ମୋହନ ମାଝିଙ୍କ ପିଏ ମୃତ

ଭୁବନେଶ୍ୱର,୧୨ା୬ (ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ୟୁନିଟ-୮ ଡେଲଟା ବ୍ରହ୍ମାକୁମାରୀ ଆଶ୍ରମ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି। ଦୁଇ କାର୍‌ ମଝିରେ ଏକ ବାଇକ ଚାପି ହୋଇଯିବାରୁ ଚାଳକଙ୍କ ଡାହାଣ ଗୋଡ ଛିଣ୍ଡିଯିବା ସହ ତାଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ପାତ୍ରପଡା ଫୁଲେଶ୍ୱରୀ ବସ୍ତିର ଚନ୍ଦନ ମହାପାତ୍ର (୩୧)। ସେ ଓଡିଶାର ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପିଏ ବୋଲି ଜଣାପଡିଛି। ଦୁର୍ଘଟଣାରେ ଦୁଇଟି କାର୍‌ ଓ ଦୁଇଟି ବାଇକ କ୍ଷତିଗ୍ରସ୍ତ ହୋଇଛି। ଅନ୍ୟଜଣେ ବାଇକ ଚାଳକ ଓ ଦୁଇ କାର୍‌ରେ ଥିବା ୪ରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଛନ୍ତି। ଘଟଣାସ୍ଥଳରୁ ଦୁର୍ଘଟଣାଗ୍ରସ୍ତ ୪ ଗାଡିକୁ ପୋଲିସ ଜବତ କରିଛି। ତେବେ କାର୍‌ ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଏନେଇ ମୃତକଙ୍କ ବଡଭାଇ ରାଜକୁମାର ମହାପାତ୍ର ନୟାପଲ୍ଲୀ ଥାନାରେ ଏତଲା ଦେଇଛନ୍ତି। ପୋଲିସ ଏହାକୁ ଭିତ୍ତିକରି ଏକ ମାମଲା (ନଂ.୩୪୫/୨୦୨୪) ରୁଜୁ କରି ତଦନ୍ତ ଜାରି ରଖିଛି। ମୃତ ଚନ୍ଦନ ଦିନ ପ୍ରାୟ ୧୧ଟା ବେଳେ ମୋହନ ମାଝିଙ୍କ ଅଫିସକୁ ଯାଉଥିଲେ। ଚନ୍ଦନ ତାଙ୍କ ବାଇକ ଯୋଗେ ଗୋପବନ୍ଧୁ ଛକରୁ ଜଳେଶ୍ୱର ମନ୍ଦିର ଆଡକୁ ଦ୍ରୁତଗତିରେ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା। ଚନ୍ଦନ ଏକ କାର୍‌କୁ ଓଭର ଟେକ୍‌ କରିବାବେଳେ ସାମ୍ନାରୁ ଆଉଏକ କାର୍‌ ଓ ବାଇକ ଆସୁଥିଲା। ସେହି ସମୟରେ ଦୁଇଟି କାର୍‌ ମଝିରେ ଚନ୍ଦନଙ୍କ ବାଇକ ପଶିଯାଇଥିଲା। ସେହିପରି ଆଉଏକ ବାଇକ ମଧ୍ୟ କାର୍‌ ସହ ଧକ୍କା ହୋଇଥିଲା। ଏଥିରେ ଚନ୍ଦନଙ୍କ ଏକ ଗୋଡ଼ ଛିଣ୍ଡିଯାଇଥିବାବେଳେ ତାଙ୍କ ବାଇକ୍‌ ଚୂର୍‌ମାର ହୋଇଯାଇଥିଲା। ରାସ୍ତାରେ ଚନ୍ଦନ ମୁର୍ମୁଷୁ ଅବସ୍ଥାରେ ପଡି ରହିଥିବାବେଳେ କିଛିଦୂରରେ ଭିନ୍ନ ଭିନ୍ନ ସ୍ଥାନରେ ପଡିଥିବା ତାଙ୍କ ପାଦ ଓ ଜୋତା ଦୁର୍ଘଟଣା କେତେ ଭୟଙ୍କର ଥିଲା ତାହା ଜଣାପଡୁଥିଲା। ଆମ୍ବୁଲାନ୍ସ ଯୋଗେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯିବା ପରେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପରେ ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝି କ୍ୟାପିଟାଲ ହସ୍ପିଟାଲ ଯାଇ ଚନ୍ଦନଙ୍କ ଶେଷ ଦର୍ଶନ କରିଥିଲେ। ମୃତ ଚନ୍ଦନଙ୍କ ଦୁଇବର୍ଷ ତଳେ ବିବାହ ହୋଇଥିବାବେଳେ ତାଙ୍କର ଗୋଟିଏ ପୁଅ ଅଛି। ସେ ଗତ ୭ରୁ ୮ ବର୍ଷ ମୋହନଙ୍କ ପାଖରେ କାମ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

ତଣ୍ଟି ଚିପି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ପୋଲସରା,୧୯।୩: ଗଞ୍ଜାମ ଜିଲା ପୋଚାଲୁଣ୍ଡି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହରୁ ସ୍ତ୍ରୀଙ୍କ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri