ଏକତରଫା ପ୍ରେମ: ବିବାହ ପରେ ବି ଯୁବତୀଙ୍କୁ ଜୋର କରି ଉଠାଇ ବନ୍ଦି କରି ରଖିଥିଲେ, ଯୁବକଙ୍କୁ…

ମୋହନା, ୭ା୧(ମନ୍ମଥ ମିଶ୍ର)- ପ୍ରେମ ସମ୍ପର୍କକୁ ନେଇ ଗଜପତି ଜିଲା ମୋହନାରେ ହୋଇଥିବା ଗୁଳିକାଣ୍ଡ ଘଟଣାରେ ମୋହନା ପୋଲିସ ଜଣେ ଯୁବକଙ୍କୁ ଚନ୍ଦ୍ରଗିରିରୁ ଗିରଫ କରିଛି। ସେ ହେଲେ ଲାଜାର ପ୍ରଧାନ(୨୨) । ଘଟଣାର ମୁଖ୍ୟ ଅଭିଯୁକ୍ତ ସନ୍ତୋଷ ପ୍ରଧାନ (୩୦)ବୋଲି କୁହାଯାଉଛି। ସନ୍ତୋଷ ଘଟଣା ପରଠାରୁ ଫେରାର ହୋଇ ଯାଇଛନ୍ତି। ତାଙ୍କ ସାନଭାଇ ଲାଜାରଙ୍କଠାରୁ ପୋଲିସ କୋରିଆ ନିର୍ମିିତ ଏକ ମାଉଜ଼ର ଜବତ କରିଛି। ଲାଜାରଙ୍କୁ ମଙ୍ଗଳବାର ଆର.ଉଦୟଗିରି କୋର୍ଟକୁ ଚାଲାଣ କରାଯାଇଥିବା ଜଣାପଡିଛି। ତେବେଘଟଣା ସ୍ଥଳରେ ପାରଳାଖେମୁଣ୍ଡି ସାଇଣ୍ଟିଫିକ ଟିମର ଡ. ସୌମ୍ୟ ଦର୍ଶନ ମହାପାତ୍ରଙ୍କ ନେତୃତ୍ୱତ୍ରେ ଏକ ୪ ଜଣିଆ ଟିମ୍‌ ପହଞ୍ଚତ୍ ତଦନ୍ତ ଚଳାଇଛନ୍ତି। ତଦନ୍ତ ବେଳେ ଟିମ୍‌ ୩ଟି ଖୋକା ଜବତ କରିଛି। ତେବେ ସନ୍ତୋଷଙ୍କ ନାମରେ ବାହାର ରାଜ୍ୟରେ ମଧ୍ୟ ମାମଲା ରହିଥିବା ପୋଲିସ କହିଛି। ଏସ୍‌ଆଇ ବି.ନୀଳମାଧବ ରେଡ୍ଡୀ ଏହାର ତଦନ୍ତ କରୁଛନ୍ତି।

ଖବରରୁ ପ୍ରକାଶ, ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ପଞ୍ଚାୟତ ଢେପାସାହି ଗାଁର ଲାଜର ପ୍ରଧାନ ଜଣେ ଯୁବତୀଙ୍କୁ ଏକତରଫା ପ୍ରେମ କରୁଥିଲେ। ଏହାକୁ ନେଇ ଲାଜର ଓ ଯୁବତୀଙ୍କ ପରିବାର ମଧ୍ୟରେ ବିବାଦ ଲାଗି ରହିଥିଲା। ଯୁବତୀଙ୍କ ଅଭିଯୋଗକ୍ରମେ ସୋମବାର ଗ୍ରାମରେ ଏକ ବୈଠକ ବସିଥିଲା। ଲାଜର ଏକତରଫା ପ୍ରେମ କରି ଗ୍ରାମର ଜଣେ ଯୁବତୀଙ୍କୁ କିଛିଦିନ ତଳେ ଜୋର୍‌ କରି ଉଠାଇ ନେଇ ଗୋଟିଏ ଘରେ ବନ୍ଦୀ କରି ରଖିଥିବା ଅଭିଯୋଗ ବୈଠକରେ ଉଠିଥିଲା। ପରିବାର ଲୋକେ ସମ୍ପୃକ୍ତା ଯୁବତୀଙ୍କୁ ଖୋଜାଖୋଜି କରି ଆଣି ଅନ୍ୟତ୍ର ବିବାହ କରାଇଥିଲେ। କିଛି ଦିନ ପରେ ଯୁବତୀ ଜଣକ ଗାଁକୁ ଆସିଥିବା ବେଳେ ଲାଜର ପୁଣି ତାଙ୍କୁ ଜୋର୍‌ କରି ଟେକି ନେଇ ଏକ ଘରେ ବନ୍ଦୀ କରି ରଖିଥିଲେ। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ସମାଧାନ ପାଇଁ ଗାଁରେ ଜଣାଇବାରୁ ଏହି ବୈଠକ ବସିଥିଲା। ସେହି ସମୟରେ ସନ୍ତୋଷ ଓ ଲାଜାର ଉପସ୍ଥିତ ଥିଲେ। ତେବେ ଏହି ସମୟରେ ସନ୍ତୋଷ ପାଖରେ ରଖିଥିବା ମଉଜରରୁ ୩ଟି ଗୁଳି ଫୁଟାଇଥିଲେ। ଫଳରେ ସେଠାରେ ଥିବା ଅନିଲ କରାଡଙ୍କ ଡାହାଣ ଗୋଡ଼ର ପାଦରେ ଗୁଳି ପଶିଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଚନ୍ଦ୍ରଗିରି ଡାକ୍ତରଖାନା ଅଣାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଝାଡ଼ଖଣ୍ଡରରେ ଚାଞ୍ଚଲ୍ୟ: ଗୋରୁ ଚୋରି ଅଭିଯୋଗରେ ମୁସଲମାନ ଯୁବକଙ୍କୁ ପିଟି ହତ୍ୟା

ରାଞ୍ଚି,୮ା୧: ଝାଡ଼ଖଣ୍ଡର ଗୋଡା ଜିଲାରେ ଗୋରୁ ଚୋରି ସନ୍ଦେହରେ ଜଣେ ୪୫ ବର୍ଷୀୟ ମୁସଲମାନ ଯୁବକଙ୍କୁ ପିଟି ହତ୍ୟା କରାଯାଇଛି। ପୋରାୟାହାଟ ଥାନା ଅନ୍ତର୍ଗତ ମାତିହାନି...

ସ୍ତ୍ରୀ, ୨ ଝିଅଙ୍କୁ ହତ୍ୟାକରି ନିଜ ଜୀବନ ହାରିଲେ ବ୍ୟବସାୟୀ

ଚଣ୍ଡିଗଡ଼,୮ା୧: ପଞ୍ଜାବର ଫିରୋଜପୁରରେ ଗୋଟିଏ ପରିବାରର ୪ ଜଣଙ୍କ ମୃତଦେହ ଘରୁ ଉଦ୍ଧାର ହୋଇଛି। ପରିବାରର ମୁଖ୍ୟ ଅମନଦୀପ୍‌ ସିଂ ଜଣେ ବ୍ୟବସାୟୀ। ସେ ଏକ...

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ, ଏହି ଦୁଇ ଜିଲା ପାଇଁ କଲେ ବଡ ଦାବି

ଭୁବନେଶ୍ୱର,୮ା୧: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି ଦୁଇ ଜିଲା ପାଇଁ ବଡ ଦାବି ଜଣାଇଛନ୍ତି। ଅନୁଗୋଳ ଏବଂ...

ଆନ୍ଦୋଳନରୁ ଓହରିଲେ ମିଲର୍ସ

ଜୟପୁର,୮ା୧(ପବନ ପାଣିଗ୍ରାହୀ): ମିଲର୍ସମାନେ ଆନ୍ଦୋଳନରୁ ଓହରିବା ପରେ କୋରାପୁଟ ଜିଲା ଜୟପୁର ଉପଖଣ୍ଡରେ ଧାନ କିଣା ଗୁରୁବାର ସ୍ୱାଭାବିକ ହୋଇଛି। ବର୍ତ୍ତମାନ ସୁଦ୍ଧା ଜିଲାର ୧୦...

ଓଡ଼ିଶାର ଏହି ଜିଲାରେ ହେବ ନୂଆ ମେଗା ଷ୍ଟିଲ୍ ପ୍ଲାଣ୍ଟ, ସୃଷ୍ଟି ହେବ ୧୪ ହଜାରରୁ ଉର୍ଦ୍ଧ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୮ା୧: ଓଡ଼ିଶାର ଶିଳ୍ପାୟନ କ୍ଷେତ୍ରରେ ବିକାଶ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଜିଲା କେନ୍ଦୁଝରରେ ମେଗା ଷ୍ଟିଲ୍ ପ୍ଲାଣ୍ଟ ପ୍ରତିଷ୍ଠା...

ସତେକି ଦିନିକିଆ ନୁହେଁ ଟେଷ୍ଟ: ଗୋଟିଏ ଉଇକେଟ ପାଇଁ  ଲୁଟାଇଲେ ୩୨୬ ରନ୍‌; ୬ ମ୍ୟାଚ୍‌ରେ ଫେଲ ହେଲେ…

ନୂଆଦିଲ୍ଲୀ,୮।୧: କ୍ରିକେଟର ଅର୍ଜୁନ ତେନ୍ଦୁଲକରଙ୍କ ପାଇଁ ଚଳିତ ବିଜୟ ହଜାରେ ଟ୍ରଫିର ଏହି ସିଜନ ଅତ୍ୟନ୍ତ ଖରାପ ହୋଇଛି। ବାମହାତି ଏହି ଅଲରାଉଣ୍ଡର ଉଭୟ ବୋଲିଂ...

ଟାଓ୍ୱାର ଉପରେ ଚଢ଼ିଗଲେ ଯୁବକ, ଆଉ ତା’ପରେ…

ତରଭା,୮ା୧(ମାନଭଞ୍ଜନ ମିଶ୍ର): ସୁବର୍ଣ୍ଣପୁର ଜିଲା ତରଭା ସହରସ୍ଥିତ ମାରୱାଡି ଧର୍ମଶାଳା ପଛପଟେ ଥିବା ଏକ ଘରୋଇ ମୋବାଇଲ କମ୍ପାନୀ ଟାଓ୍ୱାର ଉପରେ ଗୁରୁବାର ଜଣେ ଯୁବକ...

ଚୂନଘାଟି ଜଙ୍ଗଲରେ ପଡ଼ିଛି ଯୁବକଙ୍କ ଦରପୋଡ଼ା ମୃତଦେହ, ପରିଚୟ ମିଳିବା ପରେ ପୋଲିସ… 

ବାଲିଗୁଡା, ୮।୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଥାନା ଚକାପାଦ ବ୍ଲକର ଲାଇନପଡ଼ା-ପସରା ଗ୍ରାମ ରାସ୍ତାରେ ଥିବା ଚୂନଘାଟି ଜଙ୍ଗଲରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri