ଆର.ଉଦୟଗିରି,୧୬।୨(ଡି.ଏନ୍‌.ଏ): ଗଜପତି ଜିଲାର ମୋହନା ବ୍ଲକରେ ପ୍ରଥମ ପର୍ଯ୍ୟାୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଥିବା ବେଳେ ଦିନ ଗୋଟାଏରେ ଶେଷ ହେବ। ସକାଳୁ ଲମ୍ବାଲାଇନ୍‌ରେ ଠିଆ ହୋଇ ଶାନ୍ତି ଶୃଙ୍ଖଳା ସହ ଭୋଟରମାନେ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ବୁଥ୍‌ଗୁଡ଼ିକରେ ଲମ୍ବାଲାଇନ ଲାଗିଥିବାରୁ ପୂର୍ବରୁ ଧାର୍ଯ୍ୟ ହୋଇଥିବା ସମୟ ପରେ ମଧ୍ୟ ମତଦାନ ଜାରି ରହିପାରେ ବୋଲି ଆଶା କରାଯାଉଛି। ସୂଚନାଯୋଗ୍ୟ, ଓଡ଼ିଶାର ୩୦ଜିଲାର ୭୧ଟି ବ୍ଲକରେ ୧୬୬୯ଟି ଗ୍ରାମପଞ୍ଚାୟତରେ ୬୭ଲକ୍ଷ ୫୧ହଜାର ମତଦାତା ୨୨୩୭୯ବୁଥରେ ସେମାନଙ୍କ ଅଞ୍ଚଚଳର ସରପଞ୍ଚ, ସମିତି ସଭ୍ୟ, ୱାର୍ଡ ମେମ୍ବର ଓ ୨୦୦ଟି ଜିଲା ପରିଷଦ ସଭ୍ୟଙ୍କୁ ଚୟନ କରିବେ। ସେଥିମଧ୍ୟରୁ ଗଜପତି ଜିଲାର ୩ଟି ଜିଲା ପରିଷଦ ଆସନ ଥିବା ବେଳେ ମୋହନା ବ୍ଲକରେ ୫୩୫ଟି ବୁଥରେ ୯୧୯୩୨ଭୋଟର ମତ ସାବ୍ୟସ୍ତ କରିବେ। ମୋହନା ବ୍ଲକରେ ମତଦାନ ପାଇଁ ବୁଥ୍‌ଗୁଡ଼ିକରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସ୍ଥାନୀୟ ବିଡ଼ିଓ ତପସ୍ବିନୀ ହାସଦା ନିଜ କର୍ମଚାରୀଙ୍କୁ ନେଇ ନିର୍ବାଚନ ପରିଚାଳନା କରୁଥିବା ବେଳେ ସ୍ଥାନୀୟ ଏସ୍‌ଡିପିଓ ଥାନା ଅଧିକାରୀ ଏବଂ ନିଜ କର୍ମଚାରୀଙ୍କୁ ନେଇ ଶାନ୍ତି ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ କରୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକ ଚା’ ପିଉଛନ୍ତି କି? ଚେତାବନୀ ଦେଇ ବିଶେଷଜ୍ଞ କହିଲେ…

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଆବଶ୍ୟକତା ଠାରୁ ଅଧିକ ଥର ଚା’ ପିଉଛନ୍ତି ତେବେ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର, ୨୮।୯: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ ଦଳୀୟ…

୬ ଲକ୍ଷ ଘନଫୁଟ ଟପିଲା ହୀରାକୁଦକୁ ବନ୍ୟାଜଳ ପ୍ରବେଶ: ପୁଣି ଖୋଲିଲା ଜଳଭଣ୍ଡାରର ୨ଟି ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର, ୨୮/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧି ପାଇବା ଯୋଗୁ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। ଫଳରେ…

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ

ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?