Posted inଜାତୀୟ

ମୋହନ ଯାଦବ ହେବେ ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ

ଭୋପାଳ,୧୧।୧୨:ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯାଇଛି। ଭାଜପା ବିଧାୟକ ଦଳର ବୈଠକରେ ମୋହନ ଯାଦବଙ୍କ ନାଁରେ ମୋହର ବାଜିଛି। ସେ ଶିବରାଜ ସିଂ ଚୌହାନଙ୍କ ସ୍ଥାନ ନେବେ। ଏହାସହ ରାଜ୍ୟରେ ୨ ଉପମୁଖ୍ୟମନ୍ତ୍ରୀ ଭାବେ ଜଗଦୀଶ ଦେଓଡା ଏବଂ ରାଜେନ୍ଦ୍ର ଶୁକ୍ଲା ଶପଥ ନେବେ। ନରେନ୍ଦ୍ର ସିଂ ତୋମାର ବାଚସ୍ପତି ହେବେ।
ଜୁଲାଇ ୨, ୨୦୨୦ରେ ମଧ୍ୟପ୍ରଦେଶର ଶିବରାଜ ସିଂ ଚୌହାନଙ୍କ ନେତୃତ୍ୱାଧୀନ ସରକାରରେ ମୋହନ ଯାଦବ କ୍ୟାବିନେଟ ମନ୍ତ୍ରୀ (ଉଚ୍ଚଶିକ୍ଷା) ଭାବରେ ଶପଥ ଗ୍ରହଣ କରିଥିଲେ। ମୋହନ ୨୦୧୩ରେ ପ୍ରଥମଥର ପାଇଁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।
ମଧ୍ୟପ୍ରଦେଶର ୨୩୦ ବିଧାନସଭା ଆସନ ପାଇଁ ନଭେମ୍ବର ୧୭ରେ ମତଦାନ ଅନୁଷ୍ଠିତ ହୋଇଥିଲା। ଏହାର ଫଳାଫଳ ନଭେମ୍ବର ୩୦ରେ ପ୍ରକାଶ ପାଇଥିଲା। ଫଳାଫଳରେ ଭାଜପା ବହୁ ସଂଖ୍ୟାରେ ଜିତିଥିଲା। ଭାଜପା ୧୬୩ଟି ଆସନ ପାଇଥିବାବେଳେ କଂଗ୍ରେସକୁ  ୬୬ଟି ଆସନରେ ସନ୍ତୁଷ୍ଟ ହେବାକୁ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri