ମୋହନ ସରକାରଙ୍କ ବଡ଼ ଘୋଷଣା: ୫.୧୨ଲକ୍ଷ ନୂଆ ହିତାଧିକାରୀଙ୍କୁ ମିଳିବ ଭତ୍ତା

ଭୁବନେଶ୍ୱର,୨।୧୦ (ରବିନାରାୟଣ ଜେନା):ଦୀର୍ଘଦିନ ଧରି ସରକାରଙ୍କୁ ଭତ୍ତା ଗଣ୍ଡିଏ ପାଇବା ପାଇଁ ଚାହିଁ ରହିଥିବା ବୃଦ୍ଧା/ବୃଦ୍ଧ ଓ ଅନ୍ୟାନ୍ୟ ବର୍ଗଙ୍କ ଅପେକ୍ଷାର ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଭାଜପା ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ଉପଲକ୍ଷେ ଦେଇଥିବା ପ୍ରତିଶ୍ରୁତି ରକ୍ଷା କରିଛନ୍ତି। ବିଳମ୍ବରେ ହେଲେ ମଧ୍ୟ ୫ଲକ୍ଷ ୧୨ହଜାରରୁ ଊର୍ଦ୍ଧ୍ୱ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ ସଂକ୍ରାନ୍ତୀୟ ଫାଇଲକୁ ଅନୁମୋଦନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ବିଭାଗ ପକ୍ଷରୁ ତତ୍ପରତା ଦେଖାଦେଇଛି। ଖୁବ୍‌ଶୀଘ୍ର ଏନେଇ ଏକ ପୋର୍ଟାଲ କାର୍ଯ୍ୟକ୍ଷମ ହେବ। ଏହାପରେ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରାଯିବ ବୋଲି ମନ୍ତ୍ରିମଣ୍ଡଳର ଜଣେ କ୍ୟାବିନେଟ୍‌ ମନ୍ତ୍ରୀ ସୂଚନା ଦେଇଛନ୍ତି।
ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ବିଭାଗ ପକ୍ଷରୁ ହିତାଧିକାରୀଙ୍କ ଡାଟାବେସ୍‌ ଏବଂ ପୋର୍ଟାଲ ପ୍ରସ୍ତୁତ ପ୍ରକ୍ରିୟା ଜୋରଦାର ହୋଇଛି। ଏତେ ସଂଖ୍ୟକ ହିତାଧିକାରୀଙ୍କୁ ଭତ୍ତା ବାଣ୍ଟିବା ପାଇଁ ସରକାରଙ୍କ ପକ୍ଷରୁ ଖୁବ୍‌ଶୀଘ୍ର ଏକ ସ୍ବତନ୍ତ୍ର ଦିନ ଧାର୍ଯ୍ୟ କରାଯିବ। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମାଝୀ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରିବେ। ଉଲ୍ଲେଖଯୋଗ୍ୟ, ମୌସୁମୀ ବିଧାନସଭା କାଳରେ ବିଧାୟକ ମାନସ କୁମାର ଦତ୍ତ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କୁ ରାଜ୍ୟରେ ଏବେ ସୁଦ୍ଧା କେତେ ସଂଖ୍ୟକ ଆଶାୟୀ ଭତ୍ତା ପାଇବାପାଇଁ ଆବେଦନ କରିଛନ୍ତି। କେବେ ସୁଦ୍ଧା ଅନୁମୋଦନ ହେବ ଏବଂ ମିଳିବ ବୋଲି ପ୍ରଶ୍ନ କରିଥିଲେ। ଉତ୍ତରରେ ମନ୍ତ୍ରୀ ଗଣ୍ଡ କହିଥିଲେ, ରାଜ୍ୟରେ ଅଦ୍ୟାବଧି ୫ଲକ୍ଷ ୧୪ହଜାର ୨୬୭ଜଣ ଆଶାୟୀ ଭତ୍ତା ପାଇଁ ଅନ୍‌ଲାଇନରେ ଆବେଦନ କରିଛନ୍ତି। ରାଜ୍ୟ ସରକାରଙ୍କ ପୂର୍ବ ଘୋଷଣା ଅନୁଯାୟୀ, ଅକ୍ଟୋବରରୁ ପେନ୍‌ସନ ଦେବାକୁ ଯୋଜନା ରହିଛି। ଜିଲାରୁ ପ୍ରାପ୍ତ ତଥ୍ୟକୁ ନେଇ ଯାଞ୍ଚ କରାଯାଇ ଭତ୍ତା ପ୍ରଦାନ କରାଯିବ ବୋଲି ମନ୍ତ୍ରୀ କହିଥିଲେ। ତେବେ ଯାଞ୍ଚ ପରେ ପ୍ରାୟ ୨ହଜାର ହିତାଧିକାରୀ ବାଦ୍‌ ପଡ଼ିବାକୁ ଯାଉଥିବା ଜଣାଯାଇଛି। ତେବେ ଏ ବାବଦକୁ ସରକାର ପ୍ରାୟ ୭୦କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଭାର ବୋହିବାକୁ ପଡ଼ିବ। ଚଳିତମାସ ୧୫ ତାରିଖ ସୁଦ୍ଧା ଭତ୍ତା ବଣ୍ଟନ କରାଯିବ ବୋଲି ସମ୍ପୃକ୍ତ କ୍ୟାବିନେଟ୍‌ ମନ୍ତ୍ରୀ ସୂଚନା ଦେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

୭୫ ବର୍ଷ ପରେ ଘଟିଲା ଏମିତି: ଏସିଆନ ଗେମ୍ସରେ ଚମତ୍କାର କଲା ଭାରତୀୟ ମହିଳା ଟିମ୍‌

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସିଆନ ଗେମ୍ସରେ ଭାରତ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ତୀରନ୍ଦାଜୀର ମହିଳା ରିକର୍ଭ ଟିମ ଫାଇନାଲରେ ଶକ୍ତିଶାଳୀ ଦକ୍ଷିଣ କୋରିଆକୁ ୫-୩ରେ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ପୁଟିନ୍, ନିରପେକ୍ଷ ରହିବା….

ମସ୍କୋ,୨।୧୦: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି । ମୋଦିଙ୍କୁ ବିଶ୍ୱର ସେହି ନେତାମାନଙ୍କ ମଧ୍ୟରେ ପୁଟିନ୍‌ ସାମିଲ କରିଛନ୍ତି,…

ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍‌ ପଣ୍ଡିତ

ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ…

ଆଜି ଇଣ୍ଡିଆ ମେଣ୍ଟର ‘ଗଣତନ୍ତ୍ର ବଞ୍ଚାଓ’ ପଦଯାତ୍ରା, ଫର୍ମ-୬ ପରିବର୍ତ୍ତନକୁ ନେଇ ରାହୁଲ କହିଲେ…

ନୂଆଦିଲ୍ଲୀ,୨।୧୦(ପି.ଟି.): ନୂତନ ଭୋଟର ପଞ୍ଜୀକରଣ ପାଇଁ ଭାରତର ନିର୍ବାଚନ ଆୟୋଗ (ଇସିଆଇ) ଦ୍ୱାରା ବ୍ୟବହୃତ ଅନ୍‌ଲାଇନ୍‌ ‘ଫର୍ମ-୬’ରେ ବେଆଇନ ଭାବେ ପରିବର୍ତ୍ତନ ପାଇଁ ଟାଟା କନ୍ସଲଟାନ୍ସି ସର୍ଭିସେସ୍‌…

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି, ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବ CJP

ମୁମ୍ବାଇ, ୨।୧୦(ପି.ଟି.): ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ତୁରନ୍ତ ଇସ୍ତଫା…

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?