍ଷ ପୂରଣ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ଲକ ଓ ଜିଲାସ୍ତରୀୟ କାର୍ଯ୍ୟକ୍ରମ କରାଯିବା ସହିତ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଏଥିପୂର୍ବରୁ ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନର କନ୍‌ଭେନ୍‌ସନ ସେଣ୍ଟରଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସରକାରଙ୍କ ଦୁଇବର୍ଷର କାର୍ଯ୍ୟକାରିତା ସମ୍ପର୍କରେ ରିପୋର୍ଟ ଉପସ୍ଥାପନ କରିବେ। ଏହାପରେ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେବେ।
ସେହିପରି ସନ୍ଧ୍ୟା ୮ଟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନର ତୃତୀୟ ମହଲାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଏହି ଅବସରରେ ୨ଟି ବଡ଼ ଘୋଷଣା ରାଜ୍ୟ ସରକାରଙ୍କ ପକ୍ଷରୁ କରାଯିବ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାଯାଇଛି। ଏହାବାଦ୍‌ ରାଜସ୍ବ, ପୂର୍ତ୍ତ ଭଳି ୫ଟିରୁ ଊର୍ଦ୍ଧ୍ୱ ବିଭାଗର କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ମୋହର ମାରିବ ବୋଲି ଜଣାଯାଇଛି। ସୂଚନାଯୋଗ୍ୟ, ରାଜ୍ୟର ଭାଜପା ସରକାରଙ୍କ ପକ୍ଷରୁ ରାଜ୍ୟବାସୀଙ୍କୁ ପ୍ରଦାନ କରାଯାଇଥିବା ନିର୍ବାଚନୀ ଇସ୍ତାହାର ମଧ୍ୟରୁ ପ୍ରାୟ ୧୧ଟି ପ୍ରତିଶ୍ରୁତି ପୂରଣ ହୋଇଛି। ଦ୍ୱିତୀୟବର୍ଷ ପୂର୍ତ୍ତି ଅବସରରେ ରାଜ୍ୟ କ୍ୟାବିନେଟରେ କେଉଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଉଛି ତାହା ଦେଖିବା ବାକି ରହିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?