ମୋହନ ସରକାରଙ୍କ ବଡ଼ ଘୋଷଣା: ଜଗନ୍ନାଥଙ୍କ ନାଁରେ ହେବ…

ଭୁବନେଶ୍ୱର, ୮।୫(ସୁନିତ୍‌ ମିଶ୍ର):ଓଡ଼ିଆଙ୍କ ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାମରେ ଏକ ସ୍ବତନ୍ତ୍ର ଟିଭି ଚ୍ୟାନେଲ କରାଯିବ। ଏନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଗୁରୁବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରସ୍ତାବିତ ନୂଆ ଚ୍ୟାନେଲର ରୂପରେଖ, ଦୈନିକ କାର୍ଯ୍ୟକ୍ରମ, ଜଗନ୍ନାଥ ସଂସ୍କୃତିର ପରିବ୍ୟାପ୍ତି, ଭକ୍ତଙ୍କ ମନରେ ଜଗନ୍ନାଥଙ୍କୁ ନେଇ ଥିବା ଭାବନାର ପରିପ୍ରକାଶ ସମ୍ବନ୍ଧୀୟ ଆସିଥିବା ପ୍ରସ୍ତାବ ଉପରେ ଆଲୋଚନା ହୋଇଛି। ଚ୍ୟାନେଲର ପ୍ରତିଷ୍ଠା ନେଇ ପ୍ରାଥମିକ ପର୍ଯ୍ୟାୟରେ ଥିବା ଏହି ଆଲୋଚନା ବେଶ୍‌ ସକାରାତ୍ମକ ବୋଲି ମନ୍ତ୍ରୀ ହରିଚନ୍ଦନ ମତବ୍ୟକ୍ତ କରିଛନ୍ତି। ଏହାସହ ଜଗନ୍ନାଥଙ୍କ ସଂସ୍କୃତିକୁ ନେଇ ସାରା ବିଶ୍ୱବାସୀଙ୍କୁ ଅବଗତ କରାଇବା ଏବଂ ଜଗନ୍ନାଥ ସଂସ୍କୃତି ଉପରେ ଅଧିକ ଗବେଷଣା ଓ ଆଲୋଚନା ସହ ଜଗନ୍ନାଥଙ୍କ ମହିମା ଓ ଭାବାବେଗ ନେଇ ଭକ୍ତଙ୍କ ଅନୁଭୂତିକୁ ସମସ୍ତଙ୍କ ନିକଟରେ ପହଞ୍ଚାଇବା ନେଇ ଆସିଥିବା ପ୍ରସ୍ତାବ ଉପରେ ବୈଠକରେ ଆଲୋଚନା ହୋଇଛି। ପରବର୍ତ୍ତୀ ସମୟରେ ଏହା ଉପରେ ଅଧିକ ଆଲୋଚନା କରାଯିବା ସହ ସମ୍ପୂର୍ଣ୍ଣ ରୂପରେଖ ପ୍ରସ୍ତୁତ କରାଯିବ ବୋଲି ମନ୍ତ୍ରୀ ହରିଚନ୍ଦନ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା!

ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri