ମୋହନ ମାଝି ହେଲେ ପିଏସି ଅଧ୍ୟକ୍ଷ

ଭୁବନେଶ୍ବର,୨୪।୮(ବ୍ୟୁରୋ): ବିରୋଧୀ ଦଳ ମୁଖ୍ୟ ସଚେତକ ତଥା ଭାଜପା ବିଧାୟକ ମୋହନ ଚରଣ ମାଝିଙ୍କୁ ପିଏସି(ପବ୍ଲିକ ଆକାଉଣ୍ଟସ୍‌ କମିଟି) ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ବିଧାନସଭା ସଚିବାଳୟ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ତାଙ୍କୁ ନିଯୁକ୍ତି ଦେଇଛନ୍ତି। ସୂଚନାଯୋଗ୍ୟ, ସବୁବେଳେ ବିରୋଧୀ ଦଳ ନେତା ହିଁ ପବ୍ଲିକ ଆକାଉଣ୍ଟସ୍‌ କମିଟି ଅଧ୍ୟକ୍ଷ ହୋଇଥାଆନ୍ତି। ହେଲେ ଓଡ଼ିଶାରେ ପୂର୍ବରୁ ଦୁଇଥର ଏଭଳି ହୋଇଛି। ଥରେ ଜନତା ଦଳ ସରକାର ଚାଲିଥିବାବେଳେ ଏବଂ ଗୋଟିଏ ଥର କଂଗ୍ରେସ ସରକାର ସମୟରେ ଯେତେବେଳେ ବିରୋଧୀ ଦଳ ନେତା ଏବଂ ପିଏସି ଅଧ୍ୟକ୍ଷ ଦୁଇ ଜଣଙ୍କୁ କରାଯାଇଛି। ଏହା ରାଜ୍ୟରେ ତୃତୀୟ ଘଟଣା ବୋଲି ବିଧାନସଭାର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ଏହା ପୂର୍ବରୁ ପ୍ରଦୀପ୍ତ କୁମାର ନାଏକ ବିରୋଧୀ ଦଳ ନେତା ଥିବାବେଳେ ସେ ପିଏସି ଅଧ୍ୟକ୍ଷ ଥିଲେ। ତାଙ୍କୁ ଏହି ଦାୟିତ୍ୱରୁ ହଟାଇ ଭାଜପାରେ ବିରୋଧୀ ଦଳ ନେତା କାହାକୁ କରାଯିବ ସେନେଇ ଚର୍ଚ୍ଚା ଜୋର୍‌ ଧରିଥିଲା। ଜୟନାରାୟଣ ମିଶ୍ର ଏବଂ ମୋହନ ମାଝିଙ୍କ ନାଁକୁ ନେଇ ଚର୍ଚ୍ଚା ଜୋର୍‌ ଧରିଲା। ତେବେ ଭାଜପା ବିଧାୟକ ଦଳ ବୈଠକରେ ସମସ୍ତ ସଦସ୍ୟ ଜୟନାରାୟଣଙ୍କୁ ବିରୋଧୀ ଦଳ ନେତା ହେବାକୁ କହିଥିବା ବେଳେ ମୋହନଙ୍କୁ ପିଏସି ଅଧ୍ୟକ୍ଷ କରିବାକୁ ପ୍ରସ୍ତାବ ଦେଇଥିଲେ। ଜୟ ନାରାୟଣ ମିଶ୍ର ବିରୋଧୀ ଦଳ ନେତା ନିଯୁକ୍ତ ହେବାପରେ ଭାଜପା ଚିଠି ଲେଖି ମୋହନ ମାଝିଙ୍କୁ ପିଏସି ଅଧ୍ୟକ୍ଷ କରିବା ନେଇ ବାଚସ୍ପତିଙ୍କୁ ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ହୋଇଥିବାରୁ ଏହା ଉପରେ ଏକ ବିଜ୍ଞପ୍ତି ଜାରି କରିବାକୁ କହିଥିଲେ। ସେହି ଅନୁଯାୟୀ ବାଚସ୍ପତି ଚିଠି କରି ମୋହନଙ୍କୁ ଏହି ଦାୟିତ୍ୱ ଦେଇଛନ୍ତି। ରାଜ୍ୟରେ ସରକାର ଯେଉଁ ଅର୍ଥ ଖର୍ଚ୍ଚ ଲାଗି ବଜେଟ୍‌ ପ୍ରସ୍ତୁତ କରୁଛନ୍ତି ତା’ର ହିସାବ ପିଏସି କମିଟି ନେଇଥାଏ। ସିଏଜି ଅଡିଟ୍‌ କରିବା ପରେ ଯଦି କେଉଁଠାରେ ଦୁର୍ନୀତି ବା ଅର୍ଥ ହେରଫେର ହୋଇଥିବା ତଥ୍ୟ ପାଆନ୍ତି ତା’ଉପରେ ପିଏସିରେ ବୈଠକ ହୋଇ କ’ଣ କାର୍ଯ୍ୟାନୁଷ୍ଠାନ ହେବ ସେନେଇ ପିଏସି ଅଧ୍ୟକ୍ଷ ନିଷ୍ପତ୍ତି ନେଇଥାଆନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri