ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା। ଅନୁଗୋଳ ଜିଲା ଯୋଜନା ଓ ମନିଟରିଂ ୟୁନିଟ(ଡିପିଏମୟୁ)ରେ ଭାବେ କାର୍ଯ୍ୟରତ ଲମ୍ବୋଦର ବେହେରାଙ୍କୁ ଦୁର୍ନୀତି ଅଭିଯୋଗରେ ଚାକିରିରୁ ବରଖାସ୍ତ କରାଯାଇଛି।

ଗୁରୁବାର ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଛେଣ୍ଡିପଦା ତହସିଲର ପୂର୍ବତନ ବରିଷ୍ଠ କିରାଣୀ ଲମ୍ବୋଦର ବେହେରା ଯିଏକି ଏବେ ଅନୁଗୋଳ ଡିପିଏମୟୁରେ ବରିଷ୍ଠ ରାଜସ୍ୱ ସହାୟକ ଭାବେ କାର୍ଯ୍ୟ କରୁଛନ୍ତି ତାଙ୍କୁ ଭିଜିଲାନ୍ସ ମାମଲାରେ ଚାକିରିରୁ ବରଖାସ୍ତ କରାଯାଇଛି। ୨୦୧୨ ଏପ୍ରିଲ ମାସରେ ବେହେରା ଏକ ଜମି ପଟ୍ଟା କରାଇ ଦେବା ପାଇଁ ଲାଂଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ ।

ଏହି ମାମଲାରେ ୨୦୨୪ ଜୁଲାଇ ୨୫ ତାରିଖରେ ଅନୁଗୁଳସ୍ଥିତ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ବେହେରାଙ୍କୁ ଦୋଷୀ ସାବ୍ୟସ୍ତ କରି ୨ବର୍ଷ ଜେଲ ଦଣ୍ଡାଦେଶ ପ୍ରଦାନ କରିଥିଲେ ଏବଂ ଆଉ ଏକ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଦେଇଥିଲେ । ଏହି ଦଣ୍ଡାଦେଶ ପରେ ରାଜ୍ୟ ଭିଜିଲାନ୍ସ ପକ୍ଷରୁ ବେହେରାଙ୍କ ବିରୁଦ୍ଧରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ପାଇଁ ଉପଯୁକ୍ତ କର୍ତ୍ତୃପକ୍ଷଙ୍କୁ ସୁପାରିଶ କରାଯାଇଥିଲା । ଯାହା ଆଧାରରେ ଅନୁଗୁଳ ଡିପିଏମୟୁର ବରିଷ୍ଠ ରାଜସ୍ୱ ସହାୟକ ବେହେରାଙ୍କୁ ଚାକିରିରୁ ବରଖାସ୍ତ କରାଯାଇଛି ।

ସୂଚନା ଅନୁସାରେ ପୂର୍ବ ସରକାର ସମୟରେ ଗତ ପାଞ୍ଚ ବର୍ଷ ମଧ୍ୟରେ ଦୁର୍ନୀତି ଅଭିଯୋଗ ଓ ବେଆଇନ ସମ୍ପତ୍ତି ଠୁଳ ମାମଲାରେ ୪୭ଜଣ ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସେମାନଙ୍କୁ ସରକାରୀ ଚାକିରିରୁ ବାଧ୍ୟତାମୂଳକ ଅବସର ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri