ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ଏଭଳି କାର୍ଯ୍ୟ କରିବାକୁ ଯାଉଛନ୍ତି ମୋହନ ମାଝୀ

ସମ୍ବଲପୁର,୭।୯ (ଭବାନୀ ଶଙ୍କର ଭୋଇ):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୮ ତାରିଖ ସମ୍ବଲପୁର ଗସ୍ତରେ ଆସି ନୂଆଖାଇ କାର୍ଯ୍ୟକ୍ରମରେ ଯୋଗଦେବା କାର୍ଯ୍ୟକ୍ରମ ଚୂଡାନ୍ତ ହୋଇଛି। ମୁଖ୍ୟମନ୍ତ୍ରୀ ୮ ତାରିଖ ପୂର୍ବାହ୍ନ ୧୧ଟା ୩୦ରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ବିମାନ ଯୋଗେ ବାହାରି ଜମାଦାରପାଲି ଏୟାରଷ୍ଟ୍ରିପରେ ପହଞ୍ଚିବେ। ଅପରାହ୍ନ ୧ଟା୧୦ରେ ସମଲେଇ ମନ୍ଦିରରେ ପହଞ୍ଚି ମା’ ସମଲେଇଙ୍କୁ ଦର୍ଶନ କରିବା ସହ ନବାନ୍ନ ଭକ୍ଷଣ କରିବା କାର୍ଯ୍ୟକ୍ରମ ରହିଛି। ୩ଟା ୩୫ରେ ମାରୱାଡି ଯୁବାମଞ୍ଚ ଦ୍ୱାରା ରିଭର ଇନ୍‌ଠାରେ ଆୟୋଜିତ ନୂଆଖାଇ ଭେଟ୍‌ଘାଟ କାର୍ଯ୍ୟକ୍ରମରେ ସାମିଲ ହେବେ। ଅପରାହ୍ନ ୪ଟା୧୫ରେ ମୁଖ୍ୟମନ୍ତ୍ରୀ ତପସ୍ବିନୀ ହଲରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କିଷାନ ଯୋଜନାର ଉଦ୍‌ଘାଟନ କରିବେ। ସନ୍ଧ୍ୟା ୬ଟା୧୦ରେ ଝାଡୁଆପଡା ଆରଣ୍ୟକ ମଞ୍ଚରେ ଓଡ଼ିଶା ସାଂସ୍କୃତିକ ସମାଜ ପକ୍ଷରୁ ହେବାକୁ ଥିବା ନୂଆଖାଇ ଭେଟ୍‌ଘାଟରେ ସାମିଲ ହେବେ। ଏହାପରେ ସମଲେଇ ମନ୍ଦିରରେ ସମଲେଶ୍ୱରୀ ଯୁବକ ସଂଘ ଦ୍ୱାରା ଆୟୋଜିତ ନୂଆଁଖାଇ ଭେଟ୍‌ଘାଟରେ ମୁଖ୍ୟମନ୍ତ୍ରୀ ସାମିଲ ହେବେ। ସେଠାରୁ ସନ୍ଧ୍ୟା ୭ଟା୫୫ରେ ନନ୍ଦପଡା ଚିତ୍ରୋତ୍ପଳା ଯୁବକ ସଂଘ ପକ୍ଷରୁ ଭୁବନେଶ୍ୱରୀ କଲ୍ୟାଣ ମଣ୍ଡପରେ ଆୟୋଜିତ ଭେଟ୍‌ଘାଟ କାର୍ଯ୍ୟକ୍ରମରେ ସାମିଲ ହେବେ। କାର୍ଯ୍ୟକ୍ରମ ସମାପ୍ତ ପରେ ରାତି ୯ ଟାରେ ବୁର୍ଲା ଅଶୋକ ନିବାସରେ ରାତ୍ରି ଯାପନ କରିବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଆଖିଆଗରେ ରଖି ସମ୍ବଲପୁରରେ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି କରାଯାଉଛି। ତେବେ ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ସମଲେଇ ମନ୍ଦିରରେ ନୂଆଖାଇ କାର୍ଯ୍ୟକ୍ରମରେ ଯୋଗ ଦେଉଥିବାରୁ ସଂସ୍କୃତିପ୍ରେମୀଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

ବାଲ୍ୟ ବିବାହ ରୋକିଲା ପ୍ରଶାସନ, ସୂଚନା ଦେଇଥିବା ଲୋକଙ୍କ ଘର ଆଗରେ ହଟ୍ଟଗୋଳ

ପାତ୍ରପୁର,୨୧।୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଖାରିଆଗୁଡା ପଞ୍ଚାୟତ ତାଳପଡା ଗ୍ରାମରେ ଶନିବାର ଜଣେ ନାବାଳିକାଙ୍କ ବିବାହ ହେଉଥିବା ନେଇ ସୂଚନା ପାଇ ପ୍ରଶାସନ…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

ଜେଲ ଗଲେ କୋଟିପତି ଫରେଷ୍ଟର: ଆୟରୁ ୪୭୦ ଶତକଡ଼ା ଅଧିକ ସମ୍ପତ୍ତି କରିଥିଲେ ଠୁଳ, ୪ କୋଟିର ମାଲିକ

ଭବାନୀପାଟଣା,୨୧।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରା ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡିଥିଲେ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

ମେଟ୍ରିକ୍‌ ପରୀକ୍ଷା ଦେବାକୁ ଟ୍ରାକ୍ଟରରେ ଗଲେ ଛାତ୍ର

ବାଲିଗୁଡ଼ା,୨୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ସ୍ଥିତ ପି.ଏମ୍‌.ଶ୍ରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରମାନେ ପରୀକ୍ଷା ଦେବାକୁ ଟ୍ରାକ୍ଟର ଯୋଗେ କୁଡୁତୁଲି ଉଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri