ମୁଖ୍ୟମନ୍ତ୍ରୀ ହେବା ଦିନଠାରୁ ଛୁଟି ନେଇନାହାନ୍ତି ମୋହନ ମାଝୀ, ସରକାରୀ ଛୁଟିରେ ବି କରୁଛନ୍ତି କାମ

ଭୁବନେଶ୍ୱର,୨୯ା୮: ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ଦିନଠାରୁ ସକାଳୁ ମଧ୍ୟରାତ୍ର ପର୍ଯ୍ୟନ୍ତ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ ଓ ଫାଇଲ କାମରେ ବ୍ୟସ୍ତ ରହୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତାଙ୍କ ପାଇଁ ସବୁଦିନ ସମାନ। ଛୁଟି ଦିନ ହେଉ କିମ୍ବା ସରକାରୀ କାର୍ଯ୍ୟଦିବସ, ସବୁଦିନ ଲୋକଙ୍କ ପାଇଁ କାମ ଏବଂ ରାଜ୍ୟର ବିକାଶ ଲାଗି କାମ କରିବାରେ ମୁଖ୍ୟମନ୍ତ୍ରୀ ବ୍ୟସ୍ତ।

ଗୁରୁବାର ଥିଲା ନୂଆଁଖାଇ, ସରକାରୀ ଛୁଟି ଦିବସ। ବୁଧବାର ଗଣେଶ ପୂଜା ରହିଥିବାବେଳେ ଶୁକ୍ରବାର ନୂଆଁଖାଇ ପାଇଁ ସରକାରୀ ଛୁଟି। ଏସବୁ ଭିତରେ କର୍ତ୍ତବ୍ୟରେ ଟିକିଏ ହେଲେ ବି ହେଳା କରିନାହାନ୍ତି ମୁଖ୍ୟମନ୍ତ୍ରୀ। ଲୋକଙ୍କ ପାଇଁ କାମ କରିବାକୁ ଜୀବନର ବ୍ରତ ଭାବେ ସେ ଗ୍ରହଣ କରି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।
ଭାଜପା ଦେଇଥିବା ପ୍ରତିଶ୍ରୁତି ମୁତାବକ ବୁଧବାର ରାଜ୍ୟର ୫୧ଲକ୍ଷରୁ ଊଦ୍ଧର୍‌ବ ଚାଷୀ ଭାଇଭଉଣୀମାନଙ୍କ ପାଇଁ ସି.ଏମ୍‌. କିଷାନ ଯୋଜନାର ତୃତୀୟ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ ସହିତ ଅନ୍ୟାନ୍ୟ ଫାଇଲ୍‌ କାମ ମଧ୍ୟ କରିଛନ୍ତି। ଏହାସହିତ ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ବିଭିନ୍ନ ଲୋକଙ୍କୁ ମଧ୍ୟ ଭେଟିଛନ୍ତି। ଆଜି ନୂଆଁଖାଇ ସରକାରୀ ଛୁଟି, ତଥାପି ବ୍ୟସ୍ତବହୁଳ କାର୍ଯ୍ୟକ୍ରମ ରହିଥିଲା। ଲୋକସେବା ଭବନରେ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ କମିଟିର ଅଧ୍ୟକ୍ଷ ଏବଂ ସଦସ୍ୟମାନଙ୍କ ସହ ବୈଠକ ପରେ ସିକିମ ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ବସିଥିଲା। ସନ୍ଧ୍ୟାରେ ଫାଇଲ୍‌ କାମ ସହିତ ବିଭିନ୍ନ ଲୋକଙ୍କୁ ମୁଖ୍ୟମନ୍ତ୍ରୀ ଭେଟିଛନ୍ତି। ୨୦୨୪ ଜୁନ୍‌ ୧୨ରୁ ଗୁରୁବାର ତଥା ଅଗଷ୍ଟ ୨୮ ପର୍ଯ୍ୟନ୍ତ ଏକ ବର୍ଷ ଦୁଇ ମାସ ଅତିବାହିତ ହେଲାଣି, ତଥାପି ମୁଖ୍ୟମନ୍ତ୍ରୀ ଓଡ଼ିଶାବାସୀଙ୍କ ସେବାରେ କେବେ କ୍ଲାନ୍ତି ଅନୁଭବ କରିନାହାନ୍ତି। ଏହା ହେଉଛି ରାଜ୍ୟର ବିକାଶ ଏବଂ ଓଡ଼ିଶାବାସୀଙ୍କ ସେବା ପାଇଁ ତାଙ୍କର ସମର୍ପଣ ଭାବ ଓ ପ୍ରତିବଦ୍ଧତାର ନିଦର୍ଶନ।
ସରକାର ହେଉଛନ୍ତି ଲୋକଙ୍କ ସରକାର। ମୁଖ୍ୟମନ୍ତ୍ରୀ ହେଉଛନ୍ତି ଲୋକଙ୍କ ମୁଖ୍ୟମନ୍ତ୍ରୀ, ସେଥିପାଇଁ ରାଜ୍ୟ ତଥା ରାଜ୍ୟବାସୀଙ୍କ ବିକାଶକୁ ମୁଖ୍ୟମନ୍ତ୍ରୀ ସର୍ବାଧିକ ପ୍ରାଧାନ୍ୟ ଦେଉଛନ୍ତି। ଲୋକଙ୍କ ସେବା ହେଉଛି ଜଣେ ଜନପ୍ରତିନିଧିର ପ୍ରଥମ କର୍ତ୍ତବ୍ୟ, ଯାହାକି ପ୍ରମାଣିତ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

୫ ଦିନ ଯାଏ ଯୁଦ୍ଧ କରିବେନି ପାକିସ୍ତାନ-ଆଫଗାନିସ୍ତାନ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉଭୟ ଦେଶ ଏକ ଅସ୍ଥାୟୀ ଯୁଦ୍ଧବିରତି ଘୋଷଣା କରିଛନ୍ତି ।…

ତୁଳସୀ ଗାବାର୍ଡଙ୍କ ବୟାନକୁ ନେଇ ହଇଚଇ, ପାକିସ୍ତାନ ଏବଂ ଚୀନ୍ ଆମେରିକା ପାଇଁ…

ନୂଆଦିଲ୍ଲୀ,୧୮।୩: ଆମେରିକାର ନ୍ୟାସନାଲ ଇଣ୍ଟେଲିଜେନ୍ସ ଡାଇରେକ୍ଟର ତୁଳସୀ ଗାବାର୍ଡ ପାକିସ୍ତାନ ଏବଂ ଚୀନକୁ ଆମେରିକାର ବିପଦ ବୋଲି ବୟାନ ଦେଇଛନ୍ତି । ବୁଧବାର ସେ କହିଥିଲେ ଯେ…

ଭାରତରେ ବଢୁଛି ରହିବା ଖର୍ଚ୍ଚ: ୨୦୨୬ରେ ଏହି ସହର ସବୁଠୁ ମହଙ୍ଗା, ଜାଣନ୍ତୁ କେଉଁ ସହରରେ କେତେ ?

ନୂଆଦିଲ୍ଲୀ,୧୮।୩: ୨୦୨୬ ମାର୍ଚ୍ଚ ମାସର ସଦ୍ୟତମ ‘ନମ୍ବିଓ’ ରିପୋର୍ଟ ଅନୁଯାୟୀ, ଭାରତରେ ଜୀବନଶୈଳୀ ଏବଂ ସହର ଅନୁସାରେ ରହିବା ଖର୍ଚ୍ଚରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ବର୍ତ୍ତମାନର…

SCB ଅଗ୍ନିକାଣ୍ଡ: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ, ୪ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର,୧୮।୩(ସୁନିତ୍‌ ମିଶ୍ର): କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲରେ ଗତ ୧୬ ତାରିଖ ଦିନ ହୋଇଥିବା ଭୟାବହ ଅଗ୍ନିକାଣ୍ଡ ଯୋଗୁଁ ଅନେକ ଜୀବନ ନଷ୍ଟ…

ଇଶାନ କିଷାନଙ୍କୁ ବଡ ଦାୟିତ୍ୱ ଦେଲା ସନରାଇଜର୍ସ ହାଇଦ୍ରାବାଦ, କମିନ୍ସଙ୍କ ଅନୁପସ୍ଥିତିରେ…

ହାଇଦ୍ରାବାଦ,୧୮।୩: ଇଣ୍ଡିଆନ ପ୍ରିମିୟର ଲିଗ୍ (IPL) ୨୦୨୬ ସିଜନ ଆରମ୍ଭ ପୂର୍ବରୁ ସନରାଇଜର୍ସ ହାଇଦ୍ରାବାଦ (SRH) ଏକ ବଡ଼ ଘୋଷଣା କରିଛି। ଦଳର ନିୟମିତ ଅଧିନାୟକ ପ୍ୟାଟ୍…

ଚାଇନା ଠୁ ତେଲ ଜାହାଜ ଛଡାଇ ଆଣିଲା ଭାରତ! ରୁଷିଆ ସହ ବଡ଼ ଡିଲ୍‌…

ନୂଆଦିଲ୍ଲୀ,୧୮।୩; ୟୁକ୍ରେନରେ ସଂଘର୍ଷ ମଧ୍ୟରେ, ଭାରତ ରୁଷିଆରୁ ଅଶୋଧିତ ତୈଳ କ୍ରୟ ବୃଦ୍ଧି କରିଛି। ଭାରତ ଏବେ ମସ୍କୋରୁ ତୈଳ ଆମଦାନୀ ଦ୍ୱିଗୁଣିତ କରିଛି। ଏହି ସମୟରେ,…

ଆମକୁ ଭଲ ପାଉଥିଲେ, କିନ୍ତୁ ମୋଦିଙ୍କୁ ବିବାହ କଲେ: ସଂସଦରେ କାହାକୁ ଏମିତି କହିଲେ ଖାର୍ଗେ

ନୂଆଦିଲ୍ଲୀ,୧୮।୩: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଅବସରପ୍ରାପ୍ତ ରାଜ୍ୟ ସଭା ଏମ୍‌ପିମାନଙ୍କୁ ବିଦାୟ ଦେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ରାଜନୀତି ଏବଂ ସାର୍ବଜନୀନ ଜୀବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri