ମୋହନ ସରକାରଙ୍କ ବଡ଼ ଘୋଷଣା: ୫.୧୨ଲକ୍ଷ ନୂଆ ହିତାଧିକାରୀଙ୍କୁ ମିଳିବ ଭତ୍ତା

ଭୁବନେଶ୍ୱର,୨।୧୦ (ରବିନାରାୟଣ ଜେନା):ଦୀର୍ଘଦିନ ଧରି ସରକାରଙ୍କୁ ଭତ୍ତା ଗଣ୍ଡିଏ ପାଇବା ପାଇଁ ଚାହିଁ ରହିଥିବା ବୃଦ୍ଧା/ବୃଦ୍ଧ ଓ ଅନ୍ୟାନ୍ୟ ବର୍ଗଙ୍କ ଅପେକ୍ଷାର ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଭାଜପା ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ଉପଲକ୍ଷେ ଦେଇଥିବା ପ୍ରତିଶ୍ରୁତି ରକ୍ଷା କରିଛନ୍ତି। ବିଳମ୍ବରେ ହେଲେ ମଧ୍ୟ ୫ଲକ୍ଷ ୧୨ହଜାରରୁ ଊର୍ଦ୍ଧ୍ୱ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ ସଂକ୍ରାନ୍ତୀୟ ଫାଇଲକୁ ଅନୁମୋଦନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ବିଭାଗ ପକ୍ଷରୁ ତତ୍ପରତା ଦେଖାଦେଇଛି। ଖୁବ୍‌ଶୀଘ୍ର ଏନେଇ ଏକ ପୋର୍ଟାଲ କାର୍ଯ୍ୟକ୍ଷମ ହେବ। ଏହାପରେ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରାଯିବ ବୋଲି ମନ୍ତ୍ରିମଣ୍ଡଳର ଜଣେ କ୍ୟାବିନେଟ୍‌ ମନ୍ତ୍ରୀ ସୂଚନା ଦେଇଛନ୍ତି।
ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ବିଭାଗ ପକ୍ଷରୁ ହିତାଧିକାରୀଙ୍କ ଡାଟାବେସ୍‌ ଏବଂ ପୋର୍ଟାଲ ପ୍ରସ୍ତୁତ ପ୍ରକ୍ରିୟା ଜୋରଦାର ହୋଇଛି। ଏତେ ସଂଖ୍ୟକ ହିତାଧିକାରୀଙ୍କୁ ଭତ୍ତା ବାଣ୍ଟିବା ପାଇଁ ସରକାରଙ୍କ ପକ୍ଷରୁ ଖୁବ୍‌ଶୀଘ୍ର ଏକ ସ୍ବତନ୍ତ୍ର ଦିନ ଧାର୍ଯ୍ୟ କରାଯିବ। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମାଝୀ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରିବେ। ଉଲ୍ଲେଖଯୋଗ୍ୟ, ମୌସୁମୀ ବିଧାନସଭା କାଳରେ ବିଧାୟକ ମାନସ କୁମାର ଦତ୍ତ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କୁ ରାଜ୍ୟରେ ଏବେ ସୁଦ୍ଧା କେତେ ସଂଖ୍ୟକ ଆଶାୟୀ ଭତ୍ତା ପାଇବାପାଇଁ ଆବେଦନ କରିଛନ୍ତି। କେବେ ସୁଦ୍ଧା ଅନୁମୋଦନ ହେବ ଏବଂ ମିଳିବ ବୋଲି ପ୍ରଶ୍ନ କରିଥିଲେ। ଉତ୍ତରରେ ମନ୍ତ୍ରୀ ଗଣ୍ଡ କହିଥିଲେ, ରାଜ୍ୟରେ ଅଦ୍ୟାବଧି ୫ଲକ୍ଷ ୧୪ହଜାର ୨୬୭ଜଣ ଆଶାୟୀ ଭତ୍ତା ପାଇଁ ଅନ୍‌ଲାଇନରେ ଆବେଦନ କରିଛନ୍ତି। ରାଜ୍ୟ ସରକାରଙ୍କ ପୂର୍ବ ଘୋଷଣା ଅନୁଯାୟୀ, ଅକ୍ଟୋବରରୁ ପେନ୍‌ସନ ଦେବାକୁ ଯୋଜନା ରହିଛି। ଜିଲାରୁ ପ୍ରାପ୍ତ ତଥ୍ୟକୁ ନେଇ ଯାଞ୍ଚ କରାଯାଇ ଭତ୍ତା ପ୍ରଦାନ କରାଯିବ ବୋଲି ମନ୍ତ୍ରୀ କହିଥିଲେ। ତେବେ ଯାଞ୍ଚ ପରେ ପ୍ରାୟ ୨ହଜାର ହିତାଧିକାରୀ ବାଦ୍‌ ପଡ଼ିବାକୁ ଯାଉଥିବା ଜଣାଯାଇଛି। ତେବେ ଏ ବାବଦକୁ ସରକାର ପ୍ରାୟ ୭୦କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଭାର ବୋହିବାକୁ ପଡ଼ିବ। ଚଳିତମାସ ୧୫ ତାରିଖ ସୁଦ୍ଧା ଭତ୍ତା ବଣ୍ଟନ କରାଯିବ ବୋଲି ସମ୍ପୃକ୍ତ କ୍ୟାବିନେଟ୍‌ ମନ୍ତ୍ରୀ ସୂଚନା ଦେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?