ମୋହନ ମାଝୀ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧।୬: ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶେଷରେ ମଙ୍ଗଳବାର ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯାଇଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀଙ୍କଠାରେ ମୋହର ବାଜିଛି। ବୁଧବାର ମୋହନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏନେଇ ଜନତା ମଇଦାନରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।

ପର୍ଯ୍ୟବେକ୍ଷକ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବଙ୍କ ନେତୃତ୍ୱରେ ଭୁବନେଶ୍ୱରସ୍ଥିତ ଭାଜପା କାର୍ଯ୍ୟାଳୟଠାରେ ବିଧାୟକ ଦଳର ବୈଠକ ବସିଥିଲା। ବୈଠକରେ ସର୍ବସମ୍ମତିକ୍ରମେ ବିଧାୟକ ଦଳର ନେତା ଭାବେ ମୋହନଙ୍କ ନାଁ ଚୟନ କରାଯାଇଥିଲା। ସୂଚନାଯୋଗ୍ୟ, ୨୦୨୪ ବିଧାନସଭା ନିର୍ବାଚନରେ ଭାଜପା ୭୮ ଆସନ ଜିତି ବହୁମତ ହାସଲ କରିଛି। ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ଅପରାଜିତା ଷଡ଼ଙ୍ଗୀ, ପ୍ରତାପ ଷଡ଼ଙ୍ଗୀ, ବୈଜୟନ୍ତ ପଣ୍ଡା, ସମ୍ବିତ ପାତ୍ରଙ୍କ ସହ ତୁଙ୍ଗ ନେତା ଉପସ୍ଥିତ ଥିଲେ। ମୋହନ କେନ୍ଦୁଝର ନିର୍ବାଚନମଣ୍ଡଳୀରୁ ନିର୍ବାଚିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri