ପଛ ଧାଡିରେ ବସିଥିଲେ ମୋହନ, ମୁଖ୍ୟମନ୍ତ୍ରୀ ଭାବେ ନାଁ ପ୍ରସ୍ତାବ ହେବାରୁ ଆଶ୍ଚର୍ଯ୍ୟ ହୋଇ କରିଥିଲେ ଏମିତି କାମ

ଭୁବନେଶ୍ୱର,୧୨।୬: ଓଡ଼ିଶାର ୧୪୭ ବିଧାନସଭା ଆସନ ମଧ୍ୟରୁ ୭୮ଟିରେ ବିଜୟୀ ହୋଇ ଭାଜପା ପ୍ରଥମ ଥର ପାଇଁ ସରକାର ଗଠନ କରିବାକୁ ସମର୍ଥ ହୋଇଥିବାବେଳେ କିଏ ମୁଖ୍ୟମନ୍ତ୍ରୀ ହେବେ ସେନେଇ ଲାଗି ରହିଥିବା କଳ୍ପନାଜଳ୍ପନାର ମଙ୍ଗଳବାର ସନ୍ଧ୍ୟାରେ ଅବସାନ ଘଟିଛି। ଭାଜପାର ନବନିର୍ବାଚିତ ବିଧାୟକମାନଙ୍କୁ ନେଇ ଦଳର ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ କେନ୍ଦୁଝର ବିଧାୟକ ମୋହନ ଚରଣ ମାଝିଙ୍କୁ ମୁଖ୍ୟମନ୍ତ୍ରୀ କରାଯିବା ନିମନ୍ତେ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ହୋଇଛି। ସେହିପରି ବଲାଙ୍ଗୀର ଜିଲାର ପାଟଣାଗଡ଼ ବିଧାନସଭା ଆସନରୁ ବିଜୟୀ ହୋଇଥିବା ବରିଷ୍ଠ ଭାଜପା ନେତା କନକ ବର୍ଦ୍ଧନ ସିଂଦେଓ ଏବଂ ଦଳର ପ୍ରମୁଖ ନେତ୍ରୀ ତଥା ପୁରୀ ଜିଲା ନିମାପଡ଼ା ବିଧାନସଭା ଆସନରୁ ନିର୍ବାଚିତ ପ୍ରଭାତୀ ପରିଡ଼ାଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବେ ଚୟନ କରାଯାଇଛି।
ମଙ୍ଗଳବାର ସନ୍ଧ୍ୟାରେ ବିଧାୟକ ଦଳ ବୈଠକ ଅପରାହ୍ନ ପ୍ରାୟ ସାଢ଼େ ୪ଟା ଆରମ୍ଭ ହୋଇଗଲା। ପଛ ଧାଡ଼ିରେ ଚୁପ୍‌ଚୁପ୍‌ ବସିଥିଲେ ମୋହନ ଚରଣ ମାଝି। ପର୍ଯ୍ୟବେକ୍ଷକ ଦାୟିତ୍ୱରେ ଆସିଥିବା କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମୁଖ୍ୟମନ୍ତ୍ରୀ ଚୟନ ପାଇଁ ପ୍ରସ୍ତାବ ମାଗିଥିଲେ। ପ୍ରଥମ ପ୍ରସ୍ତାବକ ଥିଲେ ବରିଷ୍ଠ ନେତା କନକ ବର୍ଦ୍ଧନ ସିଂଦେଓ (କେଭି)। ସେ ମୋହନ ଚରଣ ମାଝିଙ୍କ ନାଁ ନେଇଥିଲେ।
ସମସ୍ତେ ଚକିତ ହୋଇଯାଇଥିଲେ। ମୋହନ ଭାବବିହ୍ବଳ ହୋଇଯାଇଥିଲେ। ତାଙ୍କ ଆଖି ଛଳଛଳ ଦିଶୁଥିଲା। ସଭିଙ୍କୁ ପ୍ରଣାମ କରିବା ସହ ଖୁସିରେ ଗଦ୍‌ଗଦ୍‌ ହୋଇ ଯାଉଥାଆନ୍ତି ମୋହନ। ବିଶାସ କରିପାରୁ ନ ଥାନ୍ତି ଯେ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। କେଭିଙ୍କ ପରେ ସୁରମା ପାଢ଼ୀ, ରବି ନାଏକ, ସଞ୍ଜଳି ମୁର୍ମୁ ଓ ପୃଥ୍ବୀରାଜ ହରିଚନ୍ଦନ ପ୍ରମୁଖ ଜଣକ ପରେ ଜଣେ ମୋହନଙ୍କ ନାମରେ ହଁ କହି ସମର୍ଥନ ଜଣାଇଥିଲେ। ତା’ପରେ ବିଧାୟକ ଦଳ ବୈଠକରୁ ଶୁଭିଥିଲା ଜୟ ଶ୍ରୀରାମ… । ଭାଜପା ଜିନ୍ଦାବାଦ…, ମୋହନ ଭାଇ ଜିନ୍ଦାବାଦ। ବିଧାୟକମାନେ ମୋହନଙ୍କୁ ମଞ୍ଚକୁ ପାଛୋଟି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

ପ୍ଲେୟର ଅଫ ଦ ମନ୍ଥ ଘୋଷଣା କଲା ICC, ବାଜି ମାରିଲେ ଟିମ୍ ଇଣ୍ଡିଆର ଖେଳାଳି

ନୂଆଦିଲ୍ଲୀ,୨୩।୩:  ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଫେବୃଆରୀ ୨୦୨୬ ପାଇଁ ମାସର ଶ୍ରେଷ୍ଠ ଖେଳାଳି ପୁରସ୍କାର ଘୋଷଣା କରିଛି। ମହିଳା ବର୍ଗରେ, ଟିମ୍ ଇଣ୍ଡିଆର ଜଣେ ଖେଳାଳି ବାଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri