Posted inଗଜପତି

କାର୍ଯ୍ୟକ୍ଷମ ହେଉନି ମୋହନା କଲେଜ ଛାତ୍ରୀ ନିବାସ

ଆର.ଉଦୟଗିରି,୭ା୭(ଡି.ଏନ.ଏ.): ଗଜପତି ଜିଲା ମୋହନା ହିଲଟପ କଲେଜରେ ଆଦିବାସୀ ଛାତ୍ରୀଙ୍କ ପାଇଁ ନିର୍ମିତ ହଷ୍ଟେଲ କୋଠା କାର୍ଯ୍ୟକ୍ଷମ ହୋଇପାରିନି। ବିଭାଗୀୟ ଅଧିକାରୀଙ୍କ ଆନ୍ତରିକତା ଅଭାବ ଯୋଗୁ କୋଟିଏ ଟଙ୍କାର ଏହି କୋଠା ଦୀର୍ଘ ୪ ବର୍ଷ ହେଲା କାମରେ ଲାଗିନି। ଏଥିରେ ଏବେ ଲଟାବୁଦା ମାଡ଼ିବାରେ ଲାଗିଲାଣି। ଏପଟେ ଛାତ୍ରୀମାନେ ହଷ୍ଟେଲ ସୁବିଧାରୁ ବଞ୍ଚିତ ହେଉଛନ୍ତି। ଏ ସମ୍ପର୍କରେ ବାରମ୍ବାର କଲେଜ କର୍ତ୍ତୃପକ୍ଷ, ପ୍ରଶାସନିକ ଅଧିକାରୀଙ୍କୁ ଜଣାଇଲେ ମଧ୍ୟ କେହି କର୍ଣ୍ଣପାତ କରୁ ନ ଥିବା କଲେଜର ଛାତ୍ରୀମାନେ ଅଭିଯୋଗ କରିଛନ୍ତି।
ମୋହନା ହିଲ୍‌ଟପ କଲେଜ ଜିଲାର ଏକ ପ୍ରମୁଖ କଲେଜ। ଏଠାରେ ଜିଲାର ମୋହନା, ଆର.ଉଦୟଗିରି ବ୍ଲକ ସମେତ ପଡୋଶୀ ଗଞ୍ଜାମ, କନ୍ଧମାଳ ଓ ରାୟଗଡ଼ା ଜିଲାର ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ସେଥିମଧ୍ୟରୁ ୪୫ ପ୍ରତିଶତ ଆଦିବାସୀ ଛାତ୍ରୀ। ଛାତ୍ରୀମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ସରକାର ୨ ଶହ ଶଯ୍ୟା ବିଶିଷ୍ଟ ଆଦିବାସୀ ଛାତ୍ରୀ ନିବାସ କୋଠା ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥଲେ। ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ମାଧ୍ୟମରେ ୧ କୋଟି ଟଙ୍କା ବ୍ୟୟରେ କୋଠା ନିର୍ମାଣ ହେଲା। ୨୦୧୮ରେ କୋଠା ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିବା ବେଳେ ତାହା ଏ ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ହୋଇପାରିନି। ଅନ୍ୟପଟେ ନିମ୍ନମାନର କାମ ଯୋଗୁ କୋଠାର ଅନେକ ସ୍ଥାନରେ ଫାଟ ସୃଷ୍ଟି ହୋଇଥିବା ଦେଖିବାକୁ ମିଳୁଛି। ତେଣୁ ଛାତ୍ରୀମାନେ ରହିବାକୁ ନିରାପଦ ମନେ କରୁନାହାନ୍ତି। ଛାତ୍ରୀଙ୍କ ସୁବିଧା ପାଇଁ ତୁରନ୍ତ ହଷ୍ଟେଲ କୋଠା କାର୍ଯ୍ୟକ୍ଷମ କରିବାକୁ ଦାବି ହେଉଛି। ଏ ନେଇ କଲେଜ ଅଧ୍ୟକ୍ଷ ଶୁଭ୍ରକାନ୍ତ ମହାନ୍ତିଙ୍କୁ ପଚାରିବାରେ କରୋନା କଟକଣା ଯୋଗୁ ହଷ୍ଟେଲ କାର୍ଯ୍ୟକ୍ଷମ ହୋଇପାରିନଳ ଖୁବ୍‌ଶୀଘ୍ର ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରି ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

ଜମିରେ କୀଟନାଶକ ସିଞ୍ଚନ କରି ଶୋଇ ଆଉ ଉଠିଲେନି କୃଷିଶ୍ରମିକ, ତାପରେ….

ଗଜପତି,୪।୪(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଗୁରାଣ୍ଡି ଥାନା ଅନ୍ତର୍ଗତ ତାଟିପାଟି ଗ୍ରାମରେ ଅଭାବନୀୟ ଘଟଣା । ଜଣେ କୃଷିଶ୍ରମିକ ଭାବେ କାର୍ଯ୍ୟ କରୁଥିବା ବ୍ୟକ୍ତି…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri