ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋହନ, ଟୁଇଟ୍‌ କରି ଲେଖିଲେ ଏମିତି…

ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଟୁଇଟ୍‌ କରି କହିଛନ୍ତି, ଆପଣଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ ଭାରତକୁ ନୂତନ ଦିଗଦର୍ଶନ ଦେଇଛି। ଓଡ଼ିଶା ସମେତ ସମଗ୍ର ଦେଶରେ ବିକାଶର ସଫଳତା ସମ୍ଭବ ହୋଇଛି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଉତ୍ତମ ସ୍ବାସ୍ଥ୍ୟ ପାଇଁ ପ୍ରାର୍ଥନା। ଆପଣ ଜାତୀୟ ସେବାର ମହାନ କାର୍ଯ୍ୟକୁ ଆହୁରି ଆଗକୁ ନିଅନ୍ତୁ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ୭୫ ବର୍ଷ ବୟସରେ ପଦାର୍ପଣ କରୁଛନ୍ତି। ଏହି ଅବସରରେ ଭାଜପା ଏବଂ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନେକ ଜନକଲ୍ୟାଣକାରୀ ଓ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯିବ। ପ୍ରଧାନମନ୍ତ୍ରୀ ମଧ୍ୟପ୍ରଦେଶରୁ ସାରା ଦେଶରେ ସ୍ବାସ୍ଥ୍ୟ ଓ ପୋଷଣ ଅଭିଯାନ ପକ୍ଷ ଆରମ୍ଭ କରିବେ। ସେ ଧର୍ରୁ ‘ସୁସ୍ଥ ନାରୀ ସଶକ୍ତ ପରିବାର’ ଏବଂ ଅଷ୍ଟମ ଜାତୀୟ ପୋଷଣ ମାସର ଶୁଭାରମ୍ଭ କରିବେ। ପ୍ରଧାନମନ୍ତ୍ରୀ ଅନ୍ୟ କେତେକ ବିକାଶମୂଳକ ପଦକ୍ଷେପ ଉନ୍ମୋଚନ କରିବା ସହ ଏକ ଜନସଭାକୁ ମଧ୍ୟ ଉଦ୍ବୋଧନ ଦେବେ ବୋଲି ସରକାରୀ ବିବୃତିରେ କୁହାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri