Posted inଜାତୀୟ

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଯାଦବ

ଭୋପାଳ,୧୩।୧୨: ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ଭାଜପା ନେତା ମୋହନ ଯାଦବ। ରାଜ୍ୟପାଳ ମଙ୍ଗୁଭାଇ ଛଗନଭାଇ ପଟେଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ମୋତିଲାଲ ନେହେରୁ ଷ୍ଟାଡିୟମରେ ବୁଧବାର ଅନୁଷ୍ଠିତ ହୋଇଥିବା ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏବଂ ଅନ୍ୟାନ୍ୟ ବିଶିଷ୍ଟ ଅତିଥିଙ୍କ ଉପସ୍ଥିତି ଥିଲେ।

ମଧ୍ୟପ୍ରଦେଶର ନୂଆ ସରକାରରେ ଦୁଇଜଣ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ସେମାନେ ହେଲେ ରାଜେନ୍ଦ୍ର ଶୁକ୍ଳା ଓ ଜଗଦୀଶ ଦେଓରା। ପୂର୍ବତନ କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂ ତୋମରଙ୍କୁ ମଧ୍ୟପ୍ରଦେଶର ବାଚସ୍ପତି ଦାୟିତ୍ୱ ହସ୍ତାନ୍ତର କରାଯାଇଛି।

ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ବିଜୟ ପରେ ଭାଜପା ହାଇକମାଣ୍ଡ ମୋହନଙ୍କୁ ମୁଖ୍ୟମନ୍ତ୍ରୀ ପଦ ପାଇଁ ମନୋନୀତ କରିଥିଲେ। ମୋହନ ଦକ୍ଷିଣ ଉଜୈନରୁ ଭାଜପା ବିଧାୟକ। ତାଙ୍କୁ ରାଷ୍ଟ୍ରିୟ ସ୍ବୟଂସେବକ ସଂଗଠନ (ଆରଏସଏସ) ର ନିକଟତମ ବିବେଚନା କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri