ନବୀନଙ୍କ ପାଇଁ ଚିନ୍ତିତ ମୋହନ: ଫୋନ୍‌ରେ କଥା ହେଲେ

ଭୁବନେଶ୍ୱର,୧୯।୬: ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଆସନ୍ତା ୨୦ ତାରିଖରେ ଚିକିତ୍ସା ପାଇଁ ମୁମ୍ବାଇ ଯିବେ। ୨୨ ତାରିଖରେ କୋକିଳାବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ତାଙ୍କର ଚିକିତ୍ସା କରାଯିବ। ନବୀନଙ୍କ ବ୍ୟକ୍ତିଗତ ଚିକିତ୍ସକ ଡାକ୍ତର ରମାକାନ୍ତ ପଣ୍ଡା ମୁମ୍ବାଇଠାରେ ତାଙ୍କର ଚିକିତ୍ସା ବ୍ୟବସ୍ଥାର ସମସ୍ତ କାର୍ଯ୍ୟ ତଦାରଖ କରିବେ। ନବୀନ ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ଏହା ପୋଷ୍ଟକରି ସୂଚନା ଦେଇଛନ୍ତି। ସେ ସେଥିରେ ଆହୁରି ଉଲ୍ଲେଖ କରିଛନ୍ତି, ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ପରାମର୍ଶକ୍ରମେ ସର୍ଭିକାଲ ଅଥେର୍‌ରାଟିସ୍‌ ଚିକିତ୍ସା ଲାଗି ସେ କୋକିଳାବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲ ଯିବେ। ଜଗନ୍ନାଥଙ୍କ ଆଶୀର୍ବାଦ ଏବଂ ଓଡ଼ିଶାର ଭଉଣୀଭାଇଙ୍କ ସଦିଚ୍ଛା ତାଙ୍କ ସାଙ୍ଗରେ ରହିଛି। ତୁରନ୍ତ ଭଲ ହୋଇ ସେ ତାଙ୍କ ସେବା କାର୍ଯ୍ୟ ଜାରି ରଖିବେ ବୋଲି କହିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନଙ୍କ ଅସୁସ୍ଥତା ବିଷୟରେ ଜାଣି ଚିନ୍ତାବ୍ୟକ୍ତ କରିଛନ୍ତି। ତାଙ୍କର ଚିକିତ୍ସା ପ୍ରକ୍ରିୟା ସୁରୁଖୁରୁରେ ସମ୍ପନ୍ନ ହେଉ ଏବଂ ଆଶୁ ଆରୋଗ୍ୟ ଲାଭକରି ଉତ୍ତମ ସ୍ବାସ୍ଥ୍ୟ ଲାଭକରନ୍ତୁ ବୋଲି ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା ବୋଲି ସେ ତାଙ୍କ ଏକ୍ସରେ ଉଲ୍ଲେଖ କରିଛନ୍ତି। ପରେ ମୁଖ୍ୟମନ୍ତ୍ରୀ ବିରୋଧୀ ଦଳ ନେତାଙ୍କ ସହ ଟେଲିଫୋନ୍‌ ଯୋଗେ କଥା ହେବା ସହ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ମାନନୀୟ ବିରୋଧୀ ଦଳର ନେତାଙ୍କ ସହ କଥା ହୋଇ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ଅବଗତ ହେଲି । ଆସନ୍ତା ୨୨ ତାରିଖରେ ସେ ମୁମ୍ବାଇରେ ଚିକିତ୍ସିତ ହେବେ । ତାଙ୍କର ଚିକିତ୍ସା ପ୍ରକ୍ରିୟା ସଫଳ ହେବା ସହ ମହାପ୍ରଭୁ ଶ୍ରୀ ଜଗନ୍ନାଥ ତାଙ୍କୁ ଶୀଘ୍ର ସୁସ୍ଥ କରନ୍ତୁ ବୋଲି ପ୍ରାର୍ଥନା କରୁଛି।

ଚିକିତ୍ସା ସମୟରେ ତାଙ୍କ ଅନୁପସ୍ଥିତିରେ ଦଳର ଦୈନନ୍ଦିନ କାର୍ଯ୍ୟକ୍ରମ ରାଜନୈତିକ ପରିଚାଳନା କମିଟି(ପିଏସି) ଦ୍ୱାରା ପରିଚାଳିତ ହେବ। ବରିଷ୍ଠ ଉପସଭାପତି(ମୁଖ୍ୟାଳୟ) ଦେବୀପ୍ରସାଦ ମିଶ୍ର ଦଳର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସଂଯୋଜନା ରଖିବେ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?