ମହିଳା ହକି ଟିମ୍‌ ଉପରେ ଟଙ୍କା ବର୍ଷା କଲେ ମୋହନ ସରକାର: ପ୍ରତ୍ୟେକ ଖେଳାଳିଙ୍କ ମିଳିବ…

ଭୁବନେଶ୍ୱର,୩।୧୦: ମହିଳା ହକି ଦଳ ଫାଇନାଲରେ ଚାଇନାକୁ ୧-୦ ଗୋଲରେ ହରାଇ ଦୀର୍ଘ ୪୪ ବର୍ଷ ପରେ ଏସିଆଡ୍‌ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏଥିସହ ଦଳ ସିଧାସଳଖ ୨୦୨୮ ଲସଏଞ୍ଜେଲ୍ସ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛି। ପୂର୍ବରୁ ଭାରତ ଥରେ ୧୯୮୨ରେ ସ୍ବର୍ଣ୍ଣ ପଦକ ଜିତିଥିଲା। ସ୍ବର୍ଣ୍ଣ ବିଜେତା ମହିଳା ହକି ଟିମ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୁରସ୍କାର ଘୋଷଣା କରିଛନ୍ତି। ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ ଟଙ୍କାର ପୁରସ୍କାର ଦିଆଯିବ। ଏହାସହ କୋଚ ଓ ଅନ୍ୟ ସପୋର୍ଟ ଷ୍ଟାଫଙ୍କ ପାଇଁ ୫.୫ ଲକ୍ଷ ଟଙ୍କାର ପୁରସ୍କାର ମିଳିବ।

Dharitri – Odisha’s No.1 Odia Daily

 

Share