ଅଡ଼ୁଆରେ ମୋହନ ସରକାର: ତରବରିଆ ନିଷ୍ପତ୍ତି ବଢାଇଲା ଟେନ୍‌ସନ୍‌

ଭୁବନେଶ୍ୱର,୧୯।୧୨(ରବିନାରାୟଣ ଜେନା):ବିଧାନସଭାର ଶୀତକାଳୀନ ଅଧିବେଶନରେ ରାଜ୍ୟ ସରକାର ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ଉପବାଚସ୍ପତିଙ୍କ ଦରମା ବଢ଼ାଇବା ପାଇଁ ଯେଉଁ ବିଧେୟକ ଗୃହୀତ କରିଥିଲେ ତାହା ଏବେ ଅନିଶ୍ଚିତତା ଭିତରକୁ ଠେଲି ହୋଇଯାଇଛି। ଡିସେମ୍ବର ୯ ତାରିଖରେ ଗୃହରେ ପାରିତ ହୋଇଥିବା ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମାତ୍ର ୯ଦିନ ନ ପୂରୁଣୁ ବିରୋଧୀଙ୍କ ପ୍ରବଳ ବିରୋଧ ପରେ ଏହା ଏବେ ପୁନର୍ବିଚାର ପାଇଁ ରହିଛିି। ଏନେଇ ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଗୁରୁବାର ଦୀର୍ଘସମୟ ଧରି ମାନସମନ୍ଥନ ହେବା ପରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଗଣମାଧ୍ୟମ ଆଗରେ ଭାଜପା ବିଧାୟକଙ୍କ ମତ ରଖିଛନ୍ତି। ତେବେ ସରକାର ଏତେବଡ଼ ନିଷ୍ପତ୍ତି ନେବା ପୂର୍ବରୁ ବିଧାୟକଙ୍କ ଦରମା ବଢ଼ା ସୁପାରିସ କମିଟିର ସୁପାରିସକୁ କାହିଁକି ତର୍ଜମାକରି ନ ଥିଲେ ବୋଲି ବିଭିନ୍ନ ମହଲରେ ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ଅନ୍ୟପକ୍ଷରେ ରାଜ୍ୟରେ ନୂଆ ସରକାର କ୍ଷମତାସୀନ ହେବାର ୧୮ମାସ ହୋଇଛି। ଇତିିମଧ୍ୟରେ ସରକାର ଅନେକ ନିଷ୍ପତ୍ତି ନେବା ପରେ ତାକୁ ବଦଳାଇବାର ନଜିର ରହିଛି। ଜୁନ୍‌ରେ ପଞ୍ଚାୟତ ଉପନିର୍ବାଚନ ହେବା ଲାଗି ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରିହେବାର କେଇଘଣ୍ଟା ପରେ ତାହାକୁ ବର୍ଷା ପାଇଁ ପରେ ସ୍ଥଗିତ ରଖାଯାଇଥିଲା। ଏହାକୁ ନେଇ ଏବେ ବି ସମ୍ପୃକ୍ତ ପଞ୍ଚାୟତବାସୀଙ୍କ ପକ୍ଷରୁ କେବେ ଉପନିର୍ବାଚନ ହେବ ଅନାଇ ରହିଛନ୍ତି। ଏହି ପରିପ୍ରେକ୍ଷୀରେ ବିଧାୟକ ଏବଂ ଅନ୍ୟମାନଙ୍କ ଦରମା ବଢ଼ା ନିଷ୍ପତ୍ତିର ପୁନର୍ବିଚାର ପ୍ରସ୍ତାବ ସରକାରଙ୍କ ପାଇଁ ଆଉ ଏକ ବୁମେରାଂ ସଦୃଶ ହୋଇଛି।
ତେବେ ବିଧାୟକଙ୍କ ଦରମା ବଢ଼ା ନିଷ୍ପତ୍ତିକୁ ନେଇ ପ୍ରଥମେ ସିପିଆଇଏମ୍‌ ବିଧାୟକ ଲକ୍ଷ୍ମଣ ମୁଣ୍ଡା ଗଣମାଧ୍ୟମରେ ନିଜର ବିରୋଧାଭାସ ରଖିଥିଲେ। ସେ କହିଥିଲେ,ବିଧାନସଭା ଚାଲିଥିବାବେଳେ ରାଜରାସ୍ତାରେ ଶତାଧିକ ଶିକ୍ଷକ, ଆଶାକର୍ମୀ ଓ ଅନ୍ୟ ସଙ୍ଗଠନ ତାଙ୍କର ହକ୍‌ ପାଇଁ ଦାବି କରୁଛନ୍ତି। ସରକାର ସେମାନଙ୍କ କଥାକୁ ବିଚାରକୁ ନ ନେଇ କାହିଁକି ନିଜର ଦରମା ବଢ଼ା ଭଳି ଭୁଲ୍‌ ନିଷ୍ପତ୍ତି ନେଲେ। ମୁଣ୍ଡାଙ୍କ ଏହି ବିରୋଧର କେଇଘଣ୍ଟା ପରେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ସରକାରଙ୍କ ନିଷ୍ପତ୍ତିକୁ ବିରୋଧକରି ତାଙ୍କର ଦରମା ରାଜ୍ୟର ଗରିବଙ୍କ ମଙ୍ଗଳ ପାଇଁ ଖର୍ଚ୍ଚ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ମୋହନ ଚରଣ ମାଝୀଙ୍କୁ ପତ୍ର ଲେଖିଲେ। ଏହାପରେ କଂଗ୍ରେସ ପକ୍ଷରୁ ତୀବ୍ର ବିରୋଧ କରାଯାଇଥିବାବେଳେ ସିପିଆଇଏମ୍‌ ପକ୍ଷରୁ ୨ଦିନ ତଳେ ରାଜ୍ୟପାଳଙ୍କୁ ଏହାକୁ ବିରୋଧ କରାଯାଇ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା। ଏହାବାଦ୍‌ ବିଭିନ୍ନ ମହଲରେ ମଧ୍ୟ ସରକାରଙ୍କ ନିଷ୍ପତ୍ତିକୁ ନାପସନ୍ଦ କରାଯାଇଥିଲା।
ଏହାକୁ ନେଇ ଭାଜପା ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ବିଧାୟକମାନଙ୍କୁ ନେଇ ଦୀର୍ଘସମୟ ପର୍ଯ୍ୟନ୍ତ ବୈଠକ ଅନୁଷ୍ଠିତ ହୋଇଥିଲା। ଲୋକମତକୁ ସମ୍ମାନ ଜଣାଇ ବୈଠକର ନିଷ୍ପତ୍ତିକ୍ରମେ ଭାଜପା ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଏହାର ପୁନର୍ବିଚାର ଲାଗି ଅନୁରୋଧ କରିଛନ୍ତି। ତେବେ ଆଗାମୀ ଦିନରେ ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତିକୁ କାର୍ଯ୍ୟକାରୀ କରୁଛନ୍ତି ନା ନାହିଁ ତାହା ଉପରେ ସମସ୍ତଙ୍କ ନଜର।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?