୫୫ ବର୍ଷରେ ପଦାର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ନେତା…

ଭୁବନେଶ୍ବର,୬।୧: ଓଡ଼ିଶାର ୧୫ତମ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ୫୫ ବର୍ଷରେ ପଦାର୍ପଣ କରିଛନ୍ତି । ୧୯୭୨ ଜାନୁଆରୀ ୬ ତାରିଖରେ କେନ୍ଦୁଝର ଜିଲା ସଦର ବ୍ଲକ ଅଧୀନ ରାଇକଳା ଗ୍ରାମର ଏକ ସାଧାରଣ ସାନ୍ତାଳ ଆଦିବାସୀ ପରିବାରରେ ସେ ଜନ୍ମଗ୍ରହଣ କରିଥିଲେ। ଅତି ସାଧାରଣ ପୃଷ୍ଠଭୂମିରୁ ଆସି ଓଡ଼ିଶାର ମୁଖ୍ୟମନ୍ତ୍ରୀ ପଦବୀରେ ପହଞ୍ଚିବା ପଛରେ ରହିଛି ତାଙ୍କର ଦୃଢ଼ ଇଚ୍ଛାଶକ୍ତି ଓ ସଂଘର୍ଷର କାହାଣୀ। ଜଣେ ନିରାଡ଼ମ୍ବର ମଣିଷ ଭାବେ ସେ ଆଜି ମଧ୍ୟ ନିଜର ସାଧାରଣ ଜୀବନଶୈଳୀ ପାଇଁ ସମସ୍ତଙ୍କର ପ୍ରିୟ ହୋଇରହିଛନ୍ତି। ତାଙ୍କ ନେତୃତ୍ୱରେ ‘ବିକଶିତ ଓଡ଼ିଶା’ ଗଠନର ସ୍ବପ୍ନ ସାକାର ହେବ ବୋଲି ଓଡ଼ିଶାବାସୀ ଆଶାବାଦୀ।
ମୋହନ ସପ୍ତମ ଶ୍ରେଣୀରେ ପଢ଼ିବା ସମୟରେ ମା’ଙ୍କ ଦେହାନ୍ତ ପରେ ସାବତ ମା’ ନାଥମଣି ମାଝି ତାଙ୍କୁ ପୁଅ ଭଳି ଯତ୍ନ କରି ବଡ଼ କରିଥିଲେ। ପରେ ସେ ୧୯୮୭ରେ ଝୁମ୍ପୁରା ହାଇସ୍କୁଲରୁ ମାଟ୍ରିକ୍‌ ପାସ୍‌ କରିବା ପରେ ୧୯୯୦ରେ ଆନନ୍ଦପୁର କଲେଜରୁ ଯୁକ୍ତ୨ ପାସ୍‌ କରିଥିଲେ। ଚମ୍ପୁଆ ଚନ୍ଦ୍ରଶେଖର କଲେଜରୁ ୧୯୯୩ରେ ସ୍ନାତକ (ଗ୍ରାଜୁଏଶନ) ଏବଂ ପରେ ସ୍ନାତକୋତ୍ତର (ଏମ୍‌ଏ) ପାସ୍‌ କରିଥିଲେ। ଢେଙ୍କାନାଳ ଆଇନ ମହାବିଦ୍ୟାଳୟରୁ ଏଲଏଲ୍‌ବି ପାସ୍‌ କରି ପ୍ରଥମେ ଝୁମ୍ପୁରାସ୍ଥିତ ଶିଶୁ ବିଦ୍ୟାମନ୍ଦିରରେ ଶିକ୍ଷକତା (ଗୁରୁଜୀ) ଆରମ୍ଭ କରିଥିଲେ। ଶିକ୍ଷକତା ସମୟରୁ ହିଁ ତାଙ୍କ ମଧ୍ୟରେ ସମାଜସେବା ଓ ଶୃଙ୍ଖଳିତ ଜୀବନଯାପନର ମୂଳଦୁଆ ପଡ଼ିଥିଲା।

ତାଙ୍କର ରାଜନୈତିକ ଜୀବନ ତୃଣମୂଳ ସ୍ତରରୁ ଆରମ୍ଭ ହୋଇଥିଲା। ସେ ପ୍ରଥମେ ନିଜ ଗ୍ରାମପଞ୍ଚାୟତର ସରପଞ୍ଚ ଭାବେ ୧୯୯୭ରେ ନିର୍ବାଚିତ ହୋଇଥିଲେ। ୨୦୦୦ ମସିହା ଯାଏ ସେ ଏହି ପଦବୀରେ ଜନସେବା କରିଥିଲେ। ଏହାପରେ ସେ କେନ୍ଦୁଝର ସଦର ବିଧାନସଭା ଆସନରୁ ଭାଜପା ଟିକେଟରେ ୨୦୦୦, ୨୦୦୪, ୨୦୧୯ ଏବଂ ୨୦୨୪ରେ ବିଜୟୀ ହୋଇଛନ୍ତି। ୨୦୧୯ରୁ ୨୦୨୪ ମଧ୍ୟରେ ସେ ଭାଜପାର ମୁଖ୍ୟ ସଚେତକ ଭାବେ ବିଧାନସଭାରେ ଲୋକଙ୍କ ସମସ୍ୟାକୁ ଦୃଢ଼ ଭାବେ ଉପସ୍ଥାପନ କରି ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri