ମୋହନ ମାଝୀ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧।୬: ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶେଷରେ ମଙ୍ଗଳବାର ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯାଇଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀଙ୍କଠାରେ ମୋହର ବାଜିଛି। ବୁଧବାର ମୋହନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏନେଇ ଜନତା ମଇଦାନରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।

ପର୍ଯ୍ୟବେକ୍ଷକ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବଙ୍କ ନେତୃତ୍ୱରେ ଭୁବନେଶ୍ୱରସ୍ଥିତ ଭାଜପା କାର୍ଯ୍ୟାଳୟଠାରେ ବିଧାୟକ ଦଳର ବୈଠକ ବସିଥିଲା। ବୈଠକରେ ସର୍ବସମ୍ମତିକ୍ରମେ ବିଧାୟକ ଦଳର ନେତା ଭାବେ ମୋହନଙ୍କ ନାଁ ଚୟନ କରାଯାଇଥିଲା। ସୂଚନାଯୋଗ୍ୟ, ୨୦୨୪ ବିଧାନସଭା ନିର୍ବାଚନରେ ଭାଜପା ୭୮ ଆସନ ଜିତି ବହୁମତ ହାସଲ କରିଛି। ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ଅପରାଜିତା ଷଡ଼ଙ୍ଗୀ, ପ୍ରତାପ ଷଡ଼ଙ୍ଗୀ, ବୈଜୟନ୍ତ ପଣ୍ଡା, ସମ୍ବିତ ପାତ୍ରଙ୍କ ସହ ତୁଙ୍ଗ ନେତା ଉପସ୍ଥିତ ଥିଲେ। ମୋହନ କେନ୍ଦୁଝର ନିର୍ବାଚନମଣ୍ଡଳୀରୁ ନିର୍ବାଚିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଲଘୁଚାପରୁ ବନ୍ୟା ଆଶଙ୍କା

ଭୁବନେଶ୍ୱର,୨୭ା୭(ଅନୁରାଧା ମହାରଣା): ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ...

ବଢ଼ିପାରେ ମଧ୍ୟାହ୍ନଭୋଜନ ମୁଣ୍ଡ ପିଛା ଖର୍ଚ୍ଚ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ସ୍କୁଲରେ ଛାତ୍ରୀଛାତ୍ରମାନଙ୍କୁ ଦିଆଯାଉଥିବା ମଧ୍ୟାହ୍ନଭୋଜନ ମୁଣ୍ଡପିଛା ମୂଲ୍ୟ ବଢ଼ିପାରେ। ଏ ନେଇ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ବିଜେଡି ସଭ୍ୟ ରଣେନ୍ଦ୍ର ପ୍ରତାପ...

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ...

ଆଳୁ ଅଭାବ: ଦର ବଢ଼ିଲା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ସପ୍ତାହକ ମଧ୍ୟରେ ଆଳୁ ଦର ୧୫ ଟଙ୍କାରୁ ଅଧିକ ବୃଦ୍ଧି ପାଇସାରିଲାଣି। ଆଳୁ ଏବେ କେଉଁଠି ୪୫ ଟଙ୍କା ତ ଆଉ...

ସରକାର ନିଜ ଦୋଷ ଲୁଚାଉଛନ୍ତି: ବିରୋଧୀ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢ଼ିବା ପ୍ରସଙ୍ଗକୁ...

ବିଜେଡି ସରକାରର ବଜେଟଠାରୁ ଏଥର ୧୫% ଅଧିକ: ସମୀର

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ନୂତନ ରାଜନୈତିକ ସଂସ୍କୃତିର ପ୍ରତିଷ୍ଠାକରି ଭାଜପା ପ୍ରଥମ ଥର ଓଡ଼ିଶାରେ ସରକାର ଗଠନ କରିଛି। ଭାଜପା ସରକାରର ପ୍ରଥମ ବଜେଟ ଓଡ଼ିଶା...

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ...

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri