ମୋହନ ସରକାରଙ୍କ ବଡ଼ ଘୋଷଣା, ବଢିଲା ଅବଧି…

ଭୁବନେଶ୍ୱର,୨୮।୯: ଲୋକସେବା ଭବନରେ ଶନିବାର ଅନୁଷ୍ଠିତ ହୋଇଯାଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୬ଟି ବିଭାଗରେ ୭ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏନେଇ ସୂଚନା ଦେଇଛନ୍ତି।

ସାଧାରଣ ବଣ୍ଟନ ବ୍ୟବସ୍ଥାର ଘରୋଇ ଡିଲରଙ୍କୁ ସୁବିଧା ନେଇ ବଡ଼ ନିଷ୍ପତ୍ତି ନିଆଯାଇଛି। ବେସରକାରୀ ବା ଘରୋଇ ଡିଲରଙ୍କ ଲାଇସେନ୍ସ ଅବଧି ଆଉ ଦେଢ଼ ବର୍ଷର ବଢ଼ାଇଲେ ସରକାର। ୨୦୨୬ରେ ପ୍ରଦର୍ଶନ ଭିତ୍ତିରେ ନିଆଯିବ ନିଷ୍ପତ୍ତି। ପରିସଂଖ୍ୟାନ ବିଭାଗର ତଥ୍ୟ ବିତରଣ ନିୟମରେ ସଂଶୋଧନ ହେବ।

ସେହିପରି କ୍ୟାବିନେଟ ନିଷ୍ପତ୍ତିନୁସାରେ, ରାଜ୍ୟ ସରକାର ହାଇକୋର୍ଟର କର୍ମଚାରୀମାନଙ୍କ ପାଇଁ ୫୫୦ଟି ଷ୍ଟାଫ କ୍ବାର୍ଟସ ନିର୍ମାଣ କରିବେ। ଏହାର ନିର୍ମାଣ କାମ ଆସନ୍ତା ୩୦ ମାସ ମଧ୍ୟରେ ଶେଷ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ଏଥିସହ ଗୋପାଳକ ଓ ଦୁଗ୍ଧଚାଷୀଙ୍କ ସ୍ବାର୍ଥ ପାଇଁ କାମଧେନୁ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହା ଦ୍ବାରା ରାଜ୍ୟର ଦୁଗ୍ଧଚାଷୀ ଉପକୃତ ହେବେ।

ଗୋପାଳନ ପାଇଁ ନୂଆ ଯୋଜନା ଆରମ୍ଭ ହେବ। ଗାଈ ଓ ମଇଁଷି ଚାଷୀଙ୍କ ପାଇଁ କ୍ଷେତ୍ର ପ୍ରସ୍ତୁତ ହେବ। ଗୋସମ୍ପଦ ବୀମା ୮୫% ସରକାର ଦେବେ, ୧୫% ଚାଷୀ ଦେବେ। ଓମଫେଡକୁ ସଶକ୍ତ କରିବାକୁ ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି। ଏଥିପାଇଁ ରାଜ୍ୟ ସରକାର ଆଗାମୀ ୫ ବର୍ଷ ମଧ୍ୟରେ ୧୪୨୩ କୋଟି ଟଙ୍କା ଖର୍ଚ୍ଚ କରିବାକୁ ଲକ୍ଷ୍ୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

SIR ନେଲାଣି ୧୦୭ ଲୋକଙ୍କ ଜୀବନ

କୋଲକାତା,୫।୨: ଗୁରୁବାର, ଫେବୃଆରୀ ୫, ୨୦୨୬ରେ ପଶ୍ଚିମବଙ୍ଗ ବିଧାନସଭାରେ ଏକ ଜରୁରୀ ପ୍ରସ୍ତାବ ଆଗତ କରାଯାଇଥିଲା। ଏଥିରେ ଦାବି କରାଯାଇଛି ଯେ ସ୍ବତନ୍ତ୍ର ସଘନ ସଂଶୋଧନ (SIR)…

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

ରାଶନକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ: ଏଣିକି ଶସ୍ୟ ବଦଳରେ ମିଳିବ…

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କର ରାଶନ କାର୍ଡ ଅଛି ଏବଂ ଆପଣ ସରକାରଙ୍କ ମାସିକ ମାଗଣା ରାଶନ ଯୋଜନାର ହିତାଧିକାରୀ, ତେବେ ଏହା ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା।…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri