Posted inଜାତୀୟ

ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଭେଟିଲେ ମୋହନ ମାଝୀ

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ନୂଆ ତଥା ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ରେଖା ଗୁପ୍ତା ଗୁରୁବାର ଶପଥ ନେଇଛନ୍ତି। ଲେଫ୍ଟନାଣ୍ଟ ଗଭର୍ନର ବିନୟ କୁମାର ସାକ୍ସେନା ତାଙ୍କୁ ଶପଥ ପାଠ କରାଇଥିଲେ। ଏହା ସହିତ, ଦିଲ୍ଲୀରେ ଦୀର୍ଘ ୨୭ ବର୍ଷ ପରେ ଭାଜପା ସରକାର ଗଠନ କରିଛି। ଏହି ପରିପ୍ରେକ୍ଷୀରେ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଭେଟିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତାଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂ ଦେଓ ଏବଂ ପ୍ରଭାତୀ ପରିଡ଼ା ଏବଂ ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଉପସ୍ଥିତ ରହିଛନ୍ତି। ଅନ୍ୟପକ୍ଷେ ଏହି ଫଟୋକୁ ସୋସିଆଲ ମିଡିଆରେ ସେୟାର କରିଛନ୍ତି ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା।

ଅନ୍ୟପକ୍ଷେ ନୂଆଦିଲ୍ଲୀ ଆସନର ଭାଜପା ବିଧାୟକ ପରଭେଶ ବର୍ମା କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ପରଭେଶ ବର୍ମା ଏଏପି ସଂଯୋଜକ ଅରବିନ୍ଦ କେଜରିୱାଲଙ୍କୁ ପରାସ୍ତ କରିଥିଲେ। ଏବେ ସେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ କ୍ୟାବିନେଟରେ ବଡ଼ ଦାୟିତ୍ୱ ନେଇପାରନ୍ତି।

ଭାଜପା ବିଧାୟକ ଆଶିଷ ଶୀଲା ମଦନ ଗୋପାଳ ସୁଦଙ୍କୁ ଲେଫ୍ଟନାଣ୍ଟ ଗଭର୍ନର ଭିକେ ସାକ୍ସେନା ମନ୍ତ୍ରୀ ଭାବେ ଶପଥ ପାଠ କରାଇଥିଲେ। ଏହି ସମୟରେ ଆଶିଷ ସୁଦ ପ୍ରତିଶ୍ରୁତି ଦେଇଥିଲେ ଯେ, ସେ ଦିଲ୍ଲୀ ଏବଂ ଦିଲ୍ଲୀବାସୀଙ୍କ ପ୍ରତି ସମ୍ପୂର୍ଣ୍ଣ ଦାୟିତ୍ୱ ନେବେ।
ଭାଜପା ବିଧାୟକ ମଞ୍ଜିନ୍ଦର ସିଂହ ସିରସା କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ସେ ପଞ୍ଜାବୀ ଭାଷାରେ ଶପଥ ନେଇଥିଲେ। ସେହିପରି ଭାଜପା ବିଧାୟକ ରବୀନ୍ଦ୍ର ଇନ୍ଦ୍ରରାଜ କ୍ୟାବିନେଟ ମନ୍ତ୍ରୀ ଭାବରେ ଶପଥ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର,୯।୪(ସୁଶାନ୍ତ କୁମାର ସାହୁ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। କେନ୍ଦୁଝର ଜିଲା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠ, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ମେଷ ସଂକ୍ରାନ୍ତିରେ ଅଶୁଭ ଯୋଗ, ଏହି ରାଶିର ହୋଇପାରେ ଅସୁବିଧା

ହିନ୍ଦୁ କ୍ୟାଲେଣ୍ଡର ଅନୁସାରେ, ଏପ୍ରିଲ ୧୪ ତାରିଖ ଏକ ବିଶେଷ ଗୁରୁତ୍ୱପୂର୍ଣ୍ଣ ଦିନ ହେବାକୁ ଯାଉଛି । ଏହି ଦିନ ସୂର୍ଯ୍ୟ ଦେବତା ତାଙ୍କର ଉଚ୍ଚ ରାଶି …

ଶୁଖିଯାଉଛି ନଦୀ-ପୋଖରୀ, ମଣିଷଙ୍କ ସହ ଡହଳବିକଳ ହେଉଛନ୍ତି ଗୃହପାଳିତ ପଶୁ

କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତରେ ଥିବା ୧୧୦ଟି ଗ୍ରାମରେ ପ୍ରଚଣ୍ଡ ଗ୍ରୀଷ୍ମତାପ ଯୋଗୁ ନଦୀନାଳ, ପୋଖରୀ, ଚେକ୍‌ ଡ୍ୟାମ୍‌, ନଳକୂପ ଶୁଖିଯାଉଛି।…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri