ଆର.ଉଦୟଗିରି,୧୬।୨(ଡି.ଏନ୍‌.ଏ): ଗଜପତି ଜିଲାର ମୋହନା ବ୍ଲକରେ ପ୍ରଥମ ପର୍ଯ୍ୟାୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଥିବା ବେଳେ ଦିନ ଗୋଟାଏରେ ଶେଷ ହେବ। ସକାଳୁ ଲମ୍ବାଲାଇନ୍‌ରେ ଠିଆ ହୋଇ ଶାନ୍ତି ଶୃଙ୍ଖଳା ସହ ଭୋଟରମାନେ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ବୁଥ୍‌ଗୁଡ଼ିକରେ ଲମ୍ବାଲାଇନ ଲାଗିଥିବାରୁ ପୂର୍ବରୁ ଧାର୍ଯ୍ୟ ହୋଇଥିବା ସମୟ ପରେ ମଧ୍ୟ ମତଦାନ ଜାରି ରହିପାରେ ବୋଲି ଆଶା କରାଯାଉଛି। ସୂଚନାଯୋଗ୍ୟ, ଓଡ଼ିଶାର ୩୦ଜିଲାର ୭୧ଟି ବ୍ଲକରେ ୧୬୬୯ଟି ଗ୍ରାମପଞ୍ଚାୟତରେ ୬୭ଲକ୍ଷ ୫୧ହଜାର ମତଦାତା ୨୨୩୭୯ବୁଥରେ ସେମାନଙ୍କ ଅଞ୍ଚଚଳର ସରପଞ୍ଚ, ସମିତି ସଭ୍ୟ, ୱାର୍ଡ ମେମ୍ବର ଓ ୨୦୦ଟି ଜିଲା ପରିଷଦ ସଭ୍ୟଙ୍କୁ ଚୟନ କରିବେ। ସେଥିମଧ୍ୟରୁ ଗଜପତି ଜିଲାର ୩ଟି ଜିଲା ପରିଷଦ ଆସନ ଥିବା ବେଳେ ମୋହନା ବ୍ଲକରେ ୫୩୫ଟି ବୁଥରେ ୯୧୯୩୨ଭୋଟର ମତ ସାବ୍ୟସ୍ତ କରିବେ। ମୋହନା ବ୍ଲକରେ ମତଦାନ ପାଇଁ ବୁଥ୍‌ଗୁଡ଼ିକରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସ୍ଥାନୀୟ ବିଡ଼ିଓ ତପସ୍ବିନୀ ହାସଦା ନିଜ କର୍ମଚାରୀଙ୍କୁ ନେଇ ନିର୍ବାଚନ ପରିଚାଳନା କରୁଥିବା ବେଳେ ସ୍ଥାନୀୟ ଏସ୍‌ଡିପିଓ ଥାନା ଅଧିକାରୀ ଏବଂ ନିଜ କର୍ମଚାରୀଙ୍କୁ ନେଇ ଶାନ୍ତି ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ କରୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ବାପା-ଝିଅ ଯାଉଥିଲେ, ଜଳିଗଲା ବ୍ୟାଟେରୀ ସ୍କୁଟି

କେନ୍ଦୁଝର,୧୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର-ଗୋବର୍ଦ୍ଧନ ମଝିରେ ଥିବା ପେଟ୍ରୋଲପମ୍ପ ଓ ଇଟାଫେକ୍ଟ୍ରି ନିକଟରେ ଏକ(ଓଡି-୩୩-ଏ ଏଫ-୯୯୭୪)ଓକିନାୱା ନାମକ ବ୍ୟାଟେରୀ...

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri