Posted inରାଜ୍ୟ

ଜୋରଦାର ଚର୍ଚ୍ଚା, ଆଜି ଦିଲ୍ଲୀ ଗସ୍ତରେ ଯିବେ ମୋହନ-ନବୀନ

ଭୁବନେଶ୍ବର,୧।୯(ସୁନିତ୍ ମିଶ୍ର):  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାରଠାରୁ ଦୁଇ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ । ଅପରାହ୍ଣ ୩ଟା ୩୦ରେ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଜଳ ଶକ୍ତିମନ୍ତ୍ରଣାଳୟ ପକ୍ଷରୁ ଜଳ ସୁରକ୍ଷା ନେଇ ବୁଧବାର ହେବାକୁ ଥିବା ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗଦେବେ । ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ । ସ୍ବତନ୍ତ୍ର ଭାବେ ଦଳ ସୁରକ୍ଷା ଉପରେ ହେବାକୁ ଥିବା ଏହି ବୈଠକରେ ଅନ୍ୟ ରାଜ୍ୟ ଗୁଡିକରୁ ମଧ୍ୟ ପ୍ରତିନିଧିମାନେ ଆସିବେ ବୋଲି ସୂଚନା ରହିଛି । ଏହାସହ ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀରେ ଆଉ କେତେଜଣ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବେ ବୋଲି ମଧ୍ୟ ଜଣାପଡିଛି । ବୈଠକ ସରିବା ପରେ ସେହି ଦିନ ହିଁ ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରିବାର କାର୍ଯ୍ୟକ୍ରମ ରହିଛି ।

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମଧ୍ୟ ଦିଲ୍ଲୀ ଯିବାର କାର୍ଯ୍ୟକ୍ରମ ରହିଛି । ମଧ୍ୟାହ୍ନ ୧ଟାରେ ୭ ଦିନିଆ ଗସ୍ତରେ ଦିଲ୍ଲୀ ଯିବେ ନବୀନ । ଉଭୟ ନେତାଙ୍କ ଦିଲ୍ଲୀ ଗସ୍ତ ନେଇ ରାଜନୀତି ଚର୍ଚ୍ଚା ଜୋରଦାର ଧରିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡିଜିପି ଚୟନ ପ୍ରକ୍ରିୟାକୁ ନେଇ ବଢ଼ିଲା ବିବାଦ, ସମସ୍ୟା କରିବ ୧୭(ଏ)

ଭୁବନେଶ୍ୱର,୧।୯(ସୁନିତ୍‌ ମିଶ୍ର): ଓଡ଼ିଶାରେ ଏବେ କାମଚଳା ଡିଜିପିଙ୍କୁ ନେଇ ପୋଲିସବାହିନୀ କାର୍ଯ୍ୟ ଚଳାଇଛି । ଗତ ଅଗଷ୍ଟ ୧୬ ତାରିଖରେ ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ ଓ୍ବାଇ.ବି. ଖୁରାନିଆଙ୍କ…

ସାବଧାନ! ଆଜିଠୁ ବଦଳିଲା ୭ ବଡ଼ ନିୟମ: କ’ଣ ମହଙ୍ଗା, କ’ଣ ହେଲା ଶସ୍ତା, ଜାଣନ୍ତୁ…

ନୂଆଦିଲ୍ଲୀ, ୧।୯: ସେପ୍ଟେମ୍ବର ୧ ତାରିଖରୁ କେବଳ କ୍ୟାଲେଣ୍ଡରର ପୃଷ୍ଠା ବଦଳିନାହିଁ, ବରଂ ସାଧାରଣ ଲୋକଙ୍କ ଦୈନନ୍ଦିନ ଖର୍ଚ୍ଚ ସହ ଜଡ଼ିତ ଅନେକ ନିୟମ ଓ ଦରରେ…

ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ, ପୁଣି ବନ୍ଦ ହେଲା ୪ ସ୍ଲୁଇସ୍ ଗେଟ୍

​ସମ୍ବଲପୁର,୧।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ଫଳରେ ମଙ୍ଗଳବାର ସକାଳେ ପୁଣି ୪ଟି ସ୍ଲୁଇସ୍ ଗେଟ୍ କୁ…

ମୋଦି ବିଦେଶରୁ ଜାରି କରିଛନ୍ତି ନୂଆ ଭିଡ଼ିଓ, ସୁନା କ୍ରୟ ସହ ବିଦେଶ ଯାତ୍ରା ଉପରେ ଦେଲେ ବଡ଼ ପରାମର୍ଶ

ବିଶକେକ/ନୂଆଦିଲ୍ଲୀ,୧।୯: ପ୍ରଧାନମନ୍ତ୍ରୀ ମୋଦି ବିଦେଶରୁ ସୋସିଆଲ ମିଡିଆରେ ଏକ ନୂଆ ଭିଡିଓ ଜାରି କରିଛନ୍ତି, ଯେଉଁଥିରେ ସେ ଦେଶର ଅଭିବୃଦ୍ଧି ହାର ବିଷୟରେ ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ…

ମୁଖ୍ୟ ରାସ୍ତା ପାଲଟିଛି ମଇଁଷି ଗୋଠ: ଗାଡ଼ି ଚଳାଚଳ ପ୍ରଭାବିତ

ମହାକାଳପଡ଼ା,୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):ମହାକାଳପଡ଼ା ବ୍ଲକ ଭୋପାଳ-ଜଗରି ଜୋର୍‌ ହାଟକୁ ସଂଯୋଗ କରିଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ରାସ୍ତା ପାଲଟିଛି ମଇଁଷି ଗୋଠ। ନାଞ୍ଜୁରା ପଞ୍ଚାୟତ ପାଣିଖିଆ…

ପତ୍ନୀଙ୍କ ନାମ ନେବାରୁ ରାଗିଲେ ଆମେରିକାର ଉପରାଷ୍ଟ୍ରପତି ଭାନ୍ସ, ହେଲେ କାହିଁକି? ଜାଣନ୍ତୁ…

ଓ୍ବାଶିଂଟନ,୧।୯: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ମିଶିଗନର ଡେମୋକ୍ରାଟିକ ସିନେଟ ପ୍ରାର୍ଥୀ ଅବଦୁଲ ଏଲ-ସାୟଦଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। ସୋମବାର ଏକ ପ୍ରଚାର ରାଲିରେ ଭାଷଣ ଦେଇ…

ଘରେ ପଶି ସାତ ବର୍ଷର ନାବାଳିକାଙ୍କୁ ବଳାତ୍କାର; ଚିତ୍କାର ଶୁଣି ଭାଇ ଆସିବା ପରେ….

ଦେବଗଡ଼,୧।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ସୋମବାର ଗିରଫ କରି କୋର୍ଟ ଚାଲାଣ…

କେତେ ସମ୍ପତ୍ତିର ମାଲିକ ଲିଓନେଲ ମେସି? ଜାଣନ୍ତୁ ବିରାଟ-ରୋହିତଙ୍କ ତୁଳନାରେ ସେ କେତେ ଧନୀ

ନୂଆଦିଲ୍ଲୀ,୧।୯: ବିଶ୍ୱର ସର୍ବଶ୍ରେଷ୍ଠ ଫୁଟବଲ ଖେଳାଳିଙ୍କ ମଧ୍ୟରେ ଗଣାଯାଉଥିବା ଆର୍ଜେଣ୍ଟିନାର ଲିଓନେଲ ମେସି ସୋମବାର (ଅଗଷ୍ଟ 31) ଅନ୍ତର୍ଜାତୀୟ ଫୁଟବଲରୁ ଅବସର ଘୋଷଣା କରିଛନ୍ତି। ମେସି ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri